ପ୍ରମୂଖ ଖବର
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

କମନ୍‌ ରୁମ୍‌ ଦାବିରେ ଭଗବତୀ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ରାସ୍ତାରୋକ, ଯାତାୟାତ ବାଧାପ୍ରାପ୍ତ

Published By : Harapriya Sethi | February 27, 2025 1:22 PM

କୋଣାର୍କ,୨୭/୦୨: ଉନ୍ନତ ଧରଣର କମନ୍‌ ରୁମ୍‌ ନିର୍ମାଣ କରିବାକୁ ଦାବି କରି ରାସ୍ତାରୋକ କଲେ କୋଣାର୍କ ଭଗବତୀ ମହାବିଦ୍ୟାଳୟର ଛାତ୍ରଛାତ୍ରୀ । ଗୁରୁବାର ଦିନ ୧୨ଟାରେ ମହାବିଦ୍ୟାଳୟ ଫାଟକ ସମ୍ମୁଖରେ ଛାତ୍ରଛାତ୍ରୀମାନେ ଧାରଣା ଦେଇଥିଲେ । ଫଳରେ କୋଣାର୍କ-ଭୁବନେଶ୍ଵର ମୁଖ୍ୟ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହାନ ଗୁଡିକ ଅଟକି ରହିଥିଲା । କିଛି ସମୟ ପରେ କୋଣାର୍କ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିଥିଲେ। 

ସୂଚନା ମୁତାବକ, ଭଗବତୀ ମହାବିଦ୍ୟାଳୟରେ ଉନ୍ନତ ଧରଣର କମନ୍‌ ରୁମ୍‌ ନିର୍ମାଣ ଏବଂ ଅନ୍ୟାନ୍ୟ ସମସ୍ୟା ସମ୍ପର୍କରେ ବାରମ୍ବାର ଅଧ୍ୟକ୍ଷଙ୍କୁ ଲିଖିତ ଭାବେ ଅଭିଯୋଗ କରିଥିଲେ ଛାତ୍ରଛାତ୍ରୀ । ହେଲେ କଲେଜ୍‌ କର୍ତ୍ତୃପକ୍ଷ ଏଥିପ୍ରତି କର୍ଣ୍ଣପାତ କରୁନଥିବାରୁ ଛାତ୍ରଛାତ୍ରୀମାନେ ଅଭିଯୋଗ କରି ରାସ୍ତାରୋକ କରିଛନ୍ତି । ଏହା ଦେଖି ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ କୋଣାର୍କ ପୋଲିସ ଓ ମହାବିଦ୍ୟାଳୟର ଅଧ୍ୟାପକ ବୁଝାସୁଝା କରିବାରୁ ଛାତ୍ରଛାତ୍ରୀମାନେ ଧାରଣାରୁ ଉଠିଥିଲେ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.