ପ୍ରମୂଖ ଖବର
  • ରାଉରକେଲା : ହୋଟେଲ ରୁମ୍‌ରେ ଜୀବନ୍ତ ଜଳିଗଲେ ଯୁବତୀ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ବାରିପଦାରେ ଗଣେଶ ଭସାଣି ବେଳେ ଅଘଟଣ, ସୁବର୍ଣ୍ଣରେଖା କେନାଲରେ ଭାସିଗଲେ ୪ ଛାତ୍ର
  • ||
  • ମୋହନା : ପୋଖରୀରେ ବୁଡ଼ି ନାବାଳକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ଟ୍ରାକ୍ଟରକୁ ଧକ୍କା ଦେଲା ମାଲ୍‌ ବୋଝେଇ ଟ୍ରକ୍‌, ଟ୍ରାକ୍ଟର ଡ୍ରାଇଭର ମୃତ
  • ||
  • ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍, ଅବକାରୀ ନୀତିରେ ପରିବର୍ତ୍ତନ କଲେ ରାଜ୍ୟ ସରକାର
  • ||
  • ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ମିଳିଲା ସୁନା,୨୪ କିଲୋର ସୁନା ଅଳଙ୍କାର ଜବତ କଲା ସିଟି ଜିଏସ୍‌ଟି
  • ||
  • ଖୋର୍ଦ୍ଧା : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ସମ୍ବଲପୁର : ନିଶାସକ୍ତ ଅବସ୍ଥାରେ ସାଙ୍ଗ ସାଜିଲା ଶତ୍ରୁ, ବାଡ଼ିରେ ପିଟିପିଟି ହତ୍ୟା କଲା ସାଙ୍ଗ
  • ||
  • ୩ ମାସ ପାଇଁ କୁକୁଡ଼ା ଚାଷ ବନ୍ଦ:ପୁରୀ ଜିଲ୍ଲାରେ ୧୪୧ଟି କୁକୁଡ଼ା ଫାର୍ମ ସିଲ୍‌
  • ||
  • ସୁନ୍ଦରଗଡ଼ : ସୁଭଦ୍ରା ଫର୍ମ ପୂରଣ ବେଳେ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଜନସେବା କେନ୍ଦ୍ରର ପରିଚାଳକଙ୍କୁ ବାନ୍ଧିଲା ପୋଲିସ
  • ||
  • କଳାହାଣ୍ଡି ଗଡ଼ଜାତର ନୂଆଁଖାଇ,୧୦ଟାରୁ ୧୨ଟା ୪୦ ମିନିଟ୍‌ ମଧ୍ୟେ ସର୍ବସାଧାରଣ ନୂଆଁ ଖାଇବେ
  • ||
  • ସୋର : ଏମିତି ବି ଆସେ ମୃତ୍ୟୁ, ବାଇକରୁ ଓହ୍ଲାଇଲା ବେଳେ ଚାଳିଗଲା ଜୀବନ
  • ||
  • ସଫଳ ମହିଳା ହେବେ "ସୁଭଦ୍ରା ଅପା', ଆଜିଠୁ ପ୍ରତି ବ୍ଲକ୍‌ ଓ ପଞ୍ଚାୟତରେ "ସୁଭଦ୍ରା ସ୍ୱାଗତ ସପ୍ତାହ'
  • ||
  • ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ, ଆଜି ଜନତା ମଇଦାନ ଯାଞ୍ଚ
  • ||
  • ଭୁବନେଶ୍ୱର : ଆଉଟ୍ ହାଉସରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ,କାରଣ ଅସ୍ପଷ୍ଟ
  • ||
  • ପୁରୁଷ ହକି ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫ: ଦ. କୋରିଆକୁ ହରାଇଲା ଟିମ୍ ଇଣ୍ଡିଆ, ଶନିବାର ଭାରତ- ପାକ୍ ଲଢ଼େଇ
  • ||
  • ଲଘୁଚାପ ନେବ ଅବପାତ ରୂପ: ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୬ ଯାଏ ପ୍ରବଳ ବର୍ଷା
  • ||

ସୁଜିତ ସ୍ମାରକୀ ରାଜ୍ୟସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦଯାପିତ: ସୁରଜ ଏଫସି ଫୁଲବାଣୀ ଚାମ୍ପିୟନ

