ଭୁବନେଶ୍ବର, ୧୬।୨ : ମହିଳାଙ୍କ ପାଇଁ ଖୁସି ଖବର। ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରା ଟଙ୍କା। ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏହି ଟଙ୍କା । ଆନ୍ତର୍ଜାତିକ ମହିଳା ଦିବସରେ ମହିଳା ପାଇବେ ୫ ହଜାର ଟଙ୍କା। ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରାର ୪ର୍ଥ କିସ୍ତି। ୧ କୋଟିରୁ ଅଧିକ ମହିଳାଙ୍କ ଆକାଉଣ୍ଟକୁ ଯିବ ମୋଟ ୫ ହଜାର କୋଟି ଟଙ୍କା । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏ ନେଇ ସୂଚନା ଦେଇଛନ୍ତି।

ଏହା ପୂର୍ବରୁ ସୁଭଦ୍ରା ଯୋଜନାରେ ହିତାଧିକାରୀମାନେ ୩ଟି କିସ୍ତିରେ ମୋଟ ୧୫ ହଜାର ଟଙ୍କା ସହାୟତା ରାଶି ପାଇଛନ୍ତି। ସୁଭଦ୍ରା ଯୋଜନାରେ ପ୍ରତିବର୍ଷ ହିତାଧିକାରୀଙ୍କୁ  ୨ଟି ପର୍ଯ୍ୟାୟରେ ୫  ହଜାର ଟଙ୍କା ଲେଖାଏଁ ମୋଟ ୧୦ ହଜାର  ଟଙ୍କା ସହାୟତା ରାଶି ପ୍ରଦାନ କରାଯାଉଛି।  

ସେହିପରି ଗତ ଜାନୁୟାରୀ ୨୨ ରେ ନୂତନ ହିତାଧିକାରୀ ଓ ବାଦ ପଡିଥିବା ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା । ସୁଭଦ୍ରା ଯୋଜନାରେ ପ୍ରତିବର୍ଷ ହିତାଧିକାରୀଙ୍କୁ  ୨ଟି ପର୍ଯ୍ୟାୟରେ ୫  ହଜାର ଟଙ୍କା ଲେଖାଏଁ ମୋଟ ୧୦ ହଜାର  ଟଙ୍କା ସହାୟତା ରାଶି ପ୍ରଦାନ କରାଯାଉଛି।  ୪ ଲକ୍ଷ ୫୭ ହଜାର ୬୮୧ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା । ନୂଆ ପଞ୍ଜୀକରଣ କରିଥିବା ୧ଲକ୍ଷ ୭୮ ହଜାର ୩୯୮ ଜଣଙ୍କୁ ସାମିଲ କରାଯାଇଥିଲା। ତୃତୀୟ କିସ୍ତି ପାଇଥିଲେ ବି ଟେକ୍ନିକାଲ ସମସ୍ୟା ପାଇଁ ପ୍ରଥମ ଓ ଦ୍ୱତୀୟ କିସ୍ତିରୁ ବାଦ ପଡ଼ିଥିବା ୨ଲକ୍ଷ ୫୫ ହଜାର ୨୬୫ଜଣଙ୍କୁ ସାମିଲ କରାଯାଇଥିଲା।

ଆହୁରି ପଢନ୍ତୁ : ଖୁବ୍ ଶୀଘ୍ର ଆରମ୍ଭ ହେବ ରତ୍ନଭଣ୍ଡାର ଗଣତି ମଣତି, ଅଳଙ୍କାରର କରାଯିବ ଡିଜିଟାଲ୍ କାଟାଲଗ୍