ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ଶିକ୍ଷା ବିଭାଗର ବିକଳ ଚିତ୍ର, ଗୋଟିଏ ଶ୍ରେଣୀରେ ପ୍ରଥମରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ପଢୁଛନ୍ତି ପାଠ

Published By : Gurupada Nath | January 18, 2025 8:49 PM

ମାଲକାନଗିରି,୧୮/୧ : ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ଗୋଟିଏ ଶ୍ରେଣୀ କୋଠରୀରେ ତଳେ ବସି ପ୍ରଥମରୁ ୫ମ ଶ୍ରେଣୀର ୭୦ଜଣ ଛାତ୍ରଛାତ୍ରୀ ପାଠ ପଢୁଛନ୍ତି । ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକର ମୁଦାଖାଲ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ପଂଚମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ ୭୦ ଜଣ ଛାତ୍ରଛାତ୍ରୀ ଗୋଟିଏ ଶ୍ରେଣୀ ଗୃହରେ ଅଧ୍ୟୟନ କରୁଛନ୍ତି । ଏଥିସହ ଉକ୍ତ ବିଦ୍ୟାଳୟରେ ୭୦ଜଣ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଦାନ ପାଇଁ କେବଳ ଦୁଇ ଜଣ ଶିକ୍ଷକ ଅଛନ୍ତି ।

ସୂଚନା ଅନୁଯାୟୀ ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଚିତ୍ରାଙ୍ଗପାଲ୍ଲୀ ପଂଚାୟତ ଅନ୍ତର୍ଗତ ମୁଦାଖାଲ ପ୍ରାଥମିକ ବିଦ୍ୟାଳୟରେ ଏପରି ଦୃଶ୍ୟ ଦେଖିବାକୁ ମିଳିଛି । ଏ ସମ୍ବନ୍ଧରେ ମୁଦାଖାଲ ଗ୍ରାମବାସୀ ପ୍ରକାଶ କରିଛନ୍ତି ଯେ, ଆଜକୁ ପ୍ରାୟ ୧୦ବର୍ଷରୁ ଊର୍ଦ୍ଧ୍ବ ହେବ ମୁଦାଖାଲ ପ୍ରାଥମିକ ବିଦ୍ୟାଳୟ କେବଳ ଦୁଇ ଜଣ ଶିକ୍ଷକଙ୍କ ଦ୍ୱାରା ଶିକ୍ଷାଦାନ ଚାଲିଛି । ଏଥିସହ ଏହି ବିଦ୍ୟାଳୟରେ ମୋଟେ ୭୦ଜଣ ଛାତ୍ରଛାତ୍ରୀ ଥିବାବେଳେ କେବଳ ଗୋଟିଏ କକ୍ଷରେ ପ୍ରଥମରୁ ପଂଚମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢା ଚାଲିଛି । କେବଳ ଏତିକୁ ନୁହେଁ ଏହି ବିଦ୍ୟାଳୟର ଉକ୍ତ ଶ୍ରେଣୀଗୃହ ମଧ୍ୟ ଅଚଳ ଅବସ୍ଥାରେ ପଡିଥିବାବେଳେ ଏହାର ମରାମତିର ଆବଶ୍ୟକତା ରହିଛି । ତେଣୁ ପ୍ରଶାସନ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ଉକ୍ତ ଶ୍ରେଣୀ ଗୃହକୁ ମରାମତି କରିବା ସହ ନୂତନ ଶ୍ରେଣୀଗୃହ ନିର୍ମାଣ କରିବା, ବିଦ୍ୟାଳୟକୁ ଅଧିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ଦେବା ପାଇଁ ଦାବି କରିଛନ୍ତି । 

ତେବେ ଏହାକୁ ନେଇ ପୂର୍ବରୁ ମଧ୍ୟ ଜିଲ୍ଲା ଶିକ୍ଷାଧିକାରୀ, ଜିଲ୍ଲା ପ୍ରଶାସନ, ବ୍ଲକ ଶିକ୍ଷାଧିକାରୀ, ଗୋଷ୍ଠି ଉନ୍ନୟନ ଅଧିକାରୀଙ୍କୁ ଗ୍ରାମବାସୀ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିବା ମୁଦାଖାଲ ଗ୍ରାମର ମୁଖିଆ ଜଗା ମାଡି, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସୋମନାଥ ମାଡି, ୱାର୍ଡମେମ୍ବର ଶିଙ୍ଗା ମାଡି, କନା ସୋଡି, ଉଙ୍ଗା କବାସୀ, ଭିମା ସୋଡି, ଦେବା ସୋଡି, ମହେନ୍ଦ୍ର ମାଡି ପ୍ରମୁଖ ଦାବି କରିଛନ୍ତି । ତେବେ ଏନେଇ କାଲିମେଳା ବ୍ଲକ ଶିକ୍ଷା ଅଧିକାରୀ ଅଶୋଭ ରଞ୍ଜନ ମାଲିଙ୍କୁ ପଚାରିବାରୁ ସେ ପ୍ରକାଶ କରିଛନ୍ତି ଯେ, ବିଦ୍ୟାଳୟ ଗୃହ ପାଇଁ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଯାଇଛି। ତେବେ ଖୁବଶୀଘ୍ର ଏ ନେଇ ପଦକ୍ଷେପ ନିଆଯିବ ବୋଲି ସେ ପ୍ରକାଶ କରିଛନ୍ତି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.