ପ୍ରମୂଖ ଖବର
  • ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଅପରାଧିକ ତଥ୍ୟ ମାଗିଲେ ହାଇକୋର୍ଟ, ସତ୍ୟପାଠ ଦାଖଲ କରିବେ ଦୀପାଳି
  • ||
  • ଓଡ଼ିଶାର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ , ନିଯୁକ୍ତି ଦେଲେ ରାଷ୍ଟ୍ରପତି
  • ||
  • ଆନନ୍ଦପୁର : ପାଣି ପାଇଁ ରାସ୍ତାରୋକ, ସମସ୍ୟାର ସମାଧାନ ନହେଲେ ରାସ୍ତାରୁ ନହଟିବାକୁ ଚେତାବନୀ
  • ||
  • ବ୍ରହ୍ମପୁର : ଏକାଧିକ ବେଆଇନ୍‌ ହୁକ୍କା ବାର୍‌ରେ ପୋଲିସର ଚଢାଉ, ୭ ମାମଲା ରୁଜୁ କରି ତଦନ୍ତ ଆରମ୍ଭ
  • ||
  • ବାର୍‌ ଡ୍ୟାନ୍ସ କଟକଣା ମାମଲା: ଜବାବ ରଖିଲେନି ସରକାର, ୨୪ରେ ଚୂଡ଼ାନ୍ତ ଶୁଣାଣି
  • ||
  • ବିରୋଧୀଙ୍କ ହଟ୍ଟଗୋଳରେ ଧୋଇଗଲା ପ୍ରଶ୍ନକାଳ, ସାଢ଼େ ୧୧ଟା ଯାଏଁ ଗୃହ ମୁଲତବୀ
  • ||
  • ଉଦଳା : ସରକାରୀ ଚାକିରି ନାଁରେ ଠକେଇ କରୁଥିଲେ ଶିକ୍ଷକ, ୩ ଜଣଙ୍କୁ ବାନ୍ଧିଲା ପୋଲିସ
  • ||
  • ରାଜଧାନୀରେ ଚେନ୍‌ ସ୍ନାଚର୍‌ଙ୍କ ଆତଙ୍କ: ଗୋଟିଏ ଦିନରେ ଦୁଇଟି ସ୍ଥାନରୁ ଲୁଟ୍‌, ସିସିଟିଭି ଯାଞ୍ଚ କରୁଛି ପୋଲିସ
  • ||
  • ଉମରକୋଟରେ ଭାରସାମ୍ୟ ହରାଇ ଓଲଟିଲା ବରଯାତ୍ରୀ ଗାଡି, ଡ୍ରାଇଭର ମୃତ, ୬ ଗୁରୁତର ହସ୍ପିଟାଲରେ ଭର୍ତ୍ତି
  • ||
  • ଅନ୍ତର୍ଜାତୀୟ ବନ ଦିବସ: ଜଳୁଛି ଜଙ୍ଗଲ, ଥମୁନି ବନ୍ୟଜନ୍ତୁ ଶିକାର
  • ||
  • ଖରା ଯୋଗୁଁ ବଦଳିଲା ସମୟ, ଆଜିଠୁ ସକାଳୁଆ ସ୍କୁଲ: ପ୍ରଥମରୁ ଦ୍ୱାଦଶ ସାଢ଼େ ୬ରୁ ସାଢ଼େ ୧୦ ପାଠପଢ଼ା
  • ||
  • ତାତିରୁ ମିଳିବ ଆଶ୍ୱସ୍ତି: ଆଜି ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ବିଏମସିର ଗ୍ରୀଷ୍ମ ପ୍ରବାହ ମୁକାବିଲା : ପୂର୍ବାହ୍ନ ୧୧ ଟାରୁ ଅପରାହ୍ନ ୩ ଟା ପର୍ଯ୍ୟନ୍ତ ନିର୍ମାଣ କାମ ବନ୍ଦ

Published By : Prameya | March 3, 2025 11:11 PM

ଭୁବନେଶ୍ୱର, ୩।୩ : ଆସନ୍ତା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ ସି) ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ମୁଖ୍ୟାଳୟସ୍ଥିତ ଏକାମ୍ର ହଲରେ ଅନୁଷ୍ଠିତ ହୋଇଯାଇଛି । ବିଏମସି କମିଶନର ରାଜେଶ ପ୍ରଭାକର ପାଟିଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ କମିଶନର ରତ୍ନାକର ସାହୁ, ଶୁଭେନ୍ଦୁ କୁମାର ସାହୁ, ସସ୍ମିତା ସାହୁ, ସିଟି ଇଂଜିନିୟର ବିଳାସ କୁମାର ବେହେରା, ମୁଖ୍ୟ ବିତ୍ତ ଅଧିକାରୀ ଗୋବିନ୍ଦ ଚନ୍ଦ୍ର ନାୟକ  ଉପସ୍ଥିତ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଏମ୍ ସିର ସମସ୍ତ ଅଧିକାରୀ,  ସମସ୍ତ ଲାଇନ୍ ଡିପାର୍ଟମେଣ୍ଟର ଅଧିକାରୀମାନେ ଏହି ବୈଠକରେ ଯୋଗଦେଇଥିଲେ । 

