ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ବିଦ୍ୟୁତ୍ ଆଘାତରେ ଛାତ୍ର ମୃତ୍ୟୁ ଘଟଣା; ଦୋଷୀଙ୍କୁ ନିଶ୍ଚିତ ଦଣ୍ଡ ମିଳିବ : ସୋଫିଆ ଫିର୍ଦୋସ

Published By : Swapna Ray | November 18, 2024 2:05 PM

ଭୁବନେଶ୍ୱର, ୧୮।୧୧: ବାଲିଯାତ୍ରା ବୁଲିବା ପାଇଁ ଯିବା ସମୟରେ ବିଦ୍ୟୁତ୍ ଆଘାତରେ ଛାତ୍ର ମୃତ୍ୟୁ ଘଟଣା । କଟକ କ୍ୟାଣ୍ଟନମେଣ୍ଟ ଥାନାରେ ପରିବାର ଲୋକଙ୍କ ପକ୍ଷରୁ ଏତଲା ଦିଆଯାଇଥିବା ଜଣାପଡ଼ିଛି । ଘଟଣାର ପୁଙ୍ଖାନୁ ପୁଙ୍ଖ ତଦନ୍ତ କରିବା ସହ ସିସିଟିଭି ଯାଞ୍ଚ କରିବା ପାଇଁ ଦାବି   ହୋଇଛି । ଘଟଣା ପାଇଁ ଦାୟୀ କର୍ତ୍ତୁପକ୍ଷଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ୟ ପରିବାର ଲୋକ ଦାବି କରିଛନ୍ତି । 

ସୂଚନାନୁସାରେ, ରବିବାର ରାତିରେ ବିଦ୍ୟୁତ୍ ଆଘାତରେ ଛାତ୍ର ବିଶ୍ଵ ପ୍ରକାଶ ମନ୍ଥନଙ୍କ ମୃତ୍ୟୁ ଘଟିଥିଲା । ଯାତ୍ରା ପଡ଼ିଆ ସମ୍ମୁଖ ରିଂ ବନ୍ଧର ଦୁଇ ରାସ୍ତା ମଝିରେ ଥିବା ବାଡ଼ରେ ସଜାଯାଇଥିବା ଲିଚୁ ଲାଇଟ୍‌ ତାର ସଂସ୍ପର୍ଶରେ ଆସି ବିଶ୍ୱପ୍ରକାଶଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଥିଲା । ବାରବାଟି କଟକ ବିଧାୟିକା ସୋଫିଆ ଫିର୍ଦୋସ ମୃତ ଛାତ୍ରଙ୍କ ପରିବାରକୁ ଭେଟିଛନ୍ତି । ଏହି ଅଘଟଣ ପାଇଁ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ବିଧାୟିକା ସୋଫିୟା ଦାବି କରିଛନ୍ତି । ଚଳିତ ବାଲିଯାତ୍ରା ବିଭ୍ରାଟକୁ ନେଇ ଆସନ୍ତା ବିଧାନସଭାରେ ପ୍ରଶ୍ନ ଉଠାଇବେ ବୋଲି କହିଛନ୍ତି ବିଧାୟିକା ।

ଅନ୍ୟପଟେ ଘଟଣାର ତଦନ୍ତ ଆରମ୍ଭ କରିଛି କ୍ୟାଣ୍ଟନମେଣ୍ଟ ଥାନା ପୋଲିସ । କିଏ ଲିଚୁ ଲାଇଟ୍ ଲଗାଇଥିଲା ? ବିଦ୍ୟୁତ୍ କାର୍ଯ୍ୟ କାହା ଦାୟିତ୍ଵରେ ଥିଲା ? କିଏ ଏହି ଅବହେଳା ପାଇଁ ଦାୟୀ ? ଏସବୁକୁ ନେଇ କିଛି ବ୍ୟକ୍ତିଙ୍କୁ ପୋଲିସ ପଚରାଉଚରା କରୁଛି । ଘଟଣାର ତଦନ୍ତ ପାଇଁ ବିଦ୍ୟୁତ୍ ବିଭାଗ ପକ୍ଷରୁ ଏକ ଟିମ୍ ଗଠନ କରାଯାଇଛି । ଯିଏ ଏହି ଅବହେଳା ପାଇଁ ଦାୟୀ ତଦନ୍ତରେ ଜଣାପଡ଼ିଲେ ତା’ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । ଏହା ଜଣାତରେ ହୋଇଛି କି ଅଜାଣତରେ ତାହା ମଧ୍ୟ ତଦନ୍ତ କରାଯାଉଛି । ମୃତ ଛାତ୍ରଙ୍କ ପରିବାରକୁ ପ୍ରଶାସନର ନିୟମ ଅନୁସାରେ କ୍ଷତିପୂରଣ ଦିଆଯାଇଥିବା ଜିଲ୍ଲାପାଳ ଦତ୍ତାତ୍ରେୟ ଭାଓ ସାହେବ୍ ଶିନ୍ଧେଙ୍କ ସୂଚନା ଦେଇଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.