ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

କନ୍ୟାଶ୍ରମରେ ଛାତ୍ରୀଙ୍କୁ ଅସଦାଚରଣ କରିବା ଘଟଣା, ଶିକ୍ଷକ ଗିରଫ

Published By : Prameya | August 2, 2024 3:23 PM

ମାଲକାନଗିରି/କାଲିମେଳା, ୨/୮ : କାଲିମେଳା କନ୍ୟାଶ୍ରମରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ। ଏହି ଅଭିଯୋଗ ଜଣେ ଶିକ୍ଷକଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଶିକ୍ଷକ ଜଣଙ୍କ ହେଉଛନ୍ତି ଦୀପକ କୁମାର ନାୟକ। 

ମାଲକାନଗିରି ଜିଲ୍ଲା କାଲିମେଳା ଥାନାସ୍ଥ କନ୍ୟା ଆଶ୍ରମ ବିଦ୍ୟାଳୟରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗୁରୁବାର ରାତ୍ରୀ ଭୋଜନ ସମୟରେ ବିଦ୍ୟାଳୟର ଶିକ୍ଷକ ଦୀପକ କୁମାର ନାୟକ ନବମ ଶ୍ରେଣୀରେ ପଢୁଥିବା ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିଥିଲେ। ଛାତ୍ରୀ ଜଣକ ଏହି ଘଟଣା ବିଷୟରେ ହଷ୍ଟେଲ ମେଟ୍ରନ ଦିଦିଙ୍କୁ ଜଣାଇଥିଲେ। ପରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀଙ୍କୁ ଜଣାଇଥିଲେ ଛାତ୍ରୀ ଜଣକ। ଏହାପରେ ପ୍ରଧାନ ଶିକ୍ଷକ ଜିଲ୍ଲା ମଙ୍ଗଳ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ କାଲିମେଳା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । 

ଆଜି ଘଟଣାସ୍ଥଳରେ ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀନିବାସ ଆଚାରି ଓ ପୁଲିସ ପହଁଚି ତଦନ୍ତ ଆରମ୍ଭ କରିଛନ୍ତି। ପରେ ଛାତ୍ରୀଙ୍କ ପରିବାର ଲୋକ ବିଦ୍ୟାଳୟକୁ ଯାଇ ଘଟଣା ବିଷୟରେ ଜାଣିବା ପରେ ଶିକ୍ଷକଙ୍କ ବିରୋଧରେ କାଲିମେଳା ଥାନାରେ ପୁଣି ଲିଖିତ ଅଭିଯୋଗ କରିଥିଲେ। ଏସମ୍ପର୍କରେ କାଲିମେଳା ଥାନା କେସ୍ ନମ୍ବର ୧୭୩୵୨୪ ରେ ମାମଲା ରୁଜୁ କରି ଦଫା ପୋକ୍ସ ଆକ୍ଟ ୧୨, ଡିଏନ୍ଏସ୍ ୭୪,୭୫,୧୧୫,‌+୨  ଦଫା ଲଗାଇ ଶିକ୍ଷକଙ୍କୁ ଗିରଫ କରିଛି। ଏନେଇ ଅଧିକ ତଦନ୍ତ ଚାଲିଛି ବୋଲି ଥାନା ଅଧିକାରୀ ଚନ୍ଦ୍ରକାନ୍ତ ତାଣ୍ଡି ସୂଚନା ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.