ମେଷ : ଷଷ୍ଠ ଓ ସପ୍ତମ ଚନ୍ଦ୍ର, ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତତିଥିର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଦାମ୍ପତ୍ୟ ଜୀବନରେ ମଧୁରତା, ଚାଲିଚଳନରେ ସଂଯମତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ ଏବଂ ମୂଲ୍ୟବାନ ଧାତୁ, ଭୂମି, ଯାନବାହନ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ରୋଗ, ଋଣ, ଶତ୍ରୁ-ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ ।
ବୃଷ : ଘାତବାର ଏବଂ ଅପରାହ୍ଣ ୧ଟା ୨୨ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ବିଦ୍ୟାରେ ବିଫଳତା, ପରିବାରରେ ଅଶାନ୍ତି, ସ୍ୱଜନରେ ବିବାଦ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଏହାପରେ ଷଷ୍ଠ ଚନ୍ଦ୍ର ଭୋଗ ହେଲେ ମଧ୍ୟ ଘାତବାର ଯୋଗୁ ସମସ୍ତ କର୍ମରେ ଓ ବ୍ୟବସାୟରେ ବିଶେଷ ଶୁଭଫଳ ମିଳିବ ନାହିଁ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ :ସିଲ୍ଭର, ସଂଖ୍ୟା : ୪, ଆରାଧନା : ମା’ କମଳା ।
ମିଥୁନ : ଅପରାହ୍ଣ ୧ଟା ୨୨ ମିନିଟ୍ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ପୁରାତନ ବିବାଦ, ଜମିଜମା ବିବାଦର ସମାଧାନ ହେବ ଏବଂ ମାଲିମକଦ୍ଦମାରେ ବିଜୟ ହାସଲ କରିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ ପ୍ରାପ୍ତ ହେବ । ଏହାପରେ ପଞ୍ଚମ ଚନ୍ଦ୍ର ଯୋଗୁ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ମାନ, ସମ୍ମାନ ହାନି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁମାନଙ୍କର ଆର୍ଦ୍ରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ :ସବୁଜ, ସଂଖ୍ୟା: ୧୨, ଆରାଧନା : ମା’ ଛିନ୍ନମସ୍ତା ।
କର୍କଟ : ତୃତୀୟ ଓ ଚତୁର୍ଥ ଚନ୍ଦ୍ର, ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତତିଥିର ପ୍ରଭାବ ରହିବ ନାହିଁ । ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସାହାଯ୍ୟ, ସହଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଲେଷା କର୍କଟ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ସମଲେଶ୍ୱରୀ ।
ସିଂହ : ଘାତବାର ଓ ଦ୍ୱିତୀୟ ଚନ୍ଦ୍ର ଅପରାହ୍ଣ ୧ଟା ୨୨ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ସଫଳତା ଓ ବାଧାବିଘ୍ନ ଲାଗି ରହିବ । ଏହାପରେ ତୃତୀୟ ଚନ୍ଦ୍ର ଓ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ କର୍ମରେ ଓ ବ୍ୟବସାୟରେ ମଧ୍ୟମ ଧରଣର ଶୁଭଫଳ ମିଳିବ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା : ଘାତବାର ଅପରାହ୍ଣ ୧ଟା ୨୨ ମିନିଟ୍ ପର୍ଯ୍ୟନ୍ତ ଭୋଗ ହେଉଥିବାରୁ ଏବଂ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ସ୍ୱଜନ, ପରିଜନଙ୍କ ସହ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ପଡ଼ୋଶୀଙ୍କ ସହ ସଦ୍ଭାବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଏହାପରେ ଦ୍ୱିତୀୟ ଚନ୍ଦ୍ର ଯୋଗୁ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରା କନ୍ୟା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
ତୁଳା : ଦ୍ୱାଦଶ ଚନ୍ଦ୍ର ଓ ଶ୍ରୀଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା, ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ବ୍ୟବସାୟ କର୍ମରେ କୌଣସି ଦୂରସ୍ଥାନକୁ ଯାତ୍ରା କରିବେ । କର୍ମରେ ସଫଳତା ଏବଂ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ ରୂପ ଦେବାରେ ସମର୍ଥ ହେବେ । ଯେଉଁମାନଙ୍କର ସ୍ୱାତୀ ଓ ବିଶାଖା ତୁଳା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।
ବିଛା : ଏକାଦଶ ଚନ୍ଦ୍ର,ଦ୍ୱାଦଶ ଚନ୍ଦ୍ର ଏବଂ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଧନର ସତ୍ ବିନିଯୋଗ କରିବେ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ମନରେ ଦୃଢ଼ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।
ଧନୁ : ଦଶମ ଓ ଏକାଦଶ ଚନ୍ଦ୍ର ଓ ମଙ୍ଗଳଙ୍କ ନକ୍ଷତ୍ର ସାରାଦିନ ଭୋଗ ହେଉଥିବାରୁ କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆୟର ନୂତନ ମାର୍ଗ ଖୋଲିବ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ଧୂମାବତୀ ।
ମକର : ଅପରାହ୍ଣ ୧ଟା ୨୨ ମିନିଟ୍ ପର୍ଯ୍ୟନ୍ତ କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା, ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଏହାପରେ ଦଶମ ଚନ୍ଦ୍ର ଯୋଗୁ ହୃତ ଗୌରବ, ହୃତ ସମ୍ମାନ ଫେରି ପାଇବେ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ ମିଳିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ଅଷ୍ଟମ ଓ ନବମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଯାନାବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ ଏବଂ ପଦସ୍ଥ ଅଧିକାରୀ, କ୍ଷମତାଶାଳୀ ବ୍ୟକ୍ତି, ଗୁରୁଜନଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷାକରିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ :ମାଟିଆ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।
ମୀନ : ଅପରାହ୍ଣ ୧ଟା ୨୬ ମିନିଟ୍ ପର୍ଯ୍ୟନ୍ତ ସପ୍ତମ ଚନ୍ଦ୍ର ଯୋଗୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ଧନ ମିଳିବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଏହାପରେ ଅଷ୍ଟମ ଚନ୍ଦ୍ର ଯୋଗୁ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା : ମା’ ଧୂମାବତୀ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