ମେଷ: ଘାତବାର ଓ ତୃତୀୟ ଏବଂ ଚତୁର୍ଥ ଚନ୍ଦ୍ର ଉଭୟ ଭୋଗହେଉଥିବାରୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ। ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭ ଦୃଷ୍ଟିରେ ରହିବେ । ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଦ୍ୱିଜାମେଷ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ: ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।
ବୃଷ: ସକାଳ ୯ଟା ୪୩ ମିନିଟ୍ ପରେ ତୃତୀୟ ଚନ୍ଦ୍ରଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ଶୁଭ ଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତକର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ।
ଶୁଭରଙ୍ଗ :ଧଳା, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।
ମିଥୁନ: ଅପରାହ୍ଣ ୯ଟା ୪୩ ମିନିଟ୍ ପରେ କୃଷ୍ଣପକ୍ଷର ଦ୍ୱିତୀୟଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ ।ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇ ପାରେ ଏବଂ ଧନକୁ ନେଇ ବିବାଦ ଓ ଜମିଜମା ବିବାଦରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ। କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ। ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ।
ଶୁଭରଙ୍ଗ :ମେରୁନ୍, ସଂଖ୍ୟା : ୪, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।
କର୍କଟ: ଦ୍ୱାଦଶଚନ୍ଦ୍ର ଓ ଶ୍ରୀଚନ୍ଦ୍ର ଉଭୟ ଭୋଗହେଉଥିବାରୁ ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଅପରାହ୍ଣ ୩ଟା ୧୧ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ। ସ୍ୱଜନ, ପରିଜନଙ୍କ ସାହାଯ୍ୟ ଓ ସହଯୋଗ ମିଳିବ ଏବଂ ସୁଖବର, ସୁସମ୍ବାଦ ମିଳିବ। ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ବନ୍ଧୁବାନ୍ଧବଙ୍କ ସାହାଯ୍ୟ ଓ ସହଯୋଗ ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସାହାଯ୍ୟ ମିଳିବ। ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଲେଷା କର୍କଟ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।
ସିଂହ: ଏକାଦଶଚନ୍ଦ୍ର ଓ ଦ୍ୱାଦଶଚନ୍ଦ୍ର ଉଭୟ ଭୋଗହେଉଥିବାରୁ ଏବଂ ରବିବାର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର କମ୍ ରହିବ। ଖର୍ଚ୍ଚପ୍ରତି ଅନାଗ୍ରହ, ସଂଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଂଚୟରେ ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତକର୍ମ ଆପଣଙ୍କ ପାଇଁ ସହଜ ହେବ। ଯେଉଁମାନଙ୍କର ପୂର୍ବା ଫାଲ୍ଗୁନୀ ସିଂହ, ସେମାନେ ଉପକୃତ ହେବେ।
ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା: ସକାଳ ୯ଟା ୪୩ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେସମୟ ପର୍ଯ୍ୟନ୍ତ ଯେକୌଣସି କର୍ମ କରିବା ପୂର୍ବରୁ ସତର୍କତା ଅବଲମ୍ବନ କରିବେ। ଏହାପରେ ଏକାଦଶ ଚନ୍ଦ୍ରଭୋଗ ହେଉଥିବାରୁ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛିମାତ୍ରାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣହେବ । ଆୟରମାର୍ଗ ଅତିଉତ୍ତମ ରହିବ ଏବଂ ବିଭିନ୍ନଉତ୍ସରୁ ଧନପ୍ରାପ୍ତିହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ। ଯେଉଁମାନଙ୍କର ହସ୍ତାକନ୍ୟା, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ସବୁଜ, ସଂଖ୍ୟା : ୬, ଆରାଧନା : ଭଗବାନ ବିଷ୍ଣୁ ।
