ପ୍ରମୂଖ ଖବର
  • ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ରାନିଲ ବିକ୍ରମାସିଂଘେ ଗିରଫ
  • ||
  • କଟକ : ବଡ଼ମ୍ବା ପୁଲିସର ସଫଳତା, ଦୁର୍ଦ୍ଦାନ୍ତ ଅପରାଧୀ ପପୁ ଚୌଧୁରୀ ଗିରଫ
  • ||
  • ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା : ଏଣିକି ସରକାରୀ ବସ୍‌ରେ ଫ୍ରିରେ ଯାତାୟାତ କରିବେ ପ୍ରଥମରୁ ପ୍ଲସ୍ ଟୁ
  • ||
  • ବୁଲା କୁକୁର ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ସେଲ୍ଟର ହୋମ୍‌ ନୁହେଁ ବନ୍ଧ୍ୟାକରଣ ହିଁ ସମାଧାନ
  • ||
  • କଟକ : ଚନ୍ଦକାରୁ ଆଠଗଡ଼ ରେଞ୍ଜ; ଭରା ମହାନଦୀ ପାର୍ ହେଲେ ୨୨ଟିକିଆ ହାତୀପଲ
  • ||
  • ଦିଗପହଣ୍ଡି : ଝରଣାରେ ଗାଧୋଇବା ବେଳେ ପାହାଡ଼ ଉପରୁ ଖସି ଆସିଲା ପଥର, ଚାପି ହୋଇ ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଚୌଦ୍ୱାର: କଟକ CDMOର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳନୀନ ୫ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ମହିଳା ଏସିଆ କପ୍‌ ହକି: ଭାରତୀୟ ଦଳ ଘୋଷଣା, ସଲିମା ଟେଟେ ନେବେ ନେତୃତ୍ୱ, ଓଡ଼ିଶାରୁ ସୁନେଲିତା
  • ||
  • ଆମେରିକାରେ ଭୂକମ୍ପର ଜୋରଦାର ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୮.୦ ରେକର୍ଡ
  • ||
  • ବୁଲା କୁକୁର ଉପରେ ଆଜି ସୁପ୍ରିମ୍‌ ଶୁଣାଣି, ସ୍ଥଗିତାଦେଶ ଆବେଦନ ଉପରେ ଶୁଣାଣି କରିବେ ଖଣ୍ଡପୀଠ
  • ||
  • ଆସନ୍ତାରେ ୩୧ ହେବାକୁ ଥିବା ସ୍ପେସାଲ୍‌ ଓଟିଇଟି ପୁଣି ସ୍ଥଗିତ, ଆଶଙ୍କାରେ ୭୫ ହଜାର ଇନ୍‌ସର୍ଭିସ୍‌ ଶିକ୍ଷକ
  • ||
  • ହିନ୍ଦୋଳ : ମଦ୍ୟପ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବୃଦ୍ଧ ବଡ଼ବାପାକୁ ଗାଁ ଦାଣ୍ଡରେ ଘୋଷାଡ଼ି ବାଡ଼େଇଲା ପୁତୁରା
  • ||
  • ଅନୁଗୁଳ କାରାଗାରର ବିଚାରାଧୀନ କଏଦୀଙ୍କ ମୃତ୍ୟୁ
  • ||
  • ଆସୁଛି ଆଉ ଦୁଇଟି ଲଘୁଚାପ: ଆସନ୍ତା ୨୬ ଯାଏ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ
  • ||

ଖରସ୍ରୋତା ନଦୀକୁ ଡେଇଁ ନିଖୋଜ ଥିଲେ ଛାତ୍ର, ୨ ଦିନ ପରେ ମୃତଦେହ ଉଦ୍ଧାର

Published By : Rasmita Pradhan | August 22, 2025 10:17 AM

ଯାଜପୁର, ୨୨/୦୮ : ଯାଜପୁର ସଦର ଥାନା ଅନ୍ତର୍ଗତ ଖରସ୍ରୋତା ନଦୀକୁ ଡେଇଁ ନିଖୋଜ ଥିଲେ ଛାତ୍ର। ଦୁଇ ଦିନ ପରେ ଉଦ୍ଧାର ହେଲା ମୃତଦେହ। ଖରସ୍ରୋତା ନଦୀର ଶାଖା ତନ୍ତୀ ନଦୀରୁ ଆଜି ଅଗ୍ନିଶମ ବାହିନୀ ମୃତଦେହ ଉଦ୍ଧାର କରିଛି। ଛାତ୍ରଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। 

ସୂଚନା ଅନୁଯାୟୀ, ଧର୍ମଶାଳା ଥାନା ଅନ୍ତର୍ଗତ ଆରୁଆ ଗ୍ରାମର ସ୍ଵୟମ୍ ସ୍ମୃତି ଶେଖର ଜେନା ନରସିଂହ ଚୌଧୁରୀ ସ୍ଵୟଂଶାସିତ ମହାବିଦ୍ୟାଳୟର BCA  ଦ୍ୱିତୀୟ ବର୍ଷର ଛାତ୍ର ଥିଲେ । ସେ ହଷ୍ଟେଲରେ ରହି ପାଠ ପଢୁଥିଲେ। ଗତ ୨୦ ତାରିଖ ରାତିରେ ସେ ଖରସ୍ରୋତା ନଦୀକୁ ଡେଇଁ ପଡ଼ି ନିଖୋଜ ଥିଲେ। ଗତକାଲି ଉଦ୍ଧାର କାର୍ଯ୍ୟରେ ତିନୋଟି ଅଗ୍ନିଶମ ବାହିନୀ ଟିମ୍ ନିୟୋଜିତ ହୋଇଥିଲେ। ଗୋଟିଏ ଓଡ୍ରାଫ୍ ଏବଂ ଦୁଇଟି ଅଗ୍ନିଶମ ଟିମ୍ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଚଳାଇଥିଲେ। ହେଲେ ଛାତ୍ରଙ୍କର କୌଣସି ପତ୍ତା ମିଳିନଥିଲା। ଆଜି ତାନ୍ତିଘାଇ ନିକଟରେ ଜଣେ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ଖବର ଦେବା ପରେ ବାରୁଆଁ ଅଗ୍ନିଶମ କର୍ମଚାରୀ ପହଞ୍ଚି ଛାତ୍ରଙ୍କ ମୃତଦେହକୁ ଉଦ୍ଧାର କରିଥିଲେ। ତେବେ ଛାତ୍ର ଜଣଙ୍କ କାହିଁକି ନଦୀକୁ ଡେଇଁ ପଡ଼ିଲେ ତାହା ଏବେବି ସନ୍ଦେହ ଘେରରେ ରହିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.