ଫିରିଙ୍ଗିଆ ,୨।୯ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଠାରେ ଚାଲିଥିବା ଚତୁର୍ଥ   ସୁଜିତ ସ୍ମାରକୀ ରାଜ୍ୟସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି I ଦୁଇଦିନ ଧରି ଚାଲିଥିବା ଏହି ପ୍ରତିଯୋଗିତାରେ ରାଜ୍ୟର  ଆଠଟି ଫୁଟବଲ ଟିମ ଭାଗ ନେଇଥିଲେ I

କ୍ଳବର ସଭାପତି ଭବାନୀ ଶଙ୍କର ବେହେରା ଓ ବରିଷ୍ଠ ସଦସ୍ୟ ବିଭୁଦତ୍ତ ମୁଖିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ଏହି ପ୍ରତିଯୋଗିତାରେ ଉଦଯାପନୀ ଉତ୍ସବରେ ଫିରିଙ୍ଗିଆ ଗୋଷ୍ଠି ଉନ୍ନୟନ ଅଧିକାରୀ ଅନୁପ ଅଭିଷେକ ବେହେରା ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ତହସିଲଦାର ଅନାମିକା ପାଣ୍ଡେ, ଜିଲ୍ଲା କ୍ରୀଡା ଅଧିକାରୀ ସମୀର କୁମାର ନାଏକ, ଅତିରିକ୍ତ ତହସିଲଦାର ଅଭିନାଶ ମିଶ୍ର, ଫିରିଙ୍ଗିଆ ଷ୍ଟେଟ ବ୍ୟାଙ୍କ ଓ ୟୁକୋ ବ୍ୟାଙ୍କ ମ୍ୟାନେଜର, ବରିଷ୍ଠ କ୍ରୀଡ଼ାବିତ ତଥା କ୍ରୀଡା ସଂଗଠକ ଶୁକଦେବ ମୁଖି, କ୍ରୀଡା ସଂଗଠକ ପ୍ରଦୀପ କୁମାର ପ୍ରଧାନ, ଏପିଓ ସୁମନ୍ତ କୁମାର ଉଠାଣ ସିଂ,ବରିଷ୍ଠ ଶିକ୍ଷକ ଉମେଶ କୁମାର ବେହେରା, କ୍ରୀଡାବିତ ସରୋଜ ମୁନି ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ I 

ଫିରିଙ୍ଗିଆ ସୁଜିତ ଫୁଟବଲ କ୍ଳବ ଓ ସୁରଜ ଫୁଟବଲ କ୍ଲବ ଫୁଲବାଣୀ ମଧ୍ୟରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା I ସୁଜିତ ଏଫସିକୁ  ଦୁଇ ଏକ ଗୋଲରେ ହରାଇ  ସୁରଜ ଏଫସି ଫୁଲବାଣୀ ବିଜୟଲାଭ କରିଥିଲେ I ରେଫରୀ ସୁଜିତ ରାଜହଂସ ଙ୍କ ସହ ବିଶ୍ଵରଞ୍ଜନ କହଁର, ପ୍ରଫୁଲ୍ଲ କହଁର, ସୁଶାନ୍ତ ଜୁଣ୍ଡି, ଜଗନ୍ନାଥ କହଁର ପ୍ରମୁଖ ଖେଳ ପରିଚାଳନା କରିଥିଲେ I ସୁଜିତ ଫୁଟବଲ କ୍ଳବର ସଭାପତି ଓ ସମ୍ପାଦକଙ୍କ ସହ ରାଜେଶ କୁମାର ଦିଗାଳ, ରଂଜିତ ଦିଗାଲ, ଚନ୍ଦନ ଦିଗାଲ, ଶ୍ରୀତମ କୁମାର ପଣ୍ଡା, ଅନନ୍ତ କହଁରଙ୍କ ସହ ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ I ଉଭୟ ବିଜେତା ଓ ଉପବିଜେତା ଦଳ ସହ ଉତ୍ତମ ଖେଳ ପ୍ରଦର୍ଶନ କରିଥିବା ଖେଳାଳି ମାନଙ୍କୁ ଉପସ୍ଥିତ ଅତିଥିମାନେ ଟ୍ରଫି ସହ ଆର୍ଥିକ ରାଶି ଦେଇ ପୁରସ୍କୃତ କରିଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.