PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଣ୍ଟାବାଞ୍ଜି : ପ୍ରାଥମିକ ବିଦ୍ୟାଳୟର ତାଲା ଭାଙ୍ଗି ଲୁଟ୍
  • ||

ରବିବାର ରାଶିଫଳ: ବାଣିଜ୍ୟ ବ୍ୟବସାୟରେ ଆୟ ଉତ୍ତମ ହେବ, ଏହି ରାଶିର ଲୋକଙ୍କ ପାଇଁ ଶୁଭ

ଅଦ୍ୟ ତା.୨୦.୧୧.୨୦୨୨ରିଖ, ବିଛା ୫ ଦିନ, ମାର୍ଗଶିର ମାସ କୃଷ୍ଣପକ୍ଷ ଏକାଦଶୀ ଗତ ଦ୍ୱାଦଶୀ, ରବିିବାର । ଏକାଦଶୀ : ଦିବା ୧୦ଟା ୪୨ ମିନିଟ୍‌ । ହସ୍ତା: ରାତ୍ରି ୧୨ଟା ୩୬ ମିନିଟ୍‌ । କନ୍ୟା ଚନ୍ଦ୍ର: ୬୦ ଦଣ୍ଡ ଅହୋରାତ୍ର । ସୂର୍ଯ୍ୟୋଦୟ-୫ଟା ୪୯ ମିନିଟ୍‌ ୩୩ ସେକେଣ୍ଡ, ସୂର୍ଯ୍ୟାସ୍ତ-୫ଟା ୦୫ ମିନିଟ୍‌ ୦୭ ସେକେଣ୍ଡ । ଯୋଗିନୀ ଆଗ୍ନେୟେ, ଦିବା ୧୦ଟା ୪୨ ମିନିଟ୍‌ ଗତେ ନୈରୁତେ । ମୃତେ ଏକପାଦ, ଦିବା ୧୦ଟା ୪୨ ମିନିଟ୍‌ ଗତେ ଦ୍ୱିପାଦ ପୁଷ୍କର ଦୋଷ । ପୋଇ ଖାଇବା ମନା, ଖାଇଲେ ବ୍ରହ୍ମହତ୍ୟା ସମ ପାପ । ସୋମବାର ବାଇଗଣ ଖାଇବା ମନା, ଖାଇଲେ ପୁତ୍ରହାନି । ଅଦ୍ୟ ଉତ୍ପଳା ଏକାଦଶୀ ।

ରବିବାର ରାଶିଫଳ
ମେଷ: ଘାତବାର, ଷଷ୍ଠଚନ୍ଦ୍ର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଯୋଗୁ ଘାତବାରର ପ୍ରଭାବ କମ୍‌ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ରୋଗ, ଋଣ ଓ ଶତ୍ରୁ ଏଥିରୁ କେତେକାଂଶରେ ମୁକ୍ତି ମଳିବ । ପରୋପକାର ଓ ସମାଜସେବାରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । କର୍ମରେ ସଫଳତା ଏବଂ ଏବଂ ଉଚ୍ଚ ସମ୍ମାନ ଉଚ୍ଚ ପଦବୀ ମିଳିବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା : ୧୧, ଆରାଧନା: ପ୍ରଭୁ ସ୍କନ୍ଦ ।

ବୃଷ: ଘାତଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ବିବାଦ ଏବଂ ଚାଲିଚଳନ ବ୍ୟବହାର ବିବାଦୀୟ ହେବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା ପ୍ରୟୋଗରେ ଅସଫଳ ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ୱଳ୍ପ ହେବେ ଏବଂ ଆର୍ଥିକ ସଙ୍କଟ ଦେଖାଦେବ । ସନ୍ତାନମାନେ ଅବଜ୍ଞା କରିବେ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ସହ ମତାନ୍ତର ହେବ । ଯେଉଁମାନଙ୍କର ରୋହିଣୀ ଓ ବୃଷ ଓ ଯାହାର ପ୍ରଥମ ନାମାକ୍ଷର ଓ ବା, ବି, ଦୁ ସେମାନେ ସତର୍କ ହେବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୧୨, ଆରାଧନା: ମା’ ଗାୟତ୍ରୀ ।

ମିଥୁନ: ଚତୁର୍ଥ ଚନ୍ଦ୍ର ଯୋଗୁ ଆର୍ଥିକ ସ୍ଥିତିରେ ଉନ୍ନତି, ସ୍ୱଜନରେ ସୁସମ୍ପର୍କ, ପରିିବାରରେ ସୁଖଶାନ୍ତି ଓ ପଡ଼ୋଶୀଙ୍କ ସହ ମିତ୍ରତା ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । ଗୁରୁଜନଙ୍କ କୃପା କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିର ରହିବେ । କର୍ମରେ ସଫଲତା ଓ ଦକ୍ଷତା ବୃଦ୍ଧି ପାଇବ । ଯେଉଁମାନଙ୍କର ମୃଗଶିରା ଓ ଆର୍ଦ୍ରା ମିଥୁନ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା:୪, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ: ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ସମସ୍ତ ସଦସ୍ୟଙ୍କ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଯୋଜନା କରିବେ । କର୍ମରେ ଉନ୍ନତି ଏବଂ କର୍ମ କରିବାର ଶୈଳୀରେ ପରିବର୍ତ୍ତନ ଆସିବ । ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଏବଂ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା: ମା’ ସମଲେଶ୍ୱରୀ ।

