ପ୍ରମୂଖ ଖବର
  • ହାଇପ୍ରୋଫାଇଲ ଠକ ଯୋଡି ହଂସିକା-ଅନିଲଙ୍କୁ ଆଶ୍ବସ୍ତି, ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ୍
  • ||
  • ଦେବଗଡ଼ : ଶଗଡ଼ ଗାଡ଼ିକୁ ଧକ୍କା ଦେଇ ଅଜଣା ଗାଡ଼ି ଫେରାର, ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର
  • ||
  • ବୈପାରୀଗୁଡ଼ା ଥାନା ପରିସରରେ ଅଗ୍ନିକାଣ୍ଡ, ଜଳିଗଲା ୨ ଜବତ ଗାଡି
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ, ଦିଲ୍ଲୀ ବାସଭବନ ୮୪ ବର୍ଷ ବୟସରେ ବିୟୋଗ
  • ||
  • ଜାମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାମୁହିଁ; ଜଣ ଆତଙ୍କୀ ସଫା
  • ||
  • ସୁନ୍ଦରଗଡ଼ : ଗୋମାଂସକୁ ନେଇ ମୁଣ୍ଡାଗାଁରେ ଉତ୍ତେଜନା, ଜଣେ ଗିରଫ
  • ||
  • ଶ୍ରୀମନ୍ଦିରର ନୀଳଚକ୍ରରେ ଉଡ଼ୁଥିବା ପତିତପାବନ ବାନାରେ ପଡ଼ିଲା ଶୂନ୍ୟ ଗଣ୍ଠି, ଦେଖିବାକୁ ମିଳିଲା ଦୁର୍ଲଭ ଦୃଶ୍ୟ
  • ||
  • ବିଧାନସଭା ବଜେଟ୍ ଅଧିବେଶନ, ଆରମ୍ଭରୁ ବିରୋଧିଙ୍କ ହଟ୍ଟଗୋଳ, ଧୋଇଗଲା ପ୍ରଶ୍ନକାଳ, ଦିନ ୧୨ଟା ୧୫ ମିନିଟ୍ ଯାଏ ଗୃହ ମୁଲବତୀ
  • ||
  • ନବ ଦାସ ହତ୍ୟା ମାମଲା: ସିବିଆଇ ତଦନ୍ତ ଦାବିରେ ଚିଠି ଲେଖିଲେ ପତ୍ନୀ
  • ||
  • ଚନ୍ଦ୍ରଭାଗାରେ ବୁଡ଼ି ମହିଳା ଗୁରୁତର, ଉଦ୍ଧାର କଲା କୋଣାର୍କ ଅଗ୍ନିଶମ ବାହିନୀ
  • ||
  • ଜଳେଶ୍ୱର : ବ୍ୟବସାୟୀଙ୍କ ଘରୁ ଲୁଟ୍‌, ୫୦ ଲକ୍ଷର ସୁନା ଗହଣା ସହ ୧୦ ଲକ୍ଷ ଟଙ୍କା ଚୋରି କଲେ ଦୁର୍ବୃତ୍ତ
  • ||
  • ଦୁଇ ଦିନ ପ୍ରଚଣ୍ଡ ତାତି ମିଳିବନି ନିସ୍ତାର: ୭ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା,୧୯ରୁ କମିବ
  • ||

ସ୍କୁଲ ଗେଟ୍‌ରେ ପଡିଲା ତାଲା, ଶିକ୍ଷକଙ୍କ ବଦଳି ପ୍ରତିବାଦରେ ଧାରଣା

Published By : Harapriya Sethi | February 8, 2025 10:20 AM

ଭୁବନେଶ୍ୱର,୦୮/୦୨: ବିଜ୍ଞାନ ଶିକ୍ଷକଙ୍କ ବଦଳି ପ୍ରତିବାଦରେ ସ୍କୁଲ ଗେଟ୍‌ରେ ପଡ଼ିଲା ତାଲା । ତାଲା ପକାଇ ଧାରଣ ଦେଲେ ଛାତ୍ରଛାତ୍ରୀ ଏବଂ ଅବିଭାବକ । ଗଞ୍ଜାମ ଜିଲ୍ଲା ଖଟୁଆକୁଦା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଖଟୁଆକୁଦା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୬୦ ଜଣ ଛାତ୍ରଛାତ୍ରୀ ପାଠ ପଢ଼ିଥାନ୍ତି । ସ୍କୁଲରେ ମୋଟ ୪ ଜଣ ଶିକ୍ଷକ ଅଛନ୍ତି । ତେବେ ସ୍କୁଲର ବିଜ୍ଞାନ ଶିକ୍ଷକ ଦିବ୍ୟସିଂହ ପଲେଇ ଅନ୍ୟ ସ୍ଥାନକୁ ବଦଳି କରାଯାଉଥିବାରୁ ଏହାକୁ ପ୍ରତିବାଦ କରିଛନ୍ତି ଛାତ୍ରଛାତ୍ରୀଙ୍କ ଏବଂ ଅବିଭାବକ । ବଦଳି ପ୍ରତିବାଦରେ ଶନିବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଏନେଇ ସ୍କୁଲ କମିଟି ପକ୍ଷରୁ ବ୍ଲକ ଶିକ୍ଷାଧିକାରୀଙ୍କୁ ଅବଗତ କରାଯାଇଥିଲେ ବି କୌଣସି ସୁଫଳ ନମିଳିବାରୁ ଏହି ଆନ୍ଦୋଳନ ପନ୍ଥା ଗ୍ରହଣ କରିଛନ୍ତି । ଆଜି ସକାଳୁ ସ୍କୁଲର ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଛନ୍ତି । ଯେ ପର୍ଯ୍ୟନ୍ତ ଶିକ୍ଷକଙ୍କ ବଦଳି ବାତିଲ ହୋଇନାହିଁ ସେ ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ ବୋଲି କୁହାଯାଇଛି । ଅନ୍ୟ ପକ୍ଷରେ ସ୍କୁଲ ଗେଟ୍‌ରେ ତାଲା ପକାଯିବା ଫଳରେ ଅନ୍ୟ ଶିକ୍ଷକ ମାନେ ରାସ୍ତା ନିକଟରେ ଛିଡା ହୋଇ ରହିଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.