ପ୍ରମୂଖ ଖବର
  • ମାଲକାନଗିରି ଜିଲ୍ଲାରେ ଭିଷଣ ବର୍ଷା, ନଦୀରେ ବନ୍ୟା ଜଳ ଯୋଗୁଁ ଯୋଗାଯୋଗ ବିଛିନ୍ନ
  • ||
  • ବୌଦ୍ଧ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀର ଗଳା କାଟି ହତ୍ୟା କଲା ନୃଶଂସ ସ୍ବାମୀ
  • ||
  • ଖଣ୍ଡପଡ଼ା : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ, ଯୁବକ ଗୁରୁତର
  • ||
  • ଭୁବନେଶ୍ବର : ପଡୋଶୀଙ୍କୁ ବନ୍ଧୁକ ଦେଖାଇଲେ ଯୁବକ, ଅଭିଯୁକ୍ତ ଗିରଫ
  • ||
  • ଚିତ୍ରକୋଣ୍ଡା : ମାଟି ଅତଡ଼ା ଧସି ରାସ୍ତା ଅବରୋଧ, ଯାତାୟତ ଠପ୍‌
  • ||
  • ସୋର : ଆଇନଜୀବୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ନଗଦ ୨୦ ହଜାର ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ: ଅସହାୟ ଯୁବତୀଙ୍କୁ ମାସାଧିକକାଳ ଗଣଦୁଷ୍କର୍ମ ଘଟଣା: ୪ ଅଭିଯୁକ୍ତଙ୍କୁ ଉଠାଇ ଆଣିଲା ପୁଲିସ, ୨ ଫେରାର୍
  • ||
  • ଭଦ୍ରକ: ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ଦୁର୍ଘଟଣାସ୍ଥଳରେ ଚାଲିଗଲା ଦୁଇ ଜୀବନ
  • ||
  • ବାଲେଶ୍ୱର : ଖଡ଼ୁପାହି ବେଳାଭୂମିରୁ ମିଳିଲା ଅଜଣା ମହିଳାଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କେନ୍ଦ୍ରାପଡ଼ା ୨୨ ଗାଁରେ କୁକୁଡ଼ା ମରା ଅଭିଯାନ: ପୋତାଗଲା ୪ ହଜାର କୁକୁଡ଼, ଚିକେନ୍‌-ଅଣ୍ଡା ବିକ୍ରି ଉପରେ କଟକଣା
  • ||
  • ନବରଙ୍ଗପୁର : ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚାଲିଗଲା ଯୁବକଙ୍କ ଜୀବନ, ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି
  • ||
  • କୋରାପୁଟ : ଜଲାପୁଟ ଡ୍ୟାମ୍‌ର ଖୋଲିଲା ୬ଟି ଗେଟ୍‌, ସ୍ପିଲ୍‌ ୱେ ଡ୍ୟାମ୍‌ ଏବଂ ମୁଖ୍ୟ ଡ୍ୟାମ୍‌ ଦେଇ ୨୩,୦୦୦ କ୍ୟୁସେକ ଜଳ ନିଷ୍କାସିତ
  • ||
  • ଭୁବନେଶ୍ୱର: କେଶରୀ ଏନକ୍ଲେଭରେ ବୋମାମାଡ଼, ପାର୍ବଣ ସମୟରେ ପୁଲିସକୁ ଚ୍ୟାଲେଞ୍ଜ
  • ||
  • ବଙ୍ଗୋପସାଗରରେ ଗଭୀର ଅବପାତ: ଉପକୂଳକୁ ଭୀଷଣ, ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କତା ଜାରି କଲେ SRC
  • ||
  • ବୌଦ୍ଧ : ସାପ କାମୁଡ଼ାରେ ତିନି ନାବାଳିକା ଝିଅଙ୍କ ମୃତ୍ୟୁ, ବାପା ଗୁରୁତର
  • ||

ଆଜିଠୁ "ସୁଭଦ୍ରା' ପଞ୍ଜୀକରଣ: ଫର୍ମ ପୂରଣ ଏବଂ ଦାଖଲ ମାଗଣା, ମୋ ସେବା କେନ୍ଦ୍ର ଓ ସାଧାରଣ ସେବା କେନ୍ଦ୍ରରେ ରେଜିଷ୍ଟେସନ

ଭୁବନେଶ୍ୱର,୦୧/୦୯: ରାଜ୍ୟ  ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସମସ୍ତ  ଜିଲ୍ଲାକୁ ପର୍ଯ୍ୟାପ୍ତ ପରିମାଣର ‘ସୁଭଦ୍ରା’ ଯୋଜନା ଆବେଦନ ଫର୍ମ ପଠାଯାଇଛି । ସମସ୍ତ ଜିଲ୍ଲାରେ ହିତାଧିକାରୀଙ୍କ ନିମନ୍ତେ  ରବିବାର ଠାରୁ ଏହି ଫର୍ମ ଉପଲବ୍ଧ ହେବା  ସହ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହେବ । ଏ  ସମସ୍ତ ପ୍ରକ୍ରିୟା ଦେୟମୁକ୍ତ ବା ମାଗଣା ହେବ  ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି ।  

ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍‌  କାର୍ଯ୍ୟାଳୟ, ପୌରାଞ୍ଚଳ କାର୍ଯ୍ୟାଳୟ, ମୋ  ସେବା କେନ୍ଦ୍ର ଓ ସାଧାରଣ ସେବା କେନ୍ଦ୍ରରେ  ଏହି ଆବେଦନ ଫର୍ମ ପର୍ଯ୍ୟାପ୍ତ ପରିମାଣରେ  ମିଳିବ । ଆବେଦନକାରୀମାନେ ଫର୍ମ  ପୂରଣ କରି ଏହାକୁ ନିକଟସ୍ଥ ମୋ ସେବା  କେନ୍ଦ୍ର କିମ୍ବା ସାଧାରଣ ସେବା କେନ୍ଦ୍ରରେ  ଦାଖଲ କରିପାରିବେ । ଏହି ଯୋଜନା  ନେଇ କୌଣସି ବିଭ୍ରାନ୍ତିକର ଖବର ଦ୍ୱାରା  ପ୍ରଭାବିତ ନ ହେବା ପାଇଁ ବିଭାଗ ପକ୍ଷରୁ  ଅନୁରୋଧ କରାଯାଇଛି । ତେବେ ଆଜି ଉପ  ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ୟୁଟ୍ୟୁବ୍‌ରେ  ଲାଇଭ୍‌ ଆସି ‘ସୁଭଦ୍ରା’ ଯୋଜନା ସମ୍ପର୍କରେ  ଆଲୋଚନା ସହ ଜରୁରି ସୂଚନା ଦେଇଛନ୍ତି ।  

ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ  ପରିଡ଼ା କହିଛନ୍ତି, ମହିଳାମାନଙ୍କର ସାମାଜିକ ଓ  ଅର୍ଥନୈତିକ ସ୍ଥିତିକୁ ସୁଦୃଢ଼ କରିବାକୁ ସରକାର  "ସୁଭଦ୍ରା' ଯୋଜନା ଆରମ୍ଭ କରିଛନ୍ତି । ଏଥି  ନିମନ୍ତେ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି  ହୋଇସାରିଛି । ଏଥିରେ ପ୍ରାୟ ୧ କାଟିରୁ ଊଦ୍ଧ୍ୱର୍  ମହିଳା ଉପକୃତ ହୋଇପାରିବେ ବୋଲି  ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା କହିଛନ୍ତି ।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.