ତୁଳା: ସକାଳ ୯ଟା ୪୩ ମିନିଟ୍ ପରେ ଦଶମଚଦ୍ର ଯୋଗୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତକର୍ମରେ ଆପଣଙ୍କର କର୍ମକୁଶଳତା, କାର୍ଯ୍ୟଦକ୍ଷତା ଓ କର୍ମତତ୍ପରତା ପ୍ରକାଶ ପାଇବ । ମନରେ ସତ୍ ଚିନ୍ତା, ସତ୍ ଭାବନା ପ୍ରକାଶ ପାଇବ ଏବଂ ସତ୍ କର୍ମରେ ଅଧିକ ଆଗ୍ରହ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ। ଯେଉଁମାନଙ୍କର ସ୍ୱାତୀତୁଳା, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ନୀଳ, ସଂଖ୍ୟା : ୬, ଆରାଧନା : ମା’ କମଳା ।
ବିଛା : ଅଷ୍ଟମ ଓ ନବମ ଚନ୍ଦ୍ର ଉଭୟ ଭୋଗହେଉଥିବାରୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପ୍ରିୟବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ସ୍ୱଜନ, ପରିଜନଙ୍କ ମଧ୍ୟରେ ମତଭେଦ ଘଟିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗିରହିବ। କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ। ଯେଉଁମାନଙ୍କର ବିଶାଖାବିଛା, ସେମାନେ ସତର୍କ ହେବେ।
ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ ।
ଧନୁ : ସକାଳ ୯ଟା ୪୩ ମିନିଟ୍ପରେ ଅଷ୍ଟମଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନାକାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ। ଯେଉଁମାନଙ୍କର ମୂଳାଧନୁ, ସେମାନେ ସତର୍କ ରହିବେ।
ଶୁଭରଙ୍ଗ : ହଳଦିଆ,ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : ଷଷ୍ଠ ଓ ସପ୍ତମଚନ୍ଦ୍ର ଉଭୟ ଭୋଗହେଉଥିବାରୁ ମାନସିକ, ପାରିବାରିକଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ। ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଧନ ବ୍ୟୟ କରିବେ ଏବଂ ପରିବାର ପ୍ରତିମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ପୁତ୍ର, କନ୍ୟା ଓ ଭାତୃ, ଭଗ୍ନିଙ୍କ ବୈବାହିକ କର୍ମ ପାଇଁ ଯୋଜନା କରିବେ ଏବଂ ପରିବାର ସହ କୌଣସି ଧାର୍ମିକ କ୍ଷେତ୍ରକୁ ପରିଭ୍ରମଣରେ ଯିବେ। ଯେଉଁମାନଙ୍କର ଶ୍ରବଣାମକର, ସେମାନେ ସୁଫଳ ପାଇବେ ।
ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।
କୁମ୍ଭ : ସକାଳ ୯ଟା ୪୩ ମିନିଟ୍ ପରେ ଷଷ୍ଠଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ। ଯେଉଁମାନଙ୍କର ଶତଭିଷାକୁମ୍ଭ, ସେମାନେ ଉପକୃତ ହେବେ ।
ଶୁଭରଙ୍ଗ :ମାଟିଆ, ସଂଖ୍ୟା : ୬, ଆରାଧନା : ମା’ ବିମଳା ।
ମୀନ : ସକାଳ ୯ଟା ୪୩ ମିନିଟ୍ ପରେ ପଞ୍ଚମ ଚନ୍ଦ୍ରଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣ ଶକ୍ତି ଲୋପ୍ ପାଇବ ଏବଂ ଅପବାଦ, ଅପଯଶ ଓ ଅପମାନ ମିଳିବ। ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ ଶିକ୍ଷା, ଦୀକ୍ଷା ଓ କର୍ମରେ ଅବନ୍ନତି ଘଟିବ। ପାରିବାରିକ ବିବାଦ ଲାଗି ରହିବ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଉଗ୍ରରୂପ ଧାରଣ କରିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ପୂର୍ବଭାଦ୍ରମୀନ, ସେମାନେ ସତର୍କ ହେବେ ।
ଶୁଭରଙ୍ଗ: ଗୋଲାପି, ସଂଖ୍ୟା : ୬, ଆରାଧନା : ମା’ ତାରା ।