ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ସୁଭଦ୍ରା ସୋସାଇଟିର ଚତୁର୍ଥ ପରିଚାଳନା ପରିଷଦ ବୈଠକ, ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ୩ୟ କିସ୍ତି

Published By : Suraj Kumar | June 25, 2025 10:32 PM

 ଭୁବନେଶ୍ୱର, ୨୫।୦୬ : ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ସୁଭଦ୍ରା ସୋସାଇଟିର ଚତୁର୍ଥ ପରିଚାଳନା ପରିଷଦ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅଗଷ୍ଟ ୯ ତାରିଖରେ ସୁଭଦ୍ରା ତୃତୀୟ କିସ୍ତି ପ୍ରଦାନ ପ୍ରସ୍ତାବକୁ ଏହି ବୈଠକରେ ଅନୁମୋଦନ କରାଯାଇଛି । ସୁଭଦ୍ରା ଯୋଜନାର ଅଦ୍ୟାବଧି ପ୍ରଶାସନିକ ଓ ଆନୁଷଙ୍ଗିକ ଖର୍ଚ୍ଚକୁ ମଧ୍ୟ ଏହି ବୈଠକରେ ଅନୁମୋଦନ କରାଯାଇଛି । 

ଇଣ୍ଡିଆନ ଇନଷ୍ଟିଚିଉଟ ଅଫ ପବ୍ଲିକ୍ ଆଡମିନଷ୍ଟ୍ରେସନ (ଆଇଆଇପିଏ), ନିଉ ଦିଲ୍ଲୀ ଦ୍ଵାରା “ଓଡ଼ିଶାର ଜିଲ୍ଲାମାନଙ୍କରେ ସୁଭଦ୍ରାର ପ୍ରଭାବ” ବିଷୟ ଉପରେ ହେବାକୁ ଥିବା ଅଧ୍ୟୟନର ପ୍ରସ୍ତୁତି ଓ ପ୍ରକ୍ରିୟା ଉପରେ ଉପସ୍ଥାପନ କରାଯାଇଥିଲା । ଏହି ପରିପ୍ରେକ୍ଷୀରେ ସବୁ ବର୍ଗର ସୁଭଦ୍ରା ହିତାଧିକାରୀଙ୍କ ଉପରେ ସୁଭଦ୍ରା ସହାୟତାର ପ୍ରଭାବ, ଏହାର ଉପଯୋଗ ଓ ଡିଜିଟାଲ ଆର୍ଥିକ ଅନ୍ତର୍ଭୂକ୍ତକରଣ ସମ୍ବନ୍ଧରେ ବିଶଦ ଆଲୋଚନା କରାଯାଇଥିଲା । 

ପୂର୍ବରୁ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ ଆଇଆଇଏମ ସମ୍ବଲପୁର ସହଯୋଗରେ ଜୁଲାଇ ମାସ ପ୍ରଥମ ସପ୍ତାହରୁ କଲେଜ ଝିଅ (ସୁଭଦ୍ରା ସମୀକ୍ଷା)ମାନଙ୍କ ଦ୍ଵାରା କ୍ଷେତ୍ର ସର୍ବେକ୍ଷଣ କରାଯିବାର ନିଷ୍ପତ୍ତି ନିଆଯାଇଛି ।ଏହି ପରିପ୍ରେକ୍ଷୀରେ ଆଇଆଇଏମ,ସମ୍ବଲପୁର ତଥ୍ୟ ଅଧ୍ୟୟନ, ଉପକରଣ, ତାଲିମ ଏବଂ ବିଶ୍ଳେଷଣ ପାଇଁ ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବ । ସୁଭଦ୍ରା ସହାୟତାର ସଠିକ ଉପଯୋଗ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ହିତାଧିକାରୀମାନଙ୍କ ଦକ୍ଷତା ବିକାଶ ଉପରେ ଗୁରୁତ୍ଵ ଦିଆଯାଇ   ଦକ୍ଷତା ବିକାଶ ବିଭାଗ ସହ ଆଲୋଚନା ମଧ୍ୟ କରାଯାଇଛି । ସୁଭଦ୍ରା ସହାୟତାର ଉପଯୋଗକୁ ନିରନ୍ତର ଭାବେ ସମୀକ୍ଷା କରାଯିବ ବୋଲି ଏହି ବୈଠକରେ ନିଷ୍ପତ୍ତି ନିଆଯାଇଅଛି ।       

ଏହି ବୈଠକରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା,ନିର୍ଦ୍ଦେଶିକା ମୋନିଷା ବାନାର୍ଜୀ ଓ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.