ପ୍ରମୁଖ ଖବର
  • ଭୁବନେଶ୍ୱର: ରାଜଧାନୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ସ୍କୁଟିକୁ ପିଟିଲା କାର୍, ୨ ଗୁରୁତର
  • ||
  • ମୋହନା: ଘାଟିରେ ଓଲଟିଲା ମିନି ବସ୍, ୨୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ବିଶ୍ୱକପ୍‌ ମହାକୁମ୍ଭକୁ ଆଉ ୩ ଦିନର ଅପେକ୍ଷା: ୧୦ ଦଳ, ୧୦ ଭେନ୍ୟୁ, ୪୮ ମ୍ୟାଚ୍‌ରେ ହେବ ମୁକାବିଲା
  • ||
  • ରାଉରକେଲା: ଝଗଡ଼ା ସମାଧାନ କରିବାକୁ ଯାଇଥିଲେ..ଠେଲାପେଲା ବେଳେ ତଳେ ପଡ଼ି ମହିଳା ଏଏସ୍‌ଆଇ ମୃତ
  • ||
  • ଭୁବନେଶ୍ୱର: ରାଜଧାନୀରେ ହିଟ୍‌ ଆଣ୍ଡ୍‌ ରନ୍‌ ମାମଲା: କିଲର୍‌ ଚାଳକର ପତ୍ତା ପାଉନି ପୁଲିସ, ଧରିବାକୁ ବିଭିନ୍ନ ସ୍ଥାନରେ ଚଢ଼ଉ
  • ||
  • ପୁରୀ: ଶ୍ରୀମନ୍ଦିରରେ ପୁଣି ବୁଲିଲା କ୍ୟାମେରା: ଭୋଗ ଆଟିକା ନିକଟରୁ ବନ୍ଧାହେଲା ଅଭିଯୁକ୍ତ, ସ୍ପାଏ ପେନ୍‌ କ୍ୟାମେରା ଜବତ
  • ||
  • ମାଦ୍ରିଦ: ସ୍ପେନ ନାଇଟ୍‌ କ୍ଲବରେ ଭୀଷଣ ଅଗ୍ନିକାଣ୍ଡରେ ଭୁଶୁଡିଲା ଛାତ: ୧୩ ମୃତ, ୪ ଆହତ
  • ||
  • ଭୁବନେଶ୍ୱର: ୟୁନିଟ୍‌-୧ ହାଟରେ ତାଲା, ୩ ଦିନି ସାଢେ ୭ କୋଟି ଘାଟା: ମଙ୍ଗଳବାର ବିଏମ୍‌ସି ସହ ହାଟ କମିଟିର ଆଲୋଚନା
  • ||
  • ଭୁବନେଶ୍ୱର: ଆଜିଠୁ ବିଜେଡିର ଜନସମ୍ପର୍କ ପଦଯାତ୍ରା, ରାଜଧାନୀର ବଡ଼ଗଡ଼ରୁ ଶୁଭାରମ୍ଭ କରିବେ ନବୀନ
  • ||
  • ବିଶ୍ୱ ପାଇଁ ଆଶ୍ୱସ୍ତି: ସଟ୍‌ଡାଉନ୍‌ରୁ ବର୍ତ୍ତିଗଲା ଆମେରିକା, ଶେଷ ମୁହୂର୍ତ୍ତରେ ଫଣ୍ଡିଂ ବିଲ୍‌ ମଞ୍ଜୁର
  • ||
  • ଭୁବନେଶ୍ୱର; ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ୱାର୍ଣ୍ଣିଂ ଜାରି
  • ||

‘ସଷ୍ଟେନେବଲ ଏଗ୍ରିକଲ୍‌ଚର: ଥିଓରି ଆଣ୍ଡ ପ୍ରାକ୍‌ଟିସେସ’ ଉନ୍ମୋଚିତ

ଭୁବନେଶ୍ୱର ୧୨/୯: “ସଷ୍ଟେନେବଲ ଏଗ୍ରିକଲ୍‌ଚର: ଥିଓରି ଆଣ୍ଡ ପ୍ରାକ୍ଟିସେସ୍‌” ଶୀର୍ଷକ ତଥା  ବିଦ୍ୟାଧର ମହାରଣା ଓ ପ୍ରଫେସର ସୁବୋଧ କୁମାର ସାହୁଙ୍କ ଦ୍ୱାରା ଲିଖିତ ଏକ ପୁସ୍ତକ ଗତ  ରବିବାର ଦିନ ଏଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଉନ୍ମୋଚିତ ହୋଇଛି । 

ପୁସ୍ତକଟିକୁ ରାଜସ୍ୱ ପରିଷଦର ପୂର୍ବତନ ସଦସ୍ୟ ଡକ୍ଟର ଅରବିନ୍ଦ ବେହେରା, ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଆର୍‌. ପି. ମହାନ୍ତି ଏବଂ କାଶିପୁର ସ୍ଥିତ ଅଗ୍ରଗାମୀର ନିର୍ଦ୍ଦେଶକ ଅଚ୍ୟୁତ ଦାସ ଉନ୍ମୋଚନ କରିଥିଲେ । 

ଏହି କାର୍ଯ୍ୟକ୍ରମରେ ଅନେକ ବୈଜ୍ଞାନିକ ଓ ବିଶେଷଜ୍ଞମାନେ ସାମିଲ ହୋଇଥିଲେ । ଡକ୍ଟର ଅମୀୟ ବେହେରା ଲେଖକମାନଙ୍କର ପରିଚୟ ପ୍ରଦାନ କରିବା ସହିତ ୧୨ ଟି ଅଧ୍ୟାୟ ବିଶିଷ୍ଟ ପୁସ୍ତକ ସମ୍ପର୍କରେ ତଥ୍ୟ ପ୍ରଦାନ କରିଥିଲେ । ଏହି ପୁସ୍ତକଟି ଛାତ୍ରଛାତ୍ରୀ, ଗବେଷକ, ରାଜନେତା ଏବଂ ପ୍ରଶାସନିକ ସେବା ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ନିମନ୍ତେ ଉପଯୋଗୀ ହେବ ବୋଲି ସେ କହିଥିଲେ । ପି.କେ. ପାଇକରାୟ ଧନ୍ୟବାଦ ଅର୍ପଣ କରିଥିଲେ ।

Copyright © 2022 - Summa Real Media Private Limited. All Rights Reserved.