ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

କଂଗ୍ରେସର ସବୁ ବିଧାୟକ ସସପେଣ୍ଡ୍, ତାରା ବାହିନୀପତି ଓ ରମେଶ ଜେନା ୭ ଦିନ ପାଇଁ ଗୃହରୁ ନିଲମ୍ଵିତ

Published By : Rasmita Pradhan | March 26, 2025 11:52 AM

ଭୁବନେଶ୍ଵର, ୨୬/୦୩ : କଂଗ୍ରେସ ବିଧାୟକ ତାରା ବାହିନୀପତି ଓ ରମେଶ ଜେନା ସସପେଣ୍ଡ୍। ପ୍ରଶ୍ନକାଳରେ ବିଧାନସଭାରେ ଘଣ୍ଟ ବାଡ଼େଇବାରୁ ୭ ଦିନ ପାଇଁ ଗୃହରୁ ନିଲମ୍ଵିତ କଲେ ବାଚସ୍ପତି। ଗୃହରେ ବିଶୃଙ୍ଖଳିତ ଆଚରଣ ପାଇଁ ଉଭୟ ସସପେଣ୍ଡ୍ ହୋଇଛନ୍ତି। ବାଚସ୍ପତିଙ୍କ ତାଗିଦ୍ ସତ୍ତ୍ଵେ ତାରା ଓ ରମେଶ ଘଣ୍ଟ ପିଟିଥିଲେ। ଗତକାଲି କଂଗ୍ରେସର ୧୨ ବିଧାୟକ ଓ ଆଜି ୨ ବିଧାୟକ ସସପେଣ୍ଡ୍ ହୋଇଛନ୍ତି। କଂଗ୍ରେସର ମୋଟ ୧୪ ଜଣ ବିଧାୟକ ସସପେଣ୍ଡ୍ ହୋଇଛନ୍ତି। 

ମଙ୍ଗଳବାର ବିଧାନସଭାରୁ କଂଗ୍ରେସର ୧୨ ବିଧାୟକଙ୍କୁ ସସ୍‌ପେଣ୍ଡ କରାଯାଇଥିଲା। ଯାହାକୁ ବିରୋଧ କରି କଂଗ୍ରେସ ନେତା ଓ କର୍ମୀ ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ରାତିସାରି ଧାରଣାରେ ବସିଥିଲେ। ବୁଧବାର ବିଧାନସଭା ଆରମ୍ଭ ହେବା ମାତ୍ରେ ନିଲମ୍ବିତ ବିଧାୟକମାନେ ବିଧାନସଭା ମଧ୍ୟକୁ ପ୍ରବେଶ କରିବାକୁ ଉଦ୍ୟମ କରିଥିଲେ। ଏହି ସମୟରେ ପୋଲିସ ଏବଂ କଂଗ୍ରେସ ନେତାଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ଠିକ୍‌ ଏହି ସମୟରେ ବିଜେଡ଼ି ବିଧାୟକମାନେ ଗେଟ୍‌ ଭାଙ୍ଗି ବାହାରକୁ ଆସିଥିଲେ, ଆଉ କଂଗ୍ରେସ ବିଧାୟକମାନଙ୍କୁ ବିଧାନସଭା ପରିସରକୁ ନେଇଥିଲେ । ସେଠାରେ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ତଳେ ଧାରଣା ଦେଇଥିଲେ । ହେଲେ ପୋଲିସ ପହଞ୍ଚି ସମସ୍ତଙ୍କୁ ଗିରଫ କରି ହେପାଜତକୁ ନେଇଥିଲା। 

ବିଧାନସଭାରେ ହାଇଡ୍ରାମା: ଗେଟ୍‌ ଭାଙ୍ଗି ଭିତରକୁ ପଶିଲେ ବିରୋଧୀ, ପୋଲିସ-କଂଗ୍ରେସ କର୍ମୀ ଧସ୍ତାଧସ୍ତି

ବୁଧବାର ବିଧାନସଭା ପରିସରରେ ଏକପ୍ରକାର ଅଭାବନୀୟ ପରିସ୍ଥିତି ଦେଖାଦେଇଛି। ଯାହାକୁ ନେଇ ଅନେକ କଂଗ୍ରେସ ନେତା କହିଛନ୍ତି ଯେ, ନିର୍ବାଚିତ ବିଧାୟକମାନଙ୍କର ସ୍ୱରକୁ ରାଜ୍ୟ ସରକାର ଚାପିବାକୁ ଉଦ୍ୟମ କରୁଛନ୍ତି। ଯାହାର ଜବାବ ଆଗାମୀ ଦିନରେ ଜନତା ଦେବେ।  


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.