ପ୍ରମୂଖ ଖବର
  • କଟକ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରେଭେନ୍ସା ବିଶ୍ୱବିଦ୍ୟାଳୟ ୧୩ ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ
  • ||
  • ମଙ୍ଗଳବାରଠୁ ଆଧାର ଓଟିପିରୁ ବୁକ୍‌ ହେବ ତତ୍କାଳ ଟିକଟ, ପ୍ରଥମ ୩୦ ମିନିଟ୍‌ ଏଜେଣ୍ଟ କରିପାରିବେନି ବୁକିଂ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ବାଇକ୍‌ ଦୁର୍ଘଟଣାରେ ଶିକ୍ଷକ ମୃତ, ଦୁଇ ଗୁରୁତର

Published By : Harapriya Sethi | January 18, 2025 2:35 PM

ଫିରିଙ୍ଗିଆ,୧୮/୦୧: ଡେରାକୁମ୍ପା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣାରେ ଜଣେ ପ୍ରଧାନ ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଦୁଇ ଜଣ ଗୁରୁତର ହୋଇଛନ୍ତି । ମୃତକ ଫିରିଙ୍ଗିଆ ବ୍ଲକ ନୂଆପଦର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ଦାଶ ବୋଲି ଜଣାପଡ଼ିଛି । ଏହି ଦୁର୍ଘଟଣାରେ ବିଶ୍ବମ୍ବର କହଁର ଏବଂ ଅନ୍ୟ ଜଣେ ଯୁବକ ଗୁରୁତର ହୋଇଛନ୍ତି । କନ୍ଧମାଳ ଜିଲ୍ଲା ଗୋଚ୍ଛାପଡା ଥାନା ଡେରାକୁମ୍ପା ନିକଟରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଶନିବାର ସକାଳେ ରବିଚନ୍ଦର ବାଘଡଙ୍ଗେରୀ ଠାରେ ଥିବା ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ରବିଚନ୍ଦ୍ର ଦାଶ ନିଜ ବାଇକ୍‌ରେ ଯାଉଥିଲେ । ପ୍ରାୟ ୧୦ଟା ବେଳେ ଡେରାକୁମ୍ପା ନିକଟରେ ବିପରୀପ ଦିଗରୁ ଆସୁଥିବା ଅନ୍ୟ ଏକ ବାଇକ ସହ ମୁହାଁମୁହିଁ ଧକ୍କା ହୋଇଥିଲେ । ଫଳରେ ସେ ଗାଡ଼ିରୁ ଛିଟିକି ପଡ଼ିଥିଲେ । ତାଙ୍କ ମୁଣ୍ଡରୁ ବହୁ ମାତ୍ରାରେ ରକ୍ତସ୍ରାବ ହେବା ଫଳରେ ଘଟଣା ସ୍ଥଳରେ ହିଁ  ସେ ପ୍ରାଣ ହରାଇଥିଲେ । ଏହି ଦୁର୍ଘଟଣାରେ ଆଉ ଦୁଇ ଜଣ ଯୁବକ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଗୋଚ୍ଛାପଡା ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଆରମ୍ଭ କରି ଗୁରୁତର ମାନଙ୍କୁ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି ଗୋଚ୍ଛାପଡା ପୋଲିସ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.