ସିଂହ: କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଏବଂ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ ଓ ଯାହାର ପ୍ରଥମ ନାମାକ୍ଷର ମୋ, ଟା, ଟି, ଟୁ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା: ଶ୍ରୀଚନ୍ଦ୍ର, ଚନ୍ଦ୍ରଙ୍କ ନକ୍ଷତ୍ର ଓ ରବିବାର ଯୋଗୁ ଧନ, ମାନ, ସମ୍ମାନ ଏବଂ ସୁଖାଦ୍ୟ ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ ଓ ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସୁଖଶାନ୍ତି ଅତୁଟ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ । କର୍ମରେ ସଫଳତା ପରିଶ୍ରମ ତୁଳନାରେ ଅଧିକ ମିଳିବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା: ୮ ଆରାଧନା: ମା’ ତ୍ରିପୁରସୁନ୍ଦରୀ ।

ତୁଳା: ଅପବ୍ୟୟ, ଅପବାଦ ଓ ଅପଯଶରୁ ମୁକ୍ତ ହେବେ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ ଏବଂ ସମସ୍ତ କର୍ମରେ ଆପଣଙ୍କର ବିଚକ୍ଷଣତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରଖିବେ । କର୍ମରେ ସଫଳତା ଆଶାଠାରୁ ଅଧିକ ମିଳିବ । ଯେଉଁମାନଙ୍କର ଚିତ୍ରା ଓ ସ୍ୱାତୀ ତୁଳା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା:୮, ଆରାଧନା: ପ୍ରଭୁ ଶ୍ରୀରାମ ।

ବିଛା: ଏକାଦଶ ଚନ୍ଦ୍ର, ରବିବାର ଓ ଚନ୍ଦ୍ରଙ୍କ ନକ୍ଷତ୍ର ଯୋଗୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଦୃଢ଼ ହେବ । ମନରେ ଉନ୍ନତ ଚିନ୍ତାଧାରା ଓ ଉଚ୍ଚାଭିଳାଷ ପ୍ରକାଶ ପାଇବ । କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୧୧, ଆରାଧନା: ମା’ ବଗଳାମୁଖୀ ।

ଧନୁ: ଦଶମ ଚନ୍ଦ୍ର ଏବଂ ଦିବା ୧୦ଟା ୪୨ ମିନିଟ୍‌ ପରେ ଘାତତିଥି ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ଆଜି ଯେକୌଣସି କର୍ମ ହାତକୁ ନେବେ ସେଥିରେ ଶତ ପ୍ରତିଶତ ସଫଳତା ହାସଲ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସ୍ୱାସ୍ଥ୍ୟ ଉତ୍ତମ ରହିବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୨, ଆରାଧନା: ପ୍ରଭୁ ଗଜାନନ ।

ମକର: ନବମ ଚନ୍ଦ୍ର ଏବଂ ଦିବା ୧୦ଟା ୪୨ ମିନିଟ୍‌ ପରେ ଘାତତିଥି ହେତୁ ଅପମାନ, ଅପଯଶ ଓ ଅପନିନ୍ଦା ପାଇବେ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଶ୍ରବଣା ମକର ଓ ଯାହାର ପ୍ରଥମ ନାମାକ୍ଷର ଖି, ଖୁ, ଖେ, ଖୋ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧୂସର, ସଂଖ୍ୟା: ୩, ଆରାଧନା : ମା’ ଦକ୍ଷିଣକାଳୀ ।

କୁମ୍ଭ: ଅଷ୍ଟମ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଓ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ବାଧାବିଘ୍ନ ଦେଖାଦେବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ ଓ ଯାହାର ପ୍ରଥମ ନାମାକ୍ଷର ସେ, ସୋ, ଦା ସେମାନେ ସତର୍କ ହେବେ । ଶୁଭରଙ୍ଗ: କଫି, ସଂଖ୍ୟା: ୬, ଆରାଧନା: ମା’ ଭୈରବୀ ।

ମୀନ: ଆମୋଦପ୍ରମୋଦ ଓ ମଉଜ ମସ୍ତିରେ ଅଧିକ ସମୟ ଦେବେ । ଧର୍ମପତ୍ନୀଙ୍କ ସହ ମଧୁର ସମ୍ପର୍କ ଓ ପରିବାର ପ୍ରତି ଅଧିକ ଆନ୍ତରିକତା ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ସ୍ତ୍ରୀହେତୁକ ଧନପ୍ରାପ୍ତି ହେବ । କର୍ମରେ ସଫଳତା, ସମ୍ମାନ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଗୋଲାପି, ସଂଖ୍ୟା : ୫, ଆରାଧନା: ମା’ ତାରା ।