ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଡିସେମ୍ବର ସୁଦ୍ଧା ୧ କୋଟି ମହିଳା ହିତାଧିକାରୀଙ୍କୁ ମିଳିବ ଟଙ୍କା

Published By : Prameya | November 21, 2024 11:39 AM

ଭୁବନେଶ୍ୱର ୨୧/୧୧ : ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପଡେଟ୍ । ଡିସେମ୍ବର ସୁଦ୍ଧା ୧ କୋଟି ମହିଳା ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା । ତୃତୀୟ ପର୍ଯ୍ୟାୟରେ ସାମିଲ ହେବେ ସମସ୍ତ ଅଙ୍ଗନବାଡି କର୍ମୀ । ଏଥିପାଇଁ ସମସ୍ତଙ୍କର ଯାଞ୍ଚ ସରିଛି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଉପମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ସୁଭଦ୍ରା ଯୋଜନା ଲାଗି ଆବେଦନ କରି ବାଦ୍ ପଡିଥିବା ୨ ଲକ୍ଷ ୬୭ ହଜାର ହିତାଧିକାରୀଙ୍କୁ ସାମିଲ ପାଇଁ ଗୁରୁବାର ସଂଧ୍ୟାରେ ବସିବାକୁ ଯାଉଛି ଗୁରୁତ୍ୱପୂର୍ଣ୍ଣ ବୈଠକ । 

ଆସନ୍ତା ୨୪ ତାରିଖରେ ୮୦ ଲକ୍ଷ ମହିଳାଙ୍କୁ ଦିଆଯିବ ସୁଭଦ୍ରା ଟଙ୍କା । ବର୍ତ୍ତମାନ ସୁଦ୍ଧା ୧ କୋଟି ୧୬ ଲକ୍ଷରେ ପହଞ୍ଚିଲାଣି ସୁଭଦ୍ରା ଆବେଦନାକୀରଙ୍କ ସଂଖ୍ୟା । ୫ ଲକ୍ଷ ଆବେଦନକାରୀଙ୍କୁ ସିଙ୍ଗଲ ଆକାଉଣ୍ଟ ଦେବାକୁ ପୁଣି ଅପିଲ କରିଛନ୍ତି ଉପମୁଖ୍ୟମନ୍ତ୍ରୀ । ଗୋଟିଏ ମୋବାଇଲ୍ ନମ୍ବର ସହ ଏକାଧିକ ଆକାଉଣ୍ଟ ଲିଙ୍କ ରହୁଛି । ଡିସେମ୍ବରରେ ପୁଣି ମିଳିବ ଚତୁର୍ଥ ପର୍ଯ୍ୟାୟ ଟଙ୍କା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.