ମେଷ : ଘାତବାର ଏବଂ ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ । ଯେଉଁମାନଙ୍କର କୃତ୍ତିକା ମେଷ, ସେମାନେ ସତର୍କ ହେବେ। ଶୁଭରଙ୍ଗ: ଗେରୁଆ, ସଂଖ୍ୟା: ୩, ଆରାଧନା: ପ୍ରଭୁ ହନୁମାନ।
ବୃଷ: ସପ୍ତମ ଚନ୍ଦ୍ର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ ସମ୍ପର୍କ ନିବିଡ଼ ହେବ ଏବଂ ପଡ଼ୋଶୀଙ୍କ ସାହାଯ୍ୟ, ସହଯୋଗ ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ। ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ: ନୀଳ, ସଂଖ୍ୟା: ୨, ଆରାଧନା: ମା’ ସମଲେଶ୍ୱରୀ ।
ମିଥୁନ : ଷଷ୍ଠ ଚନ୍ଦ୍ର, ରବିବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ। ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ମିଳିବ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ: ମେରୁନ୍, ସଂଖ୍ୟା : ୪, ଆରାଧନା: ମା’ ତ୍ରିପୁର ସୁନ୍ଦରୀ।
କର୍କଟ : ପଞ୍ଚମ ଚନ୍ଦ୍ର ଯୋଗୁ ପାଞ୍ଚଟି କର୍ମରେ ବିଫଳତାର ସାମନା କରିବେ। ବିଦ୍ୟାରେ ବିଫଳତା, ସନ୍ତାନମାନଙ୍କ ଚାଲିଚଳନ, ବ୍ୟବହାର ଓ କର୍ମକୁ ନେଇ ଦୁଶ୍ଚିନ୍ତା, ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା କିମ୍ବା ପୈତୃକ ସମ୍ପତ୍ତିକୁ ନେଇ ବିବାଦ, ମାନ, ସମ୍ମାନ ହାନି ଏବଂ ସମସ୍ତ କର୍ମ ବିବାଦୀୟ ହେବ। ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ। ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ। ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ। ଶୁଭ ରଙ୍ଗ: ଲାଲ, ସଂଖ୍ୟା : ୫, ଆରାଧନା : ମା’ ସମଲେଶ୍ୱରୀ।
ସିଂହ : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ଅନ୍ୟକୁ ଦେଇଥିବା ଧନ ଏବଂ ହୃତ ଧନ ଫେରି ପାଇବେ। ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ ଓ ସହଯୋଗୀଙ୍କ ସହ ସମ୍ପର୍କ ମଧୁର ହେବ ଏବଂ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ। ଯେଉଁମାନଙ୍କର ମଘା ଓ ପୂର୍ବା ଫାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୧୧, ଆରାଧନା : ମା’ ମାଣିକେଶ୍ୱରୀ।
କନ୍ୟା : ତୃତୀୟ ଚନ୍ଦ୍ର, ରବିବାର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ ଏବଂ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ: ସବୁଜ , ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।
ତୁଳା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ବାଦ, ବିବାଦ, ସ୍ୱାସ୍ଥ୍ୟ ଏବଂ ଆର୍ଥିକ କାରାବାର ବେଳେ ସତର୍କ ହେବେ। ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇ ପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଦେଖାଦେବ। ଯେଉଁମାନଙ୍କର ବିଶାଖା ତୁଳା, ସେମାନେ ସତର୍କ ହେବେ। ଶୁଭ ରଙ୍ଗ : ଧଳା, ସଂଖ୍ୟା : ୮, ଆରାଧନା : ପ୍ରଭୁ ଶ୍ରୀରାମ ।
ବିଛା : ଶ୍ରୀଚନ୍ଦ୍ର, ରବିବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ସମସ୍ତଙ୍କ ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ସୌଭାଗ୍ୟର ଅଧିକାରୀ ହେବେ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ ।
ଧନୁ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ଅପସରି ଯିବ। ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ କୁସଙ୍ଗ ପରିତ୍ୟାଗ କରି ସତ୍ସଙ୍ଗ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ ହେବ ଏବଂ ଆୟର କିଛି ଅଂଶ ସଂଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ସଫଳତାର ସହ ସମ୍ପାଦନ କରିବେ। ଯେଉଁମାନଙ୍କର ମୂଳା ଓ ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : ଏକାଦଶ ଚନ୍ଦ୍ର ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ। ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।
କୁମ୍ଭ : ଦଶମ ଚନ୍ଦ୍ର ଯୋଗୁ କର୍ମରେ ଉନ୍ନତି ଏବଂ କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ଆଜି ଯେକୌଣସି କର୍ମ ଆରମ୍ଭ କରିବେ ସେଥିରେ ଶତ ପ୍ରତିଶତ ସଫଳତା ପାଇବେ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଉଦ୍ୟମ ଜାରି ରଖିବେ। ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ। ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା।
ମୀନ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ବନ୍ଧୁବାନ୍ଧବଙ୍କ ସହ ବିବାଦ ଦେଖାଦେବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ଧୂମାବତୀ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ,
ମୋବାଇଲ : ୯୪୩୭୧୩୩୪୭୩