ପ୍ରମୂଖ ଖବର
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଭାରସାମ୍ୟ ହରାଇ ଦଳବୋଝେଇ ଖାଲକୁ ଖସିଲା ଟ୍ୟାଙ୍କର୍‌, ଡ୍ରାଇଭର ମୃତ

Published By : Harapriya Sethi | April 27, 2025 11:41 AM

ଭୁବନେଶ୍ୱର, ୨୭/୦୪: ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥରେ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତ ଡ୍ରାଇଭରଙ୍କ ଘର ଉତ୍ତର ପ୍ରଦେଶ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡଛି । କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ଅନ୍ତର୍ଗତ ପାରାଦୀପ- ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥ ବଡପାଳ ଗଡା ନିକଟରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ଶନିବାର ବିଳମ୍ୱିତ ରାତିରେ ୫୩ ନମ୍ବର ଜାତୀୟ ରାଜପଥ ବଡପାଳ ଗଡା ନିକଟରେ ଏ ଅଶୋଧିତ ତୈଳ ବୋଝେଇ ଟ୍ୟାଙ୍କର ରାସ୍ତା ତଳ ଏକ ଦଳବୋଝେଇ ଖାଲକୁ ଖସିଯାଇଥିଲା । ଫଳରେ ଖାଲ ଭିତରେ ଗାଡିରେ ଡ୍ରାଇଭର ଜଣକ ଚାପି ହୋଇ ରହିଯାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ ବାହିନୀର କର୍ମଚାରୀ ଡ୍ରାଇଭରଙ୍କୁ ଉଦ୍ଧାର କରିଥିଲେ । ହେଲେ ଏହାରି ଭିତରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିଲା । ଖବର ପାଇ ମର୍ଶାଘାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.