ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଆନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା ପ୍ରଦାନ

Published By : Suraj Kumar | March 8, 2025 4:20 PM

ପୁରୀ ୮/୩ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ  ତାଳବଣିଆ ଜିଲ୍ଲା ପଡିଆ ଠାରେ ସୁଭଦ୍ରା ଯୋଜନା ର ଦ୍ୱିତୀୟ କିସ୍ତି ଅର୍ଥ ପ୍ରଦାନ କରାଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ ପୁରୀ ଲୋକସଭା ସାଂସଦ ଡା ସମ୍ବିତ ପାତ୍ର ଯୋଗ ଦେଇ  କହିଥିଲେ, ପୃଥିବୀ ରେ ମା' ର ବିକଳ୍ପ ନାହିଁ। ମା’ ଶୃଙ୍ଖଳା,ଆଦର୍ଶ ଓ ସଂଚୟ ପ୍ରକ୍ରିୟା ଶିକ୍ଷା ଦିଏ।ମା’ ର ତ୍ୟାଗ ଓ ସଂଘର୍ଷ ର ଶେଷ ନ ଥାଏ।ନିଜ ମା'ଙ୍କ ସଂଘର୍ଷ କୁ ଅନୁଭବ କରି ପ୍ରଧାନମନ୍ତ୍ରୀ ମା’ ମାନଙ୍କ କଷ୍ଟ ଲାଘବ ଓ ଆର୍ଥିକ ସ୍ବାବଲମ୍ବୀ ପାଇଁ ଅନେକ ଯୋଜନା କରିଛନ୍ତି ବୋଲି ସେ କହିଥିଲେ।

ରାଜ୍ୟ ପାଇଁ ସୁଭଦ୍ରା ଯୋଜନା ଏକ ଯୁଗାନ୍ତକାରୀ ଯୋଜନା। ମା’ ମାନେ ନିଜକୁ ପ୍ରତିଷ୍ଠା ଓ ପ୍ରତିପାଦିତ ପାଇଁ ସୁଭଦ୍ରା ଏକ ଶ୍ରେଷ୍ଠ ମାଧ୍ୟମ।ସୁଭଦ୍ରା ଏବେ ଛୋଟ ଚାରାଟିଏ।ତାକୁ ମା’ ମାନେ ପାଣି ଦେଇ,ଯତ୍ନ କରି ଏକ କଳ୍ପ ବୃକ୍ଷ ରେ ପରିଣତ କରିବାକୁ ସେ ଆହ୍ୱାନ ଦେଇଥିଲେ। ସମ୍ମାନୀତ ଅତିଥି ଭାବେ ପୁରୀ ବିଧାୟକ ସୁନିଲ କୁମାର ମହାନ୍ତି ସ୍ବଳ୍ପ ସଂଚୟ ବଡ ହେବା ରେ ସାହାଯ୍ୟ କରେ ।। ଏହା ପିଲା ଦିନୁ ମା’ ମାନେ ଆମକୁ ଶିଖାଇ ଥାଆନ୍ତି।ମହିଳା ଦିବସ ରେ ସମସ୍ତ ମାଆ ମାନଙ୍କୁ ସୁରକ୍ଷା ଓ ସମ୍ମାନ ଦେବା ଆମ ସମସ୍ତଙ୍କ ସଂକଳ୍ପ ହେବା ଉଚିତ ବୋଲି ସେ କହିବା ସହ ସୁଭଦ୍ରା ଅର୍ଥ ର ସଫଳ ବିନିଯୋଗ କରି ଆର୍ଥିକ ସମୃଦ୍ଧି ରେ ସାମିଲ ହେବାକୁ ଅନୁରୋଧ କରିଥିଲେ।

 ଅତିରିକ୍ତ ଜିଲ୍ଲାପାଳ ନିଳମାଧବ ଭୋଇ ସମସ୍ତଙ୍କୁ ସ୍ବାଗତ କରିବା ସହ ସୁଭଦ୍ରା ଯୋଜନା ଅର୍ଥ ର ସଫଳ ବିନିଯୋଗ ପାଇଁ ଅନୁରୋଧ କରିଥିଲେ। ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ତନୁପ୍ରଭା ବେଉରା କାର୍ଯ୍ୟକ୍ରମ ପରିଚାଳନା କରିବା ସହ ସୁଭଦ୍ରା ଯୋଜନାରେ ଜିଲ୍ଲା ର ସ୍ଥିତି ସମ୍ପର୍କରେ ଅବଗତ କରାଇଥିଲେ। ବରହମପୁର ରୁ ଅନଲାଇନ ମାଧ୍ୟମରେ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମ ର ସିଧା ପ୍ରସାରଣ କରାଯାଇଥିଲା। ଜିଲ୍ଲାର ୪୧୩୫୭୫ ଜଣ ଙ୍କୁ ଦ୍ୱିତୀୟ କିସ୍ତି ଅର୍ଥ ଅନଲାଇନ ମାଧ୍ୟମରେ ପ୍ରଦାନ କରାଯାଇଥିଲା। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.