ପ୍ରମୂଖ ଖବର
  • ୩ ପ୍ରସ୍ତାବରେ କ୍ୟାବିନେଟ ମୋହର : ଅଗ୍ନିବୀରଙ୍କୁ ୧୦% ସଂରକ୍ଷଣ, ବାପାଙ୍କ ମୃତ୍ୟୁ ପରେ ଚାକିରି ପାଇବ ଝିଅ
  • ||
  • ରିଆମାଳ; ପାରିବାରିକ କଲହରୁ ମହିଳାଙ୍କ ଆତ୍ମହତ୍ୟା, ପୋଲିସର ତଦନ୍ତ ଆରମ୍ଭ।
  • ||
  • ଗଣେଶ ମେଢ଼ ଭସାଣିବେଳେ ତୁମୁଳକାଣ୍ଡ: ଗୋଷ୍ଠୀ ସଂଘର୍ଷ, ୧୫ ଆହତ
  • ||
  • ଭୁବନେଶ୍ୱର: ମାଲକାନଗିରି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବନ୍ୟା ଅଞ୍ଚଳ ପରିଦର୍ଶନ କରିବେ
  • ||
  • ମୟୂରଭଞ୍ଜ: ବିଦ୍ୟୁତ ଆଘାତରେ ମାଈ ହାତୀ ମୃତ
  • ||
  • ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ, ବିଭିନ୍ନ ପ୍ରସ୍ତାବ ଉପରେ ହେବ ଆଲୋଚନା
  • ||
  • ଚାନ୍ଦିପୁରରୁ କ୍ଷେପଣାସ୍ତ୍ର ପରୀକ୍ଷଣ: ଆଜି ୬ ଗ୍ରାମରୁ ୩୧୦୦ ଲୋକଙ୍କୁ ସ୍ଥାନାନ୍ତରଣ କରାଯିବ
  • ||
  • ସମାକୋଇ ଜଳସେଚନ ପ୍ରକଳ୍ପକୁ ବିରୋଧ, ତେଲକୋଇରେ ୧୨ ଘଣ୍ଟିଆ ବନ୍ଦ ପାଳନ
  • ||
  • ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ ଏବଂ ୧୪ରେ ଅଧିକ ବର୍ଷା ସମ୍ଭାବନା
  • ||

ସୁଭଦ୍ରା କଲ୍ ସେଣ୍ଟରର ଶୁଭାରମ୍ଭ, ଫୋନ କରି ମହିଳାମାନେ ଯୋଜନା ସମ୍ପର୍କିତ ସନ୍ଦେହ ଦୂର କରିପାରିବେ

ଭୁବନେଶ୍ବର, ୪।୯ : ସୁଭଦ୍ରା ଯୋଜନା ସମ୍ପର୍କରେ ଜାଣିବା ପାଇଁ ସରକାରଙ୍କ ପକ୍ଷରୁ ସୁଭଦ୍ରା କଲ୍ ସେଣ୍ଟରର ଶୁଭାରମ୍ଭ କରାଯାଇଛି। ଏହାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶୁଭାରମ୍ଭ କରିଛନ୍ତି। ୧୪୬୭୮ ଟୋଲ ଫ୍ରି ନଂ ରେ  ଫୋନ କରିପାରିବେ। କଲ ସେଣ୍ଟରକୁ ଫୋନ କରି ମହିଳାମାନେ ଯୋଜନା ସମ୍ପର୍କରେ  ଥିବା ସନ୍ଦେହ ଦୂର କରିପାରିବେ। ସୁଭଦ୍ରା ଯୋଜନା  ପାଇଁ  ଆବେଦନର ଶେଷ ତାରିଖ ନାହିଁ। ସେପ୍ଟେମ୍ବର ୧୭ ତାରିଖ ପରେ ବି  ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। 

 ସେହିପରି ପୂର୍ବରୁ  ସୁଭଦ୍ରା ଯୋଜନାର ୱେବ ପୋର୍ଟାଲ ମଧ୍ୟ ପୂର୍ବରୁ ଲୋକାର୍ପିତ ହୋଇଛି । www. subhadra. odisha. gov. in  ପୋର୍ଟାଲ ମାଧ୍ୟମରେ ସୁଭଦ୍ରା ଯୋଜନା ସମ୍ୱନ୍ଧରେ ଜାଣିବା ପାଇଁ ସମସ୍ତ ପ୍ରକାର ସୂଚନା ପ୍ରଦାନ କରାଯାଇଛି । ଏହା ଦ୍ବାରା ମହିଳାମାନେ ସହଜରେ, ସୁବିଧାରେ, ସବୁଠାରେ ସୁଭଦ୍ରା ବିଷୟରେ ପଢିପାରିବେ ଓ ବୁଝିପାରିବେ | ଏହାର ଉପାଦାନ ଉଭୟ ଓଡିଆ ଓ ଇଂରାଜୀ ଭାଷାରେ ଦିଆଯାଇଛି । ହିତାଧିକାରୀଙ୍କ ଯୋଗ୍ୟତା, ସେମାନଙ୍କ ଅଧିକାର, ହାୟିତ୍ଵ ସହ ବାରମ୍ବାର ପଚରାଯାଉଥିବା ପ୍ରଶ୍ନ ଓ ଏହାର ଉତ୍ତର ଏହି ୱେବ ପୋର୍ଟାଲରେ ଉପଲବ୍ଧ ଅଛି। ସୁଭଦ୍ରା ସମ୍ବନ୍ଧୀୟ ଆପଣମାନଙ୍କ ମନରେ ଆସୁଥିବା ଯେକୌଣସି ପ୍ରଶ୍ନର ଉତ୍ତର ଏହି ୱେବ ପୋର୍ଟାଲରେ ମିଳିପାରିବ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.