ପ୍ରମୂଖ ଖବର
  • ରାଉରକେଲା : ହୋଟେଲ ରୁମ୍‌ରେ ଜୀବନ୍ତ ଜଳିଗଲେ ଯୁବତୀ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ବାରିପଦାରେ ଗଣେଶ ଭସାଣି ବେଳେ ଅଘଟଣ, ସୁବର୍ଣ୍ଣରେଖା କେନାଲରେ ଭାସିଗଲେ ୪ ଛାତ୍ର
  • ||
  • ମୋହନା : ପୋଖରୀରେ ବୁଡ଼ି ନାବାଳକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ଟ୍ରାକ୍ଟରକୁ ଧକ୍କା ଦେଲା ମାଲ୍‌ ବୋଝେଇ ଟ୍ରକ୍‌, ଟ୍ରାକ୍ଟର ଡ୍ରାଇଭର ମୃତ
  • ||
  • ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍, ଅବକାରୀ ନୀତିରେ ପରିବର୍ତ୍ତନ କଲେ ରାଜ୍ୟ ସରକାର
  • ||
  • ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ମିଳିଲା ସୁନା,୨୪ କିଲୋର ସୁନା ଅଳଙ୍କାର ଜବତ କଲା ସିଟି ଜିଏସ୍‌ଟି
  • ||
  • ଖୋର୍ଦ୍ଧା : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ସମ୍ବଲପୁର : ନିଶାସକ୍ତ ଅବସ୍ଥାରେ ସାଙ୍ଗ ସାଜିଲା ଶତ୍ରୁ, ବାଡ଼ିରେ ପିଟିପିଟି ହତ୍ୟା କଲା ସାଙ୍ଗ
  • ||
  • ୩ ମାସ ପାଇଁ କୁକୁଡ଼ା ଚାଷ ବନ୍ଦ:ପୁରୀ ଜିଲ୍ଲାରେ ୧୪୧ଟି କୁକୁଡ଼ା ଫାର୍ମ ସିଲ୍‌
  • ||
  • ସୁନ୍ଦରଗଡ଼ : ସୁଭଦ୍ରା ଫର୍ମ ପୂରଣ ବେଳେ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଜନସେବା କେନ୍ଦ୍ରର ପରିଚାଳକଙ୍କୁ ବାନ୍ଧିଲା ପୋଲିସ
  • ||
  • କଳାହାଣ୍ଡି ଗଡ଼ଜାତର ନୂଆଁଖାଇ,୧୦ଟାରୁ ୧୨ଟା ୪୦ ମିନିଟ୍‌ ମଧ୍ୟେ ସର୍ବସାଧାରଣ ନୂଆଁ ଖାଇବେ
  • ||
  • ସୋର : ଏମିତି ବି ଆସେ ମୃତ୍ୟୁ, ବାଇକରୁ ଓହ୍ଲାଇଲା ବେଳେ ଚାଳିଗଲା ଜୀବନ
  • ||
  • ସଫଳ ମହିଳା ହେବେ "ସୁଭଦ୍ରା ଅପା', ଆଜିଠୁ ପ୍ରତି ବ୍ଲକ୍‌ ଓ ପଞ୍ଚାୟତରେ "ସୁଭଦ୍ରା ସ୍ୱାଗତ ସପ୍ତାହ'
  • ||
  • ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ, ଆଜି ଜନତା ମଇଦାନ ଯାଞ୍ଚ
  • ||
  • ଭୁବନେଶ୍ୱର : ଆଉଟ୍ ହାଉସରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ,କାରଣ ଅସ୍ପଷ୍ଟ
  • ||
  • ପୁରୁଷ ହକି ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫ: ଦ. କୋରିଆକୁ ହରାଇଲା ଟିମ୍ ଇଣ୍ଡିଆ, ଶନିବାର ଭାରତ- ପାକ୍ ଲଢ଼େଇ
  • ||
  • ଲଘୁଚାପ ନେବ ଅବପାତ ରୂପ: ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୬ ଯାଏ ପ୍ରବଳ ବର୍ଷା
  • ||

ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୭ତମ ଶ୍ରାଦ୍ଧଦିବସ, ଜଲେଶପଟ୍ଟା ଓ ଚକାପାଦ ଆଶ୍ରମରେ ହେବ ସ୍ଵତନ୍ତ୍ର କାର୍ଯ୍ୟକ୍ରମ

