ପ୍ରମୂଖ ଖବର
  • ରବିବାର ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍, ନିଷ୍କାସିତ ହେବ ପ୍ରଥମ ବନ୍ୟା ଜଳ, ୧୨ ଜିଲ୍ଲାକୁ କରାଗଲା ସତର୍କ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ଦମ୍ପତିଙ୍କ ସନ୍ଦେହଜନକ ମୃତ୍ୟୁ, କାରଣ ଅସ୍ପଷ୍ଟ

Published By : Rasmita Pradhan | January 27, 2025 8:41 AM

ଭୁବନେଶ୍ଵର, ୨୭/୦୧ : ଦମ୍ପତିଙ୍କ ସନ୍ଦେହଜନକ ମୃତ୍ୟୁ। ଅନଗୁଳ ପୋକତୁଙ୍ଗା ରଗଡି ସାହିରେ ଏକ ଫାର୍ମ ହାଉସରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଏଠାରେ ଶ୍ରମିକ ଭାବେ କାମ କରୁଥିବା ସ୍ଵାମୀ-ସ୍ତ୍ରୀ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। 

ଏହି ଖବରଟିକୁ ପଢନ୍ତୁ-ପିକଅପ୍ ଭ୍ୟାନ୍ ଧକ୍କାରେ ବୃଦ୍ଧ ମୃତ

ସୂଚନାନୁଯାୟୀ, ଗୋଡିମୁଣ୍ଡା ଗାଁର ସୁର ପ୍ରଧାନ (୩୫ ବର୍ଷ) ଏବଂ ସୁକାନ୍ତି ପ୍ରଧାନ (୩୧ ବର୍ଷ) ରଗଡି ସାହିରେ ଏକ ଫାର୍ମ ହାଉସରେ ଶ୍ରମିକ ଭାବରେ କାମ କରୁଥିଲେ। କୌଣସି କାରଣବଶତଃ ଦୁହିଁଙ୍କର ମୃତ୍ୟୁ ଘଟିଛି। ଅନଗୁଳ ଡାକ୍ତରଖାନାକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ସୂଚନା ମିଳିଛି। ବିଦ୍ୟୁତ୍ ଆଘାତ ଯୋଗୁଁ ସେମାନଙ୍କର ମୃତ୍ୟୁ ଘଟିଥାଇ ପାରେ ବୋଲି ଅନୁମାନ କରାଯାଉଛି। 



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.