ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ମେଷ ରାଶିରେ ଉଦୟ ହେଲେ ସୂର୍ଯ୍ୟ: ଜାଣନ୍ତୁ କେଉଁ ରାଶି ଉପରେ ପଡ଼ିବ କି ପ୍ରଭାବ...

Published By : Harapriya Sethi | July 12, 2025 6:49 AM

ମେଷ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟାଦି ବିଭିନ୍ନ ସ୍ତରରୁ ପର୍ଯ୍ୟାପ୍ତ ଅର୍ଥ ପ୍ରାପ୍ତି ହୋଇପାରେ। ଧାର୍ମିକ, ତେଜସ୍ବୀ, ଆଦର୍ଶ ବ୍ୟକ୍ତିତ୍ବସମ୍ପନ୍ନ ହେବେ।

ବୃଷ: ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ଉଦାର ଚେତା ହୋଇପାରନ୍ତି। କୃଷି କର୍ମକାରୀ ହେବେ। ଜଳଯାତ୍ରାରେ ବିପଦ ରହିଛି। ବୁଦ୍ଧିମାନ୍‌ ହେବେ। ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।

ମିଥୁନ: ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ସରଳ ଓ ବ୍ୟବହାର ବନ୍ଧୁତ୍ବପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ପାଇବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

କର୍କଟ: ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ସ୍ତ୍ରୀ ବିଳାସୀ ହେବେ। ମିତ୍ର ସୁଖ ଲାଭ କରିପାରନ୍ତି। ବ୍ୟବସାୟରୁ ଅଧିକ ଲାଭବାନ୍‌ ହେବେ।

ସିଂହ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସଂଗ୍ରାମୀ ମନୋବୃତ୍ତିର ହୋଇପାରନ୍ତି। ଧନସମ୍ପଦ ଭରପୂର ରହିବ। ସାମାଜିକ ଗୌରବ ଲାଭ କରି ଲୋକପ୍ରିୟ ହେବେ।

କନ୍ୟା: କର୍ମଚଞ୍ଚଳ ରହିବେ। ଏକାନ୍ତପ୍ରିୟ ହେବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ। ସୁସ୍ଥ ଓ ନିରାମୟ ରହିବେ।

ତୁଳା: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ତନ୍ତ୍ର, ମନ୍ତ୍ରାଦି ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ।

ବିଛା: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ। କର୍ମକ୍ଷେତ୍ରରୁ ସଫଳତା ମିଳିବ।

ଧନୁ: ଭାଗ୍ୟଶାଳୀ ହେବେ। ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ପ୍ରବଳ ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖବୋଧ ହେବ।

ମକର: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଜଳଯାତ୍ରାରେ ବିପଦ ରହିଛି। ସାରାଦିନ ସତର୍କରେ ଚଳିବାକୁ ପଡ଼ିବ।

କୁମ୍ଭ: ସମାଜସେବା ପାଇଁ ଜୀବନ ଉତ୍ସର୍ଗୀକୃତ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ସେବା ପରାୟଣ ମନୋଭାବର ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ବ୍ୟବସାୟ ଲାଭଜନକ ହେବ।

ମୀନ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଜନସେବା ଉପରେ ଗୁରୁତ୍ବ ଦେବେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.