PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର: ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିିତ ପୂଜାରୀଙ୍କୁ ବହିଷ୍କାର ପରେ ବଦଳିଲେ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ
  • ||
  • ସିଙ୍ଗାପୁରରେ ରାଷ୍ଟ୍ରପତି ନିର୍ବାଚନ ଲଢିବେ ଭାରତୀୟ ବଂଶୋଦ୍ଭବ ତଥା ବରିଷ୍ଠ ମନ୍ତ୍ରୀ ଥର୍ମନ ଶନମୁଗରତ୍ନମ
  • ||
  • ଭୁବନେଶ୍ବର : ୧୦ ଜିଲ୍ଲାର ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କଲା କଂଗ୍ରେସ
  • ||
  • ଭୁବନେଶ୍ବର : ପିସିସି ଶୃଙ୍ଖଳା କମିଟି ପୁନର୍ଗଠନ, କମିଟି ଅଧ୍ୟକ୍ଷ ହେଲେ ବିଧାୟକ ସନ୍ତୋଷ ସିଂ ସାଲୁଜା
  • ||
  • ସୋର : ଭଙ୍ଗା ହେଲା ବାହାନଗା ହାଇସ୍କୁଲ ଘର, ଟ୍ରେନ୍ ଦୁର୍ଘଟଣା ପରେ ରଖାଯାଇଥିଲା ମୃତଦେହ
  • ||
  • ଭୁବନେଶ୍ଵର : ରେଲୱେ ପକ୍ଷରୁ ବାହାନଗା ରେଳ ଦୁର୍ଘଟଣାଗ୍ରସ୍ତ ୬୬୧ ପରିବାରକୁ ମିଳିଛି ସହାୟତା ରାଶି, ୪ଟି ଲେନରେ କରୁଛି ଟ୍ରେନ୍ ଚଳାଚଳ
  • ||
  • ରାୟଗଡ଼ା : ଠିକାଦାର ତଥା କଂଗ୍ରେସ ନେତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
  • ||
  • ଭୁବନେଶ୍ଵର : ଏକ ମଡେଲ ସ୍କୁଲ ଭାବରେ ଗଢାହେବ ବାହାନଗା ହାଇସ୍କୁଲ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
  • ||

୨୦୨୩-୨୪ ଶ୍ରୀମନ୍ଦିର ବଜେଟ୍ ଅଟକଳ ନେଇ ଆଲୋଚନା, ୩୮କୋଟି ୩୦ ଲକ୍ଷ ଟଙ୍କାର ବଳକା ବଜେଟ୍ ପ୍ରସ୍ତୁତ

ପୁରୀ, ୨୦/୦୩ : ଶ୍ରୀମନ୍ଦିର କାର୍ଯ୍ୟାଳୟରେ ସରିଲା ଅର୍ଥ ସବ୍ କମିଟି ବୈଠକ। ଏହି ବୈଠକରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ୍ ଅଟକଳ ହେବା ସହ ୨୦୨୨-୨୩ ଆର୍ଥିକ ବର୍ଷର ସଂଶୋଧିତ ବିବରଣୀ ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଛି।

ଆଗାମୀ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ବଜେଟ୍ ଅନୁମୋଦିତ କରାଯିବ। ୩୦୦ କୋଟି ୭୯ ଲକ୍ଷ ଟଙ୍କାର ଆୟ ରହିଥିବା ବେଳେ ବଜେଟ୍‌ରେ ୨୬୨ କୋଟି ୪୯ ଲକ୍ଷ ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ଏହି ବୈଠକରେ ୩୮କୋଟି ୩୦ ଲକ୍ଷ ଟଙ୍କାର ବଳକା ବଜେଟ୍ ପ୍ରସ୍ତୁତ କରାଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ, ଜିଲ୍ଲାପାଳ ସମର୍ଥ ବର୍ମା, ଚାଟାର୍ଡ ଆକାଉଣ୍ଟାଣ୍ଟ ଓ ଅର୍ଥ ସବ କମିଟିର ସଦସ୍ୟ ବୈଠକରେ ଉପସ୍ଥିତ ଥିଲେ।