ପ୍ରମୂଖ ଖବର
  • ଭୁବନେଶ୍ଵର : ORERAର ନୂତନ ଅଧ୍ୟକ୍ଷ ଅସିତ ମହାପାତ୍ର, ରାଜେନ୍ଦ୍ର ମିଶ୍ର ଓ ଶ୍ୟାମସୁନ୍ଦର ଦାସଙ୍କୁ ସଦସ୍ୟ ଦାୟିତ୍ଵ
  • ||
  • ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ମାମଲା, ମେ ୨୮ରେ ରାୟ ଶୁଣାଇବେ ADJ କୋର୍ଟ
  • ||
  • ପଞ୍ଜାବରେ ମଦ ଟ୍ରାଜେଡ଼ି; ୫ ବର୍ଷରେ ଗଲାଣି ୧୭୬ ଜୀବନ
  • ||
  • ବିଏସ୍‌ଏଫ ଯବାନକୁ ଛାଡ଼ିଲା ପାକିସ୍ତାନ, ୨୦ ଦିନ ପରେ ପାକ୍ ଜେଲରୁ ମୁକ୍ତ ହେଲେ ପୂର୍ଣ୍ଣମ କୁମାର
  • ||
  • ନାଳ ଉପରୁ ଜବରଦଖଲ ଉଚ୍ଛେଦ, କାର୍ଯ୍ୟନିର୍ବାହୀ ଅଧିକାରୀ ଓ ସାଲୁଜା ମୁହାଁମୁହିଁ
  • ||
  • ‘ଅପରେସନ ସିନ୍ଦୂର’ ପରେ ଆଜି ବସିବ CCSର ପ୍ରଥମ ବୈଠକ, ପାକିସ୍ତାନକୁ ନେଇ ନିଆଯାଇପାରେ ବଡ଼ ନିଷ୍ପତ୍ତି...
  • ||
  • ବୁଧବାର ବସିବ ରାଜ୍ୟ କ୍ୟାବିନେଟର ବୈଠକ, ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଗଞ୍ଜାମ : ଡାଲା ଅଟୋ ଓଲଟି ଦୁଇ ମୃତ, ୧୪ ଆହତ
  • ||
  • ଅନୁଗୁଳ : ବିଲକୁ ଯାଇଥିବା ବେଳେ ପଡ଼ିଲା ଚଡ଼କ, ବଜ୍ରାଘାତରେ ବାପ-ପୁଅ ମୃତ
  • ||
  • ଆନନ୍ଦପୁର : ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • ରଥଖଳା ହାଲ୍‌ଚାଲ୍‌...ଆଜି ପ୍ରସ୍ତୁତ ହେବ ୩ ନାହାକା ଚକ, ଭଉଁରି ଯାତ୍ରାରେ ଡ଼େରା ହେବ ଚକ ଅଖ
  • ||
  • ଦିନରେ ତାତି, ସନ୍ଧ୍ୟାରେ କାଳବୈଶାଖୀ: ଆସନ୍ତା ୩ ଦିନରେ ୩ ଡିଗ୍ରୀ ବଢ଼ିପାରେ ତାପମାତ୍ରା, ୧୮ ଜିଲ୍ଲାରେ ଘଡ଼ଘଡି ସହ ବର୍ଷିବ
  • ||

ଭବାନୀପାଟଣା ବସ୍‌ଷ୍ଟାଣ୍ଡରେ ଜଣେ ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ, ରକ୍ତବାନ୍ତି କରି ଟଳି ପଡ଼ିଲେ

Published By : Prameya | May 14, 2025 1:02 PM

ଭବାନୀପାଟଣା,୧୪।୫: ବୁଧବାର ଭବାନୀପାଟଣା ବସ୍‌ଷ୍ଟାଣ୍ଡରେ ଜଣେ ବ୍ୟକ୍ତିଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି ଜଣକ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ୍ ଆମପାଣି ଅଞ୍ଚଳ ମହିମା ଗାଁର ଖଗେଶ୍ବର ନାଏକ(୪୮ ବର୍ଷ) ବୋଲି ଜଣାପଡିଛି। 

ସୂଚନା ଅନୁସାରେ, ବୁଧବାର ସକାଳ ପ୍ରାୟ ସାଢେ ୯ଟାରେ ବସଷ୍ଟାଣ୍ଡ ପରିସରରେ ଖଗେଶ୍ବର ନାଏକ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କର ରକ୍ତ ବାନ୍ତି ହୋଇଥିଲା। ସେ ବସ୍‌ଷ୍ଟାଣ୍ଡରେ ଟଳି ପଡ଼ିଥିଲେ। ଏହା ଦେଖି ସ୍ଥାନୀୟ ଲୋକେ ଭବାନୀପାଟଣା ଟାଉନ ଥାନା ପୁଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଖଗେଶ୍ବରଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ତାଙ୍କ ପରିବାର ଲୋକଙ୍କୁ ଖବର ଦିଆଯାଇଛି। ସେ ପୂର୍ବରୁ ଅସୁସ୍ଥ ଥିବାରୁ ଚିକିତ୍ସା ହୋଇ ଗାଁକୁ ଫେରୁଥିଲେ ବୋଲି ଜଣାଯାଇଛି। ମାତ୍ର ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.