ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଏହି ରାଶିର ବ୍ୟକ୍ତି ଆକସ୍ମିକ ଧନ ଲାଭ ଏବଂ ହୃତ ଧନ ଫେରିପାଇବେ

ମେଷ : ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ପରିବହନ ବ୍ୟବସାୟରେ କ୍ଷତି ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଦ୍ୱିଜା ଓ କୃତ୍ତିକା ମେଷ, ସେମାନେ ସତର୍କ ହେବେ । 

ଶୁଭରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ ।

ବୃଷ : ତୃତୀୟ ଚନ୍ଦ୍ର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀ, ସ୍ୱଜନ, ପରିଜନ, ବନ୍ଧୁ ଓ ପଡ଼ୋଶୀଙ୍କ ସହ ସମ୍ପର୍କ ମଧୁର ହେବ ଏବଂ ତାଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ପ୍ରକାଶ ପାଇବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୮, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଏବଂ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ ଏବଂ ହୃତଧନ ଫେରିପାଇବେ । ଅନ୍ୟକୁ ଦେଇଥିବା ଧନ ଓ ବକେୟା ଧନ ପ୍ରାପ୍ତି ହେବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ:  ମେରୁନ୍‌, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଶ୍ରୀଚନ୍ଦ୍ର, ମଙ୍ଗଳବାର, ସପ୍ତମୀ ତିଥି ଯୋଗୁ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ ଓ ସହଯୋଗୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ଧନ, ମାନ, ସମ୍ମାନ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ ଏବଂ ମଉଜ, ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧା ପ୍ରାପ୍ତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସମସ୍ତଙ୍କର ସହ ଆନ୍ତରିକତା ବୃଦ୍ଧି ପାଇବ । ଯେଉଁମାନଙ୍କର ପୁନର୍ବସୁ କର୍କଟ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ସିଲ୍‌ଭର, ସଂଖ୍ୟା: ୨, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ଓ ଉତ୍ତରା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଲାଲ୍‌, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ଏକାଦଶ ଚନ୍ଦ୍ର ଏବଂ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟର ଯୋଜନା କରିବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ମନ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ :  କଫି, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଦଶମ ଚନ୍ଦ୍ର ଯୋଗୁ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ ଏବଂ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଓ ପରିବାରରେ ସୁଖଶାନ୍ତି ଅତୁଟ ରହିବ । ଯେଉଁମାନଙ୍କର ଚିତ୍ରା ଓ ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ ସମଲେଶ୍ୱରୀ ।

ବିଛା : ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ଧନୁ : ଅଷ୍ଟମ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ଅଯଥା ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।

ମକର : ସପ୍ତମ ଚନ୍ଦ୍ର, ସପ୍ତମୀ ତିଥି ଏବଂ ଶନି, ବୁଧ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ : ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ ଓ ଶତ୍ରୁ ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ଚାଲିଚଳନ, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବେ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ ।   

ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

ମୀନ : ପଞ୍ଚମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ପିତାମାତାଙ୍କର କୃପାଲାଭ କରିବେ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ନୂତନ ବିଦ୍ୟା, କଳା ପ୍ରତି ମନରେ ଅଧିକ ରୁଚି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା :  ମା’ ଧୂମାବତୀ ।  

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.