ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଫେବୃୟାରୀ ୨୮ରୁ ମାଲକାନଗିରିରେ ସୁଭଦ୍ରା ଶକ୍ତି ମେଗା ମେଳା

Published By : Suraj Kumar | February 26, 2025 9:12 PM

ମାଲକାନଗିରି, ୨୬/୨ (ଆପ୍ର ): ଓଡ଼ିଶାରେ ପ୍ରଥମ ଥର ପାଇଁ ଅନୁଷ୍ଠିତ ହେବାକୁ ଯାଉଛି ସୁଭଦ୍ରା ଶକ୍ତି ମେଳା। ଏହା ସର୍ବ ପ୍ରଥମେ ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲ୍ଲା ରେ ଆସନ୍ତା ୨୮ ତାରିଖରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଡିଏନକେ ଖେଳ ପଡିଆ ଠାରେ ଏହି ମେଳା ଅନୁଷ୍ଠିତ ହେବ। ଏହି ମେଳାରେ ୧୫୦ ମହିଳା ସ୍ଵଂୟ ସହାୟକ ଗୋଷ୍ଠୀ ଯୋଗ ଦେବେ। ଏହି ୭ ଦିନିଆ ପ୍ରଦର୍ଶନୀରେ ବିଭିନ୍ନ ପ୍ରକାରର ହସ୍ତଶିଳ୍ପ ସହିତ ଅର୍ଗାନିକ୍ ଉତ୍ପାଦମାନ ପ୍ରଦର୍ଶିତ ହେବ। ଏହା ବ୍ୟତୀତ ବିଭିନ୍ନ ବିଭାଗର ଷ୍ଟଲ ଦେଖିବାକୁ ମିଳିବ।

 ଏହି ସମାରୋହରେ ପ୍ରତିଦିନ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯିବ। ଓଡିଶୀ, ପାରମ୍ପରିକ ନୃତ୍ୟ,   ଯୋଡି ଶଙ୍ଖ, ରଣପା, ଘୁମରା, ବଜାସାଲ, ଢେମସା ସହ ଜିଲ୍ଲାର ପାରମ୍ପରିକ ନୃତ୍ୟ ପରିବେଷଣ ହେବ। ମେଳାକୁ ଆହୁରି ଆକର୍ଷଣୀୟ କରିବା ପାଇଁ ମାର୍ଚ୍ଚ ୧, ୫ ଓ ୬ ରେ ମେଲୋଡି ନାଇଟ୍ସ ଆୟୋଜନ କରାଯାଇଛି। ମାର୍ଚ୍ଚ ୧ ରେ କୋଲକାତାରୁ ପ୍ଲେ ବ୍ୟାକ ସିଙ୍ଗର ତ୍ରିଶା ଚାଟାର୍ଜୀ ଏବଂ ତାଙ୍କ ଦଳ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପରିବେଷଣ କରିବେ। ସେହିପରି ମାର୍ଚ୍ଚ ୫ ରେ ପ୍ରସିଦ୍ଧ ଓଡ଼ିଆ ଗାୟକ ତଥା ଶ୍ରୀ ଜଗନ୍ନାଥଙ୍କ ଭଜନ ପାଇଁ ପ୍ରସିଦ୍ଧି ଲାଭ କରିଥିବା ସୌରଭ ଭରଦ୍ୱାଜ ଓ ବର୍ଣାଳି ହୋତା ଯୋଗ ଦେବେ। ଉଦଯାପନୀ ସନ୍ଧ୍ୟାରେ ଶ୍ରୀତମ ସାମନ୍ତରାୟ ଏବଂ ତାଙ୍କ ଦଳ ଆଞ୍ଚଳିକ ଦେଶିଆ ଗୀତ ପରିବେଷଣ କରିବେ। 

ଏହି କାର୍ଯ୍ୟକ୍ରମ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଯାଇଛି। ସୁଭଦ୍ରା ଶକ୍ତି ମେଳାରେ ଜିଲ୍ଲାବାସୀ ବିପୁଳ ସଂଖ୍ୟାରେ ଯୋଗ ଦେବା ପାଇଁ  ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ପ୍ରମିଳା ମାଝୀ ଅନୁରୋଧ କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.