ପ୍ରମୂଖ ଖବର
  • ଯାଜପୁର : ରିଲ୍ସ ବନାଇବା ହେଲା କାଳ, ଝରଣାରେ ବୁଡି ୨ ଯୁବକ ମୃତ
  • ||
  • ଗଞ୍ଜାମ: ରାସ୍ତାରୁ ୧୦ ଫୁଟ ତଳକୁ ଖସିଲା ବାଇକ୍‌, ଯୁବକ ମୃତ
  • ||
  • ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଲେ
  • ||
  • ରାଜଧାନୀରୁ ୪ କୋଟିର ମାରିଜୁଆନା ଜବତ, ପ୍ରେମୀ ଯୁଗଳ ଅଟକ
  • ||
  • ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ, ମହିଳା ପର୍ଯ୍ୟଟକଙ୍କୁ ମିଳିବ ସୁବିଧା
  • ||
  • ଶିକ୍ଷା ବିଭାଗର ନିର୍ଦ୍ଦେଶନାମାକୁ ଫୁ... ସ୍ଵାଧିନତା ଦିବସରେ ଦେଲେନି ମଧ୍ୟାହ୍ନ ଭୋଜନ, ୫୬ଟି ସ୍କୁଲ୍‌କୁ ନୋଟିସ୍
  • ||
  • ଟାରିଫ୍ ୱାର ଭିତରେ ଭାରତରେ ତାର ରାଷ୍ଟ୍ରଦୂତ ବଦଳାଇବ ଆମେରିକା, ସର୍ଜିଆ ଗୋରଙ୍କ ନାମ ଘୋଷଣା କଲେ ଟ୍ରମ୍ପ
  • ||
  • ପଞ୍ଜାବରେ ଏଲପିଜି ଟ୍ୟାଙ୍କରରେ ଭୟଙ୍କର ବ୍ଲାଷ୍ଟ : ଜଳିଗଲା ୧୫ଟି ଦୋକାନ, ୨ ଜୀବନ୍ତ ଦଗ୍ଧ, ୩୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ଚମୋଲିରେ ରାତି ଅଧରେ ଫାଟିଲା ବାଦଲ; ଥରାଲୀ ଗାଁରେ ଧ୍ୱଂସଲୀଳା, ପୋତି ହୋଇଗଲା ଘର
  • ||
  • ଶ୍ରୀମନ୍ଦିରରେ ସାତପୁରୀ ଅମାବାସ୍ୟାର ସ୍ୱତନ୍ତ୍ର ନୀତି, ସକାଳଧୂପରେ ଠାକୁରଙ୍କୁ ସାତପୁରୀ ଭୋଗ ଅର୍ପଣ ହେବ
  • ||
  • ସମ୍ବଲପୁର: ଖୋଲିଲା ହୀରାକୁଟ ଗେଟ, ୪ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ
  • ||
  • ଯୁକ୍ତ ତିନି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ ଆରମ୍ଭ, ଖାଲିପଡ଼ିଛି ୯୯ ହଜାର ସିଟ୍‌
  • ||
  • ଲଘୁଚାପ ସକ୍ରିୟ: ଆଜିଠୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା,୩ ଜିଲ୍ଲାକୁ ଅରେଞ୍ଜ, ୨୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ମଦ୍ୟପ ଶିକ୍ଷକଙ୍କ ଉନ୍ମକ୍ତକାଣ୍ଡ, ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିଲେ

Published By : Suraj Kumar | August 23, 2025 4:10 PM

ସଇଁତଲା,୨୩।୮ : ସଇଁତଳା ଥାନା ଅନ୍ତର୍ଗତ ଜୁରାବନ୍ଧ ପଞ୍ଚାୟତ ଅନ୍ତର୍ଗତ ଗୁଦ୍ରାମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ମଦ୍ୟପ ଶିକ୍ଷକଙ୍କ ମାଡ଼ରେ ଜଣେ ଛାତ୍ର ଆହତ ହୋଇଛି । ଛାତ୍ରଙ୍କ ପରିବାର ପକ୍ଷରୁ ଏ ନେଇ ଟିକ୍ରାପଡ଼ା ଫାଣ୍ଡିରେ ଲିଖିତ ଅଭିଯୋଗ କରାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶିକ୍ଷକଙ୍କୁ ଉଠାଇନେଇ ତଦନ୍ତ କରୁଥିବା ଜଣାପଡିଛି।

