ପ୍ରମୂଖ ଖବର
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ସାରା ଓଡିଶାରେ ଗ୍ରୀଷ୍ମ ପ୍ରବାହ ପାଇଁ ଖୁବଶୀଘ୍ର ହେବ ସମୀକ୍ଷା; ସୁରେଶ ପୂଜାରୀ

Published By : prameya | April 22, 2025 1:31 PM

ଭୁବନେଶ୍ବର,୨୨/୦୪:ରାଜ୍ୟରେ କଲବଲ କଲାଣି ଅସମ୍ଭାଳ ତାତି । ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଅସ୍ତବ୍ୟସ୍ତ ହେଲାଣି ଜନଜୀବନ । ଆଉ ଏହାରି ମଧ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ନେଇ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ରାଜସ୍ବ  ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ଯେ, ବର୍ତ୍ତମାନ ସ୍କୁଲ ସକାଳୁଆ ଅଛି। ଏସଓପି ବାହାରେ ନିଷ୍ପତି ନେବା ପାଇଁ ଜିଲ୍ଲାପାଳମାନଙ୍କୁ ଅଧିକୃତ କରାଯାଇଛି । ଆବଶ୍ୟକ ପଡ଼ିଲେ ସେମାନେ ସମ୍ପୃକ୍ତ ଜିଲ୍ଲାର ସ୍କୁଲ ବନ୍ଦ ନିଷ୍ପତି ନେଇପାରିବେ । 

ସେ ଆହୁରି ମଧ୍ୟ କହିଛନ୍ତି ଯେ, ସାରା ଓଡିଶାରେ ଗ୍ରୀଷ୍ମ ପରିସ୍ଥିତି ପାଇଁ ଖୁବଶୀଘ୍ର ସମୀକ୍ଷା ହେବ । ଦିନେ ଦୁଇ ଦିନ ମଧ୍ୟରେ ଆଲୋଚନା କରାଯିବ ଏବଂ ଅଧିକ ନିର୍ଦ୍ଦେଶାବଳି ଜାରି କରାଯିବ । ରାଜ୍ୟ ପାଇଁ ଯେଉଁ ଏସଓପି ଜାରି ହୋଇଛି ତାର ବାହାରେ ଲୋକଙ୍କର ଜୀବନ ରକ୍ଷା ପାଇଁ ଯାହା ଯାହା ପଦକ୍ଷେପ ନେବାକଥା ନେଇପାରିବେ । ଆହୁରି ଅଧିକ କଟକଣା ମଧ୍ୟ ଲଗାଇ ପାରିବେ ଏବଂ ଏସଓପି ମଧ୍ୟ ଜାରି କରିପାରିବେ। 

ଆଗକୁ ଆହୁରି ତାପମାତ୍ରା ବଢ଼ିପାରେ । ୨୦ ଜିଲ୍ଲାରୁ ହିଟ ଷ୍ଟ୍ରୋକର ଅଭିଯୋଗ ଆସିଛି ।  ଏହାକୁ ନେଇ ସରକାର ସମସ୍ତ ବ୍ୟବସ୍ଥା କରୁଛନ୍ତି । ଜିଲ୍ଲା ପ୍ରଶାସନ ଏବଂ ସ୍ୱାସ୍ଥ୍ୟ ବିଭାଗ ଯତ୍ନ ନେଉଛି । ବିଭାଗ ମଧ୍ୟ ସେ ନେଇ  ବ୍ୟବସ୍ଥା କରୁଛି ଯେମିତି କେହି ଅଂଶୁଘାତରେ ପୀଡିତ ହେବେ ନାହିଁ ଏବଂ ଯଦି ପୀଡିତ ହୁଅନ୍ତି ସେମାନଙ୍କୁ କିଭଳି ତୁରନ୍ତ ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆଯିବ।  ଶିକ୍ଷା ଏବଂ ଶ୍ରମ ବିଭାଗ ସହିତ ଆମ ବିଭାଗ ଯୋଗାଯୋଗରେ ଅଛି ବୋଲି ରାଜସ୍ବ ମନ୍ତ୍ରୀ ସୂଚନା ଦେଇଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.