ପ୍ରମୂଖ ଖବର
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ସାର୍ବଜନୀନ ହେବ ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀ ତଦନ୍ତ ରିପୋର୍ଟ

ଭୁବନେଶ୍ଵର, ୨୬/୦୮ : ସାର୍ବଜନୀନ ହେବ ସ୍ଵାମୀ ଲକ୍ଷ୍ମଣାନନ୍ଦ ହତ୍ୟା ମାମଲାର ତଦନ୍ତ ରିପୋର୍ଟ। ଏନେଇ ସରକାର ଖୁବଶୀଘ୍ର ନିଷ୍ପତ୍ତି ନେବେ କହିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଏ ନେଇ ଆଲୋଚନା କରିଛନ୍ତି। ଆଗାମୀ ଦିନରେ ସରକାର କଣ କରିବେ ସେନେଇ ଶୀଘ୍ର ନିଷ୍ପତ୍ତି ହେବ। ଯେଉଁ କଥା ଆମେ ବିଗତ ଦିନରେ କହିଥିଲୁ ଏବେ ଶୀଘ୍ର ଆଲୋଚନା କରାଯାଇ କମିଶନ ରିପୋର୍ଟ ଓ ଅନ୍ୟାନ୍ୟ ଦିଗ ସମ୍ପର୍କରେ ନିଷ୍ପତ୍ତି ନିଆଯିବ।  

ଏନେଇ ବିଜେଡି ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, କେବଳ ଲକ୍ଷ୍ମଣାନନ୍ଦ ନୁହଁନ୍ତି, ଯାହା ତଦନ୍ତ କରିବା କଥା କରନ୍ତୁ। ଯାହା ବି ରିପୋର୍ଟ ଅଛି, ବାହାରକୁ ଆଣନ୍ତୁ। କେଉଁଠି କେଳେଙ୍କାରୀ ହୋଇଛି ବାହାର କରନ୍ତୁ । କଥା ନକହି କାମ କରନ୍ତୁ । ଆମେ ସ୍ୱଚ୍ଛ ଓ ନିର୍ମଳ ଭାବମୂର୍ତ୍ତି ନେଇ କାମ କରିଥିଲୁ । ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଉପରେ ଆମର ଭରସା ଅଛି, ଯାହା ଆମେ କରିଛୁ ଠିକ୍ କାମ କରିଛୁ । ଏବେ ତାଙ୍କର ସରକାର ଅଛି, ଯାହା ଚାହିଁବେ କରିପାରିବେ । କେବଳ କହିକି ଲୋକଙ୍କୁ ଭୁଆଁ ବୁଲେଇଲେ ହେବନାହିଁ । ଯାହା କହୁଛନ୍ତି ତାହା କାମରେ କରୁନାହାଁନ୍ତି । କେଉଁ ମନ୍ତ୍ରୀଙ୍କର କି ଦାଇତ୍ୱ କିଏ କେଉଁ ବାବଦରେ ମୁଣ୍ଡ ଖେଳେଇବ ସେ ବାବଦରେ ଠିକ୍ କରନ୍ତୁ । ଯାହା ବି ସେମାନେ କହୁଛନ୍ତି କରିକି ଦେଖାନ୍ତୁ।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.