ପ୍ରମୂଖ ଖବର
  • କଟକ ରେଳ ଷ୍ଟେସନରେ ଅଘଟଣ : ଭୁଶୁଡିଲା ନିର୍ମାଣାଧୀନ ସେଡ୍
  • ||
  • ଶ୍ରୀମନ୍ଦିରରେ ପୁଣି ପଶିଲା ହିଡେନ୍ କ୍ୟାମେରା, ଭିଡିଓ କରିବା ବେଳେ ଧରା ପଡ଼ିଲେ ଯୁବକ
  • ||
  • ଭୁବନେଶ୍ୱର : ଷଣ୍ଢକୁ ଧକ୍କା ଦେଲା ବାଇକ୍‌, ଦୁର୍ଘଟଣାରେ ଚାଲିଗଲା ଅନ୍ତର୍ଜାତୀୟ ବଡି ବିଲ୍ଡରଙ୍କ ଜୀବନ
  • ||
  • IPLରୁ କ୍ରିକେଟର୍‌ ରବିଚନ୍ଦ୍ରନ୍ ଅଶ୍ବିନ୍‌ଙ୍କ ଅବସର ଘୋଷଣା
  • ||
  • ଲଗାଣ ବର୍ଷାରେ ବେହାଲ ମାଲକାନଗିରି, ଜନଜୀବନ ଅସ୍ତବ୍ୟସ୍ତ
  • ||
  • ଅଗ୍ରପୂଜ୍ୟ ଗଜାନନଙ୍କ ଆବାହନ : ଚଳଚଞ୍ଚଳ ପୁରପଲ୍ଲୀ, ରାଜଧାନୀରେ ୩୪୦ରେ ମଣ୍ଡପରେ ବିନାୟକଙ୍କ ପୂଜା
  • ||
  • ଫୁଲୁଛି ସୁବର୍ଣ୍ଣରେଖା ନଦୀ; ବଢୁଛି ଦୁର୍ଦ୍ଦଶା, ସ୍ଥିତି ସମୀକ୍ଷା କଲେ ରାଜ୍ୟପାଳ
  • ||
  • ଆଜି ଆକାଉଣ୍ଟକୁ ଆସିବ ସିଏମ୍‌ କିଷାନ ଟଙ୍କା, ଉପକୃତ ହେବେ ୫୧ ଲକ୍ଷରୁ ଅଧିକ ଚାଷୀ
  • ||
  • ବୈଷ୍ଣୋଦେବୀରେ ଭୂସ୍ଖଳନ; ୩୧ ଛୁଇଁଲା ମୃତ୍ୟୁସଂଖ୍ୟା, ଉଦ୍ଧାର ଅଭିଯାନ ଜାରି
  • ||
  • ଭାରତ ଉପରେ ଆଜିଠୁ ଫୁଟିବ ୫୦% ଟ୍ରମ୍ପଙ୍କ ଟାରିଫ୍ ବୋମା, ସଂଙ୍କଟରେ ୫ଲକ୍ଷ କୋଟିର ରତ୍ପାନୀ
  • ||

ଗଣେଶ ପୂଜା ଚାଲିଥିବାବେଳେ ଅଘଟଣ; ଟଳି ପଡ଼ିଲେ ଶିକ୍ଷକ

Published By : Anindita Ratha | August 27, 2025 3:04 PM

ତେଲକୋଇ,୨୭/୦୯: ଗଣେଶ ପୂଜାରେ ଅଘଟଣ । ପୂଜା ସମୟରେ ଟଳି ପଡ଼ିଲେ ଶିକ୍ଷକ । ଚାଲିଗଲା ଜୀବନ । ଏଭଳି ଅଭାବନୀୟ ଖବର କେନ୍ଦୁଝର ଜିଲ୍ଲା ତେଲକୋଇ ବ୍ଲକ ସଲେଇକେନା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ଆସିଛି । ମୃତକ ଶିକ୍ଷକ ହେଲେ ୩୫ବର୍ଷୀୟ ଚନ୍ଦନ କୁମାର ଜେନା । 

ସୂଚନା ଅନୁଯାୟୀ, ସଲେଇକେନା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗଣେଶ ପୂଜା ଚାଲିଥିଲା। ସେହି ସମୟରେ ଶିକ୍ଷକ ଜଣଙ୍କ ହଠାତ୍ ତଳେ ପଡ଼ିଯାଇଥିଲେ  । ଏନେଇ ସହକାରୀ ଶିକ୍ଷକମାନେ ସଙ୍ଗେ ସଙ୍