- ଯୋଗ ଦେବେ BRICS ରାଷ୍ଟ୍ରସମୂହର ପ୍ରତିନିଧି ଏବଂ ବିଶେଷଜ୍ଞବୃନ୍ଦ
- ବିପର୍ଯ୍ୟୟ ପରିଚାଳନାରେ ଅନ୍ତର୍ଜାତୀୟ ସହଯୋଗ ସମ୍ପର୍କରେ ହେବ ଆଲୋଚନା
ଭୁବନେଶ୍ୱର, ୨୫ ।୫ : ଜୁନ ୩ରେ ପୁରୀରେ BRICS ରାଷ୍ଟ୍ରସମୂହର 'Disaster Risk Reduction Working Group' (DRRWG) ର ଦ୍ଵିତୀୟ ବୈଷୟିକ ସମ୍ମିଳନୀ ଅନୁଷ୍ଠିତ ହେବ। ଭାରତର BRICS ଅଧ୍ୟକ୍ଷତା ଅଧୀନରେ ଆୟୋଜିତ ହେବ। ଏହା ଜୁନ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ବିପର୍ଯ୍ୟୟ ପରିଚାଳନା, ପ୍ରତିରୋଧକ୍ଷମତା ବୃଦ୍ଧି ଏବଂ ଅନ୍ତର୍ଜାତୀୟ ସହଯୋଗ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ। ଏହି ସମ୍ମିଳନୀରେ BRICS ଦେଶଗୁଡ଼ିକର ପ୍ରତିନିଧି ଓ ବିଶେଷଜ୍ଞମାନେ ଯୋଗଦେବେ। ବ୍ରାଜିଲ୍, ଇଜିପ୍ଟ୍, ଇଥିଓପିଆ, ଇଣ୍ଡୋନେସିଆ, ଇରାନ୍, ଋଷିଆ, ସାଉଦି ଆରବ, ଦକ୍ଷିଣ ଆଫ୍ରିକା, ୟୁଏଇ ଏବଂ ଚାଇନା ଆଦି ଦେଶର ପ୍ରତିନିଧିଗଣ ଏହି ସମ୍ମିଳନୀରେ ଯୋଗ ଦେବେ l
ଓଡ଼ିଶାକୁ ଏହି ଗୁରୁତ୍ୱପୂର୍ଣ୍ଣ ବୈଷୟିକ ବୈଠକର ଆୟୋଜକ ଭାବେ ଚୟନ କରାଯାଇଛି। ବିପର୍ଯ୍ୟୟ ପ୍ରସ୍ତୁତି ଓ ପରିଚାଳନା କ୍ଷେତ୍ରରେ ରାଜ୍ୟର ସକ୍ରିୟ, ସଫଳ ଏବଂ ସୁଦୃଢ଼ ପଦକ୍ଷେପ ପାଇଁ ଏହି ଦାୟିତ୍ବ ଦିଆଯାଇଛି। ବିଶେଷକରି ବାତ୍ୟା ପରିଚାଳନା, ଗୋଷ୍ଠୀ-ଭିତ୍ତିକ ପୂର୍ବ ସଚେତନତା ବ୍ୟବସ୍ଥା ଏବଂ ସଫଳ ଉଦ୍ଧାର ଓ ସ୍ଥାନାନ୍ତରଣ କୌଶଳ ନିମନ୍ତେ ଓଡିଶା ଅନ୍ତର୍ଜାତୀୟସ୍ତରରେ ପ୍ରଶଂସିତ ହୋଇଆସିଛି।
ଏହି ବୈଷୟିକ ସମ୍ମିଳନୀ ମାଧ୍ୟମରେ BRICS ଦେଶମାନଙ୍କ ମଧ୍ୟରେ ବିପର୍ଯ୍ୟୟ ପରିଚାଳନା ସମ୍ବନ୍ଧୀୟ ଜ୍ଞାନ-ବିନିମୟ, ନୂତନ ପ୍ରଯୁକ୍ତି ଓ ସମନ୍ୱିତ କାର୍ଯ୍ୟପଦ୍ଧତି ଉପରେ ଆଲୋଚନା ହେବା l ଏହି ପରିପ୍ରେକ୍ଷୀରେ BRICS ରାଷ୍ଟ୍ରସମୂହଙ୍କୁ ନେଇ ଏପରି ଏକ ବୈଷୟିକ ସମ୍ମିଳନୀ ପୁରୀଠାରେ ଅୟୋଜିତ ହେବା ଓଡ଼ିଶାର ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ସଫଳତା ଓ ଦକ୍ଷତାକୁ ଅନ୍ତର୍ଜାତୀୟସ୍ତରରେ ପ୍ରଚାରିତ କରିବା ସହ ବିଶ୍ବସ୍ତରରେ ଓଡ଼ିଶାର ଛବିକୁ ଆହୁରି ସମୃଦ୍ଧ କରିବ l
ଆହୁରି ପଢନ୍ତୁ : ମଡେଲ ଭିଲେଜ ମିଶନ ଓ ମହାପୁରୁଷ ଆଦର୍ଶ ଗ୍ରାମ ଯୋଜନାର ଶୁଭାରମ୍ଭ