ସହରର ବିଭିନ୍ନ ସ୍ଥାନରେ ପାନୀୟ ଜଳ ସେବା କେନ୍ଦ୍ର ଖୋଲାଯିବ । କେଉଁ କେଉଁସ୍ଥାନରେ ଏହି ପାନୀୟ ଜଳ ସେବା କେନ୍ଦ୍ରମାନ ଖୋଲାଯିବ ତାହା ଜୋନାଲ କମିଶନରମାନେ ଚିହ୍ନଟ କରିବେ । ଏହା ସହ ବୁଲା ଗାଈଗୋରୁ, କୁକୁର ତଥା ପଶୁପକ୍ଷୀଙ୍କ ପାଇଁ ମଧ୍ୟ ପାଣି ବ୍ୟବସ୍ଥା କରାଯିବ । ତେବେ ଏଥିପାଇଁ ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶାବଳୀ ଅନୁଯାୟୀ କାର୍ଯ୍ୟକାରୀ କରାଯିବ । ସେହିପରି ଚଳିତ ବର୍ଷ ଜନ ଗହଳିପୂର୍ଣ୍ଣ ସ୍ଥାନ, ବସ୍ ଷ୍ଟାଣ୍ଡ, ବିଭିନ୍ନ ଛକ, ବଜାର, ହାଟ ଆଦିରେ ପାନୀୟ ଜଳ ସେବା କେନ୍ଦ୍ରମାନ ଖୋଲାଯିବ। 

ସମସ୍ତ ଡାକ୍ତରଖାନାରେ ସନଷ୍ଟ୍ରୋକରେ ଆକ୍ରାନ୍ତଙ୍କ ପାଇଁ ଶୀତତାପ ନିୟନ୍ତ୍ରିତ ସ୍ୱତନ୍ତ୍ର ରୁମ୍ ଓ ବେଡ୍, ଆବଶ୍ୟକ ମେଡିସିନ, ଓଆରଏସ୍ ଆଦି ମହଜୁଦ୍ ରଖିବା ପାଇଁ ସହରାଞ୍ଚଳ ଜନ ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦେଶ ଦିଆଯାଇଛି ।   ଗ୍ରୀଷ୍ଣ ପ୍ରବାହକୁ ଦୃଷ୍ଟିରେ ରଖି ବିଏମ୍ ସି ମୁଖ୍ୟାଳୟସ୍ଥିତ ଦ୍ୱିତୀୟ ମହଲାରେ ସ୍ୱତନ୍ତ୍ର ନିୟନ୍ତ୍ରଣ କକ୍ଷ ଖୋଲାଯିବ । ଏଥିପାଇଁ ସ୍ୱତନ୍ତ୍ର ଭାବେ ୧୯୨୯ ଫୋନ୍ ନମ୍ବର ଜାରି କରାଯାଇଛି ।   

ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ ପର୍ଯ୍ୟନ୍ତ କାମ ବନ୍ଦ କରିବା ପାଇଁ ଜିଲ୍ଲା ଶ୍ରମ ଅଧିକାରୀ ବ୍ୟବସ୍ଥା କରିବେ । ସେହିପରି ବିଏମସି ସିଟି ଇଂଜିନିୟର ଏବଂ ସମସ୍ତ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଏହି ସମୟ ମଧ୍ୟରେ କାର୍ଯ୍ୟ ବନ୍ଦ ରଖିବେ । କାମ ହେଉଥିବା ସ୍ଥାନରେ ପାନୀୟ ଜଳ ଓ ଛାଇ ପାଇଁ ଛାମୁଣ୍ଡିଆ କରିବେ । କାମ କରୁଥିବା ସମସ୍ତ ଏଜେନ୍ସି ଯଥା ଆର୍ ଆଣ୍ଡ ବି, ଆର୍.ଡି ମଧ୍ୟ ଶ୍ରମିକମାନଙ୍କୁ ପୂର୍ବାହ୍ନ ୧୧ରୁ ଅପରାହ୍ନ ୩ ପର୍ଯ୍ୟନ୍ତ କାମ ନ କରିବା ପାଇଁ ବ୍ୟବସ୍ଥା କରିବେ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.