ଆଜିର ପଞ୍ଜିକା
ଅଦ୍ୟ ତା.୦୨.୦୩.୨୦୨୫ରିଖ, କୁମ୍ଭ ୧୯ ଦିନ, ଫାଲ୍ଗୁନ ଶୁକ୍ଳପକ୍ଷ, ତୃତୀୟା, ରବିବାର। ତୃତୀୟା: ରାତ୍ରି ୯ଟା ୦୨ମିନିଟ୍, ଉତ୍ତର ଭାଦ୍ର: ସକାଳ ୮ଟା ୫୯ମିନିଟ୍, ମୀନ ଚନ୍ଦ୍ର : ୬୦ ଦଣ୍ଡ ଅହୋରାତ୍ର। ସୂର୍ଯ୍ୟୋଦୟ : ୬ଟା ୦୬ମିନିଟ୍ ୫୩ସେକେଣ୍ଡ। ସୂର୍ଯ୍ୟାସ୍ତ : ୫ଟା ୫୦ମିନିଟ୍ ୨୨ସେକେଣ୍ଡ। ଯୋଗିନୀ ଆଗ୍ନେୟେ, ରାତ୍ରି୯ଟା ୦୨ମିନିଟ୍ ଗତେ ନୈଋତେ। ମୃତେ ଏକପାଦ ପୁଷ୍କର ଦୋଷ। ପୋଟଳ ଖାଇବା ମନା, ଖାଇଲେ ଶତ୍ରୁବୃଦ୍ଧି। ଅମୃତ ବେଳା : ସକାଳ ୬ଟା ୫୦ମିନିଟ୍ ଗତେ, ୯ଟା ୫୯ମିନିଟ୍ ମଧ୍ୟେ, ଅପରାହ୍ଣ୧ଟା ୦୮ମିନିଟ୍ ଗତେ, ୧ଟା ୫୬ମିନିଟ୍ ମଧ୍ୟେ ।
ଆଜିର ରାଶିଫଳ
ମେଷ : ଦ୍ୱାଦଶ ଚନ୍ଦ୍ର, ଘାତବାର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ। ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ି ଯିବ। ସ୍ମରଣ ଶକ୍ତି ହ୍ରାସ ଘଟିବ ଏବଂ ଭୁଲାପଣ ବୃଦ୍ଧି ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ। ଯେଉଁମାନଙ୍କର କୃତ୍ତିକା ମେଷ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଲାଲ୍, ସଂଖ୍ୟା :୬, ଆରାଧନା : ମା’ ଚଣ୍ଡୀ।
ବୃଷ : ଏକାଦଶ ଚନ୍ଦ୍ର ଯୋଗୁ ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ। ଧନର ସତ୍ବିନିଯୋଗ କରିବେ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ। ନୂତନ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ ଜାରି ରଖିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଦେଖାଦେବ। କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ। ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ। ଶୁଭରଙ୍ଗ :ନୀଳ, ସଂଖ୍ୟା : ୦୪, ଆରାଧନା : ମା’ ଗାୟତ୍ରୀ।
ମିଥୁନ : ଦଶମ ଚନ୍ଦ୍ର ଏବଂ ରବିବାର ଯୋଗୁ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଆଗ୍ରହ ରହିବ। ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ। ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ମେରୁନ୍, ସଂଖ୍ୟା :୮, ଆରାଧନା : ମା’ ଷୋଡ଼ଶୀ।
କର୍କଟ : ଶୁ୍କ୍ଳ ପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭ ଦୃଷ୍ଟିରେ ରହିବେ। କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ସଫଳତା ଓ ସମ୍ମାନ ଶୀର୍ଷରେ ରହିବ। ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ।
ସିଂହ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ। ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ। ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ।
କନ୍ୟା : ସପ୍ତମ ଚନ୍ଦ୍ର ଯୋଗୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ପରିଚିତ ମହିଳାଙ୍କ ଠାରୁ ଧନ ମିଳିବ। କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ। ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ।
ତୁଳା : ଷଷ୍ଠ ଚନ୍ଦ୍ର ଏବଂ ସକାଳ ୮ଟା ୫୮ ମିନିଟ୍ ପରେ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତକର୍ମରେ ସ୍ୱଚ୍ଛତା ଓ ସମୟାନୁ ବର୍ତ୍ତିତା ଆପଣାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ରହେବେ। ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୧୨, ଆରାଧନା : ମା’ କମଳା।
ବିଛା : ପଞ୍ଚମ ଚନ୍ଦ୍ର ଏବଂ ସକାଳ ୮ଟା ୫୯ ମିନିଟ୍ ପରେ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ।ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତିର ବିକାଶ ଘଟିବ ଏବଂ ନୂତନ ବିଦ୍ୟା ଓ କଳା, ସଂସ୍କୃତି ପ୍ରତି ମନରେ ଅଧିକ ରୁଚି ରହିବ। ସନ୍ତାନ ମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପାଲାଭ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ। ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ।
ଧନୁ : ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସ୍ୱଜନ, ପରିଜନ ଓ ରାଜନୈତିକ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ସତର୍କତା ଅବଲମ୍ବନ କରିବେ। ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ। ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ। ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ।
ମକର : ତୃତୀୟ ଚନ୍ଦ୍ର, ତୃତୀୟା ତିଥି ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଦେଖାଦେବ। ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ ସୁସମ୍ପର୍କ ଏବଂ ଭାଇ, ଭଉଣୀଙ୍କ ସାହାଯ୍ୟ, ସହଯୋଗପ୍ରାପ୍ତ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ। ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ।
କୁମ୍ଭ : ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ। ଖର୍ଚ୍ଚ ପ୍ରତି ଅନାଗ୍ରହ ଓ ସଞ୍ଚୟ ପ୍ରତିମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ମିଳିବ ନାହିଁ। ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳପାଇବେ। ଶୁଭରଙ୍ଗ : ଧୂସର, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ।
ମୀନ : ଶ୍ରୀଚନ୍ଦ୍ର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ ପୁତ୍ର, କନ୍ୟା, ଭ୍ରାତୃ ଓ ଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ। ଚାଲିଚଳନ, ବ୍ୟବହାର ମାର୍ଜିତ ହେବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ମିଳିବ। ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ମା’ ତାରା।
ଜ୍ୟୋତିର୍ବିଦ୍: କୈଳାସ ଦାଶ