ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ସେନାର ଅପରେସନ୍ ମହାଦେବକୁ ବଡ଼ ସଫଳତା, ଯବାନଙ୍କ ଗୁଳିରେ ୩ ଆତଙ୍କୀ ସଫା
  • ||
  • ଭୁବନେଶ୍ବର: ସତ୍ୟବିହାର ଅଞ୍ଚଳରେ ମହିଳା ହଷ୍ଟେଲରେ ଅଗ୍ନିକାଣ୍ଡ,ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ରାଉରକେଲା : ଠିକା କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କେନ୍ଦ୍ରାପଡ଼ା: ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ; ବିଜ୍ଞାନ ଶିକ୍ଷକକୁ ନିଲମ୍ବନ କଲେ ଜିଲ୍ଲା ଶିକ୍ଷାଧିକାରୀ
  • ||
  • ବଳଙ୍ଗା ନାବାଳିକା ପୋଡ଼ି ମାମଲା: ବଢ଼ିଲା ସୁରକ୍ଷା, ପୀଡ଼ିତାଙ୍କ ଘରେ ପୁଲିସ ମୁତୟନ
  • ||
  • ବାଲେଶ୍ୱର : ଧାମରାରେ ମିସାଇଲ୍‌ ପ୍ରଳୟ-୬ର ସଫଳ ପରୀକ୍ଷଣ, ୧୫୦ ରୁ ୫୦୦ କିମି ଯାଏଁ କରିପାରିବ ଲକ୍ଷ୍ୟଭେଦ
  • ||
  • ନାଇଜେରିଆର ଡଙ୍ଗା ବୁଡ଼ି ୨୫ ମୃତ; ଅନେକ ନିଖୋଜ, ଡଙ୍ଗାରେ ଥିଲେ ମୋଟ୍ ୧୦୦ ଯାତ୍ରୀ
  • ||
  • ଫିଡେ ମହିଳା ଚେସ୍‌ ବିଶ୍ୱକପ୍‌ ଫାଇନାଲ୍‌: ଦିବ୍ୟା-ହମ୍ପି ଦ୍ୱିତୀୟ କ୍ଲାସିକାଲ ଗେମ୍‌ ଡ୍ର’, ଆଜି ଟାଇବ୍ରେକରେ ଫଳାଫଳ ନିର୍ଣ୍ଣୟ
  • ||
  • ଭଦ୍ରକରେ ବନ୍ୟା ବିତ୍ପାତ; ୪ ପଞ୍ଚାୟତରେ ୨ ଦିନ ସ୍କୁଲ୍‌ ଛୁଟି
  • ||
  • ଜର୍ମାନୀରେ ଲାଇନଚ୍ୟୁତ ହେଲା ଟ୍ରେନ; ୩ ମୃତ, ୩୪ ଆହତ
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାରେ ୧୧ ହଜାର ଲୋକ ପ୍ରଭାବିତ, ପାଣିଘେରରେ ଯାଜପୁରର ୧୧ ପଞ୍ଚାୟତ
  • ||
  • ଜଗତସିଂହପୁର : ବାଇକ୍‌କୁ ପିଟିଲା ବସ୍‌; ଜଣେ ମୃତ, ଜଣେ ଗୁରୁତର
  • ||
  • ବାରାବାଙ୍କୀ ଅବସାନେଶ୍ୱର ଶିବ ମନ୍ଦିରରେ ଦଳାଚକଟା, ୨ ଶ୍ରଦ୍ଧାଳୁ ମୃତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ଆଜି ଅପରାହ୍ନ ୬ଟାରୁ ରାତି ୧୦ ଦର୍ଶନ ମନା
  • ||
  • ଶ୍ରାବଣ ମାସର ତୃତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

କମାଅ ଛାତ୍ରଛାତ୍ରୀଙ୍କ ବସ୍ତାନି ବୋଝ, ଡିଇଓଙ୍କୁ ଓସେପାର କଡ଼ା ନିର୍ଦ୍ଦେଶ

Published By : Prameya | July 27, 2025 8:55 AM

ଭୁବନେଶ୍ୱର,୨୭/୦୭: କୋମଳମତି ପିଲାମାନେ ଅଧିକ ଓଜନର ବସ୍ତାନି ନେଇ ସ୍କୁଲ ଯାଇପାରିବେନି । ଏଥିପାଇଁ ୨୦୧୯ ମସିହାରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶାନାମା ଜାରି କରାଯାଇଛି ।  ହେଲେ ଏବେ ବି ଏହି ନିୟମ ଉଲ୍ଲଂଘନ ହେଉଛି । ଛାତ୍ରଛାତ୍ରୀ ଅଧିକ ଓଜନର  ବସ୍ତାନି ଧରି ସ୍କୁଲ ଯାଉଥିବା ବେଳେ ଶିକ୍ଷକ ଏ ଦିଗରେ ଆଦୌ ଧ୍ୟାନ ଦେଉନାହାନ୍ତି ଯାହାକୁ ନେଇ ବାରମ୍ବାର ଅଭିଯୋଗ ହେଉଛି । 

୨୦୨୪ରେ  ଓଏଚ୍‌ଆର୍‌ସିରେ ଜଣେ ମାନବାଧିକାର କର୍ମୀ ମଧ୍ୟ ଏ ନେଇ ମାମଲା ରୁଜୁ କରିଥିଲେ । ତେଣୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶାନାମା  ୫୭୦୭/୮/୩/୨୦୧୯କୁ କଡ଼ାକଡ଼ି ଭାବରେ ପାଳନ କରିବାକୁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ କହିଛନ୍ତି । ରାଜ୍ୟରେ ଥିବା ସମସ୍ତ ସରକାରୀ,  ସରକାରୀ ସହାୟତାପ୍ରାପ୍ତ ଏବଂ ଘରୋଇ ବିଦ୍ୟାଳୟଗୁଡିକ ଏହି ନିୟମ  ମାନିବାକୁ ବାଧ୍ୟ । ସେମାନେ କି ପଦକ୍ଷେପ ନେଲେ ତାହା ଓସେପାକୁ ୩  ଦିନ ମଧ୍ୟରେ ଜଣାଇବାକୁ ସମସ୍ତ ଡିଇଓମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।  ସ୍କୁଲକୁ ଅଧିକ ଓଜନର ବ୍ୟାଗ ନ ନେବାକୁ ନିର୍ଦ୍ଦେଶାବଳୀ ରହିଛି ।

 ଉକ୍ତ  ନିର୍ଦ୍ଦେଶାବଳୀ କହୁଛି, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀର ଛାତ୍ରଛାତ୍ରୀ ଦେଢ କେଜି  ଓଜନର ବ୍ୟାଗ ନେଇ ସ୍କୁଲ ଯିବେ । ତୃତୀୟରୁ ପଞ୍ଚମ ପର୍ଯ୍ୟନ୍ତ ୨-୩  କେଜି, ଷଷ୍ଠ ଓ ସପ୍ତମ ପାଇଁ ୪ କେଜି, ଅଷ୍ଟମ ଓ ନବମ ପାଇଁ ୪.୫ କେଜି  ଏବଂ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ବହିଖାତା ସହ ବ୍ୟାଗର ଓଜନ ୫ କେଜି ରହିବା ଉଚିତ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.