ପ୍ରମୂଖ ଖବର
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ଉତ୍କଳ ବିଶ୍ବବିଦ୍ୟାଳୟରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଉଦ୍ଧାର କଲା ପୋଲିସ

Published By : Prameya | March 30, 2025 9:53 AM

ଭୁବନେଶ୍ୱର ୩୦/୦୩: ବାଣୀବିହାର ଉତ୍କଳ ବିଶ୍ୱବିଦ୍ୟାଳୟରେ ଅଘଟଣ। ମଧୁସୂଦନ ହଷ୍ଟେଲରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ। ମୃତକ ଫିଲୋସଫି ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର ତାପସ କୁମାର ନାୟକ ବୋଲି ଜଣାପଡିଛି। ଛାତରୁ ଖସି ମୃତ୍ୟୁ ହୋଇଥିବା ସୂଚନା ମିଳିଥିବା ବେଳେ ବର୍ତ୍ତମାନ ଯାଏ କୌଣସି ସଠିକ୍ କାରଣ ଜଣାପଡିନାହିଁ। ଘଟଣାସ୍ଥାଳରେ ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ କ୍ୟାପିଟାଲ ହସ୍ପିଟାଲ ପଠାଇଛି। ପୁଲିସ ବିଭିନ୍ନ ଦିଗର ତଦନ୍ତ ଆରମ୍ଭ କରିଛି। ଛାତ୍ରବାସୀଙ୍କୁ ପଚରାଉଚାରା କରିବା ସହ ରୁମ୍ ମଧ୍ୟ ଯାଞ୍ଚ କରିଛି। 

ସୂଚନା ମୁତାବିକ, ଆଜି ସକାଳୁ ମଧୁସୂଦନ ଛାତ୍ରାବାସ ନିକଟରୁ ଫିଲୋସଫି ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର ତାପସ କୁମାର ନାୟକ ରକ୍ତାକ୍ତ ଅବସ୍ଥାରେ ମିଳିଥିଲା। ତାଙ୍କୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲ ପଠାଯାଇଥିଲା ।ସେଠାରେ ତାପସଙ୍କ ମୃତ୍ୟୁ ହୋଇଥିବା ଡାକ୍ତର ଘୋଷଣା କରିଥିଲେ। 

ଗତ ରାତିରେ ସାଙ୍ଗମାନଙ୍କ ସହ ଖାଇପିଇ ଶୋଇବାକୁ ଯାଇଥିଲେ। ତେବେ ଗୋଟିଏ ରାତିକ ଭିତରେ କଣ ଘଟିଥିଲା ଯେ ତାଙ୍କ ମୃତ୍ୟୁ ଘଟିଛି। ତାଙ୍କୁ ନେଇ ଛାତ୍ରଙ୍କ ବନ୍ଧୁମାନେ ଅଭିଯୋଗ କରିଛନ୍ତି।  ଅନ୍ୟପଟେ ପରିବାରଲୋକ ଥାନାରେ ଅଭିଯୋଗ କରିଛନ୍ତି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.