ଗୁଦ୍ରାମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଗ୍ରାମର ବନବାସ ସୁନାଙ୍କ ପୁତ୍ର ତୃତୀୟ ଶ୍ରେଣୀରେ ସ୍କୁଲରେ ପାଠ ପଢ଼ୁଛି ।   ଶିକ୍ଷକ ପ୍ରତାପ କୁମାର ନନ୍ଦ କୌଣସି କାରଣକୁ ନେଇ ଛାତ୍ରଙ୍କୁ ପ୍ରବଳ ମାଡ଼ ମାରିଥିବା ଅଭିଯୋଗ ‌ହୋଇଛି। ଫଳରେ ଛାତ୍ର ଜଣକ ଅସୁସ୍ଥ ହୋଇ ପଡ଼ିଥିଲା। ପରିବାର ବର୍ଗଙ୍କୁ ପୁଅ ଅସୁସ୍ଥ ହୋଇପଡ଼ିଥିବା କର୍ତ୍ତୃପକ୍ଷ ଜଣାଇବା ପରେ ପରିବାର ଏବଂ ଗ୍ରାମବାସୀ ବିଦ୍ୟାଳୟରେ ପହଞ୍ଚି ଶିକ୍ଷକଙ୍କ ଏଭଳି କାର୍ଯ୍ୟ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିବା ସହ ବିଦ୍ୟାଳୟ ପରିଚାଳନା କମିଟିକୁ ଅବଗତ କରିଥିଲେ । ପରେ ଛାତ୍ରର ବାପା ବନବାସ ସୁନା ଟିକ୍ରାପଡ଼ା ଫାଣ୍ଡିକୁ ଯାଇ ଲିଖତ ଅଭିଯୋଗ କରିଥିଲେ।  ଫାଣ୍ଡି ଅଧିକାରୀ ଘଟଣାସ୍ଥଳକୁ ଆସି ଶିକ୍ଷକଙ୍କୁ ନେଇଯାଇଥିଲେ । 

ପୂର୍ବରୁ ଶିକ୍ଷକ ଜଣକ ମଦ ପିଇ ବିଦ୍ୟାଳୟକୁ ଆସୁଥିବା ନେଇ ଗ୍ରାମବାସୀ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ନିକଟରେ ଅଭିଯୋଗ କରିବାପରେ ମଧ୍ୟ ଅଦ୍ୟାବଧ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବାରୁ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି।  ଶିକ୍ଷକଙ୍କୁ ତୁରନ୍ତ ବଦଳି ନ କଲେ ଆଗାମୀ ଦିନରେ ବିଦ୍ୟାଳୟରେ ତାଲା ପକାଯିବ ବୋଲି ଚେତାବନୀ ଦେଇଛନ୍ତି । ସେହିପରି ଶିକ୍ଷକ ଜଣକ ବିଦ୍ୟାଳୟରେ ଶୋଇ ରହିଥିବାର ଏକ ଭିଡ଼ିଓ ଅଞ୍ଚଳରେ ଭାଇରାଲ ହେଉଛି । ଯାହାକୁ ନେଇ ବୁଦ୍ଧିଜିବୀ ମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଛି । ଏନେଇ ବ୍ଲକ ଶିକ୍ଷା ଅଧିକାରୀ ଦିଲୀପ କୁମାର ଯୋଶୀଙ୍କୁ ପଚାରିବାରୁ ତଦନ୍ତ ପରେ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ସୂଚନା ଦେଇଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.