ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ରବିବାର ରାଶିଫଳ; ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ…

ମେଷ : ଘାତବାର ଏବଂ ତୃତୀୟଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଦେହ ମନ ସୁସ୍ଥ ରହିବ । ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।

ବୃଷ : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ ଓ ଆୟପ୍ରତି ମନରେ ଅହେତୁକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଆୟ ଅଧିକ କରିବା ପାଇଁ ନୂତନ କଳାକୌଶଳ ଆପଣାଇବେ । ଆକସ୍ମିକ ଧନଲାଭ, କୌଣସି ବିଶେଷସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ପରିଶ୍ରମ ତୁଳନାରେ କମ୍‌ମିଳିବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ : ନୀଳ, ସଂଖ୍ୟା : ୮, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ଶ୍ରୀଚନ୍ଦ୍ର, ରବିବାର ଯୋଗୁ ଧନ, ମାନ, ସମ୍ମାନ ଏବଂସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ପଡ଼ୋଶୀଙ୍କ ସହ ସମ୍ପର୍କ ନିବିଡ଼ ହେବ ଏବଂ ତାଙ୍କର ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ଯେଉଁ ମାନଙ୍କର ଆର୍ଦ୍ରାମିଥୁନ, ସେମାନେ ଉପକୃତ ହେବେ ।ଶୁଭରଙ୍ଗ:  ମେରୁନ୍‌, ସଂଖ୍ୟା : ୧୨, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

କର୍କଟ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ସମସ୍ତ କର୍ମରେ ଭୁଲ୍‌୍‌ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ ଧାବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ପୁନର୍ବସୁ କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୫, ଆରାଧନା : ଭଗବାନ ଶିବ ।

ସିଂହ : ଏକାଦଶ ଚନ୍ଦ୍ର, ରବିବାର ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପସିତ୍‌ ପଦାର୍ଥ ହାତ ପାଆନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୧୧, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।

କନ୍ୟା : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ମନରେ ବ୍ୟସ୍ତତା, ବ୍ୟଗ୍ରତା ବୃଦ୍ଧିପାଇବ । ଆଜି ଯେକୌଣସି କର୍ମ ଆରମ୍ଭ କରିବେ ସେଥିରେ ବିଫଳତା ସାମ୍ନା କରିବେ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗିରହିବ । ଯେଉଁମାନଙ୍କରଚିତ୍ରାକନ୍ୟା, ସେମାନେ ସତର୍କହେବେ ।ଶୁଭରଙ୍ଗ :  ସବୁଜ, ସଂଖ୍ୟା : ୬, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତିସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ସ୍ୱାତୀତୁଳା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମା’ ସମଲେଶ୍ୱରୀ ।

ବିଛା : ଅଷ୍ଟମ ଚନ୍ଦ୍ର ଯୋଗୁ ଏବଂ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ବିରକ୍ତିଭାବ ଓ ଚିଡ଼ଚିଡ଼ାପଣ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଦେଖାଦେବ । ଯେଉଁ ମାନଙ୍କର ବିଶାଖାବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ : ସପ୍ତମ ଚନ୍ଦ୍ର, ରବିବାର ଏବଂ ଦିବା ୧୦ଟା ୨୬ ମିନିଟ୍‌ ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ମିଳିବ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ଚାଲିଚଳନରେ ସଂଯମତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୨, ଆରାଧନା : ମା’ ତାରା ।

ମକର : ଷଷ୍ଠଚନ୍ଦ୍ର ଯୋଗୁ ଉଚ୍ଚ ସମ୍ମାନ ଏବଂ ଉଚ୍ଚ ପଦବୀପ୍ରାପ୍ତ ହେବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ନେବେ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁ ମାନଙ୍କର ଶ୍ରବଣାମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ : ପଞ୍ଚମ ଚନ୍ଦ୍ରଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ସନ୍ତାନ ମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପାଲାଭ କରିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଶୀର୍ଷରେ ରହିବ । ଯେଉଁ ମାନଙ୍କର ଶତଭିଷାକୁମ୍ଭ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।

ମୀନ : ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗିରହିବ । ଯେଉଁ ମାନଙ୍କର ପୂର୍ବଭାଦ୍ର ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୯, ଆରାଧନା :  ମା’ ଧୂମାବତୀ ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.