ଭୁବନେଶ୍ଵର, ୨୬/୦୮ : ଆଜି ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୭ତମ ଶ୍ରାଦ୍ଧଦିବସ। ଏହି ଅବସରରେ ଭୁବନେଶ୍ଵରରେ ବିଶାଳ ଗଣଦୌଡ ଅନୁଷ୍ଠିତ ହୋଇଛି। କନ୍ଧମାଳରେ ଦରିଦ୍ର, ଅଶିକ୍ଷିତ ଏବଂ ଅନଗ୍ରସର ଅନୁସୂଚିତ ଜନଜାତି ଏବଂ ଦଳିତଙ୍କ ଉତ୍‌ଥାନ ନିମନ୍ତେ କାର୍ଯ୍ୟ କରୁଥିବା ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କୁ ୨୦୦୮ ମସିହା ଅଗଷ୍ଟ ମାସ ୨୩ ତାରିଖରେ ପବିତ୍ର ଜନ୍ମାଷ୍ଟମୀ ଉତ୍ସବ ଚାଲୁଥିବା ବେଳେ ସନ୍ଧ୍ୟା ସାଢେ ୭ଟାରେ ହତ୍ୟା କରାଯାଇଥିଲା। ଆତତାୟୀମାନେ ଜଳେଶପଟ୍ଟା ସ୍ଥିତ ଶଙ୍କରାଚାର୍ଯ୍ୟ କନ୍ୟାଶ୍ରମ ଭିତରେ ପଶି ଆଖବୁଜା ଗୁଳି ଚଳାଇ ଲକ୍ଷ୍ମଣାନନ୍ଦଙ୍କୁ ନିର୍ମମ ଭାବେ ହତ୍ୟା କରିଥିଲେ। ସ୍ଵାମୀଜୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ସ୍ଵାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀ ସ୍ମୃତି ନ୍ୟାସ ଗଠନ କରାଯାଇ ଏହି ଦିନକୁ ବଳିଦାନ ଦିବସ ରୂପେ ପାଳନ କରାଯାଉଛି। 

ଚଳିତ ବର୍ଷ ତାଙ୍କର ସ୍ମୃତି ସ୍ମରଣ ନିମନ୍ତେ ସ୍ମୃତି ନ୍ୟାସ ତରଫରୁ ଭୁବନେଶ୍ଵରରେ ଏକ ବିଶାଳ ଗଣଦୌଡର ଆୟୋଜନ କରାଯାଇଛି। ଯାହା ସ୍ଵାମୀଜୀଙ୍କ ତ୍ୟାଗ, ତପସ୍ୟା ବଳିଦାନର ଗାଥା ଆଜିର ଯୁବପୀଢିଙ୍କୁ ପ୍ରେରଣା ଦେବ। ଏହି ଗଣଦୌଡ଼ ଭୁବନେଶ୍ଵର ୟୁନିଟ-୩, ପ୍ରଦର୍ଶନୀ ପଡିଆ ନିକଟରୁ ଆରମ୍ଭ ହୋଇ ମାଷ୍ଟର କ୍ୟାଣ୍ଟିନ, ଅଶୋକ ନଗର, ରାଜମହଲ ହୋଇ ପୁଣି ପ୍ରଦର୍ଶନୀ ପଡିଆ ନିକଟରେ ପହଁଚିବ।

ଅପରପକ୍ଷରେ ଜଲେଶପଟ୍ଟା ଓ ଚକାପାଦ ଠାରେ ସ୍ଵାମୀଜୀଙ୍କ ଶ୍ରାଦ୍ଧ ଉତ୍ସବ ରୀତିନୀତିରେ ଅନୁଷ୍ଠିତ ହେବ। ସ୍ୱାମୀଜୀଙ୍କ ସମାଧି ସ୍ଥଳରେ ନାମ ଯଜ୍ଞ, ଘୃତ ଯଜ୍ଞ, ହୋମ ଆଦି ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ହଜାର ହଜାର ଲୋକଙ୍କ ସମାଙ୍ଗମ ହେବ। ଏଥିପାଇଁ ଜଲେଶପଟ୍ଟା ଓ ଚକାପାଦ ଆଶ୍ରମରେ ନଅ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ପଞ୍ଚାୟତରାଜ ମନ୍ତ୍ରୀ ରବି ନାରାୟଣ ନାୟକ ଓ ସୂର୍ଯ୍ୟବଂଶୀ ସୁରଜ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ବହୁ ପୋଲିସ ଅଧିକାରୀ ଓ ବିଜେପି ନେତା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.