ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ସୀମାନ୍ତରେ ୮ ମାଓବାଦୀଙ୍କ ଆତ୍ମସମର୍ପଣ

Published By : Suraj Kumar | January 22, 2025 11:05 PM

ମାଲକାନଗିରି,୨୨।୧ (ଆପ୍ର ): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ନାରାୟଣପୁର ପୋଲିସ ନିକଟରେ ୮ ମାଓବାଦୀଙ୍କ ଆତ୍ମସମର୍ପଣ କରିଛନ୍ତି।ଛତିଶଗଡର ନାରାୟଣପୁର ଜିଲ୍ଲାରେ ମାଓ ଦମନ ନିମନ୍ତେ ପୋଲିସ ଦ୍ୱାରା ପରିଚାଳିତ ଆତ୍ମସମର୍ପଣ ନୀତି ଦ୍ୱାରା ପ୍ରଭାବିତ ହୋଇ ୮ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏହି ଆତ୍ମସମର୍ପଣ କାରୀ ମାଓବାଦୀ ହେଲେ ଏସିଏମ କ୍ୟାଡର ମାଓବାଦୀ ଦିଲୀପ ଧୃୱା, ସୁଧାରାମ ପୋୟାମ, ସୁକଲି ଟିମ୍ମା, ସୋନି କୋରାମ, ଅମ୍ରିତା ନୁରେଟି, ଘାସି ପୋଡିୟମ, ମଙ୍ଗାଲୁ କଶ୍ୟପ, ସୁଦାନି ଭାଡା। ଏହି ମାଓବାଦୀମାନଙ୍କ ଉପରେ ୮ ଲକ୍ଷ ଟଙ୍କାରୁ ଅଧିକ ପୁରସ୍କାର ଘୋଷଣା କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

ଆତ୍ମସମର୍ପଣ କରିଥିବା ମାଓବାଦୀମାନେ ନାରାୟଣପୁର, ବିଜାପୁର ଏବଂ ଦାନ୍ତେୱାଡା ଅଞ୍ଚଳରେ ଅନେକ ମାଓ ହିଂସାକାଣ୍ଡରେ ଜଡିତ ଥିଲେ। ଏହି  ମାଓବାଦୀଙ୍କ ଆତ୍ମସମର୍ପଣ ମାଓ ଡିଭିଜନର କୁତୁଲ ଏରିଆ ମାଓ କମିଟିର ମାଓବାଦୀଙ୍କ ପାଇଁ ଏକ ବଡ଼ ଝଟକା ବୋଲି କୁହାଯାଇଛି। ଆତ୍ମସମର୍ପଣ ପରେ ସରକାରୀ ନିୟମ ଅନୁଯାୟୀ ପ୍ରୋତ୍ସାହନ ସ୍ୱରୂପ ୨୫ ହଜାରଲେଖାଏଁ ଟଙ୍କାର ଚେକ୍ ପ୍ରଦାନ କରାଯାଇଥିବା ସହ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ପୋଲିସପକ୍ଷରୁ ସୂଚନା ଦିଆଯାଇଛି।

  ସୂଚନାଯୋଗ୍ୟ ଯେ ଗତ ୧୬ ତାରିଖରେ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ନାରାୟଣପୁର ଜିଲ୍ଲାରେ ୪ କୁଖ୍ୟାତ ମାଓବାଦୀ ଆତ୍ମସମର୍ପଣ କରିଥିଲେ । ମାଓ କମାଣ୍ଡର ଆରବଙ୍କ ସମେତ ଚାରି ଜଣ ମାଓବାଦୀ ମାଓ ସଙ୍ଗଠନ ଛାଡି ନାରାୟଣପୁର ପୋଲିସ ନିକଟରେ ଆତ୍ମସମର୍ପଣ କରିଥିଲେ। ଏହି ଆତ୍ମସମର୍ପଣକାରୀ ନକ୍ସଲମାନଙ୍କ ଉପରେ ମୋଟ ୩୨ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା  କରାଯାଇଥିଲା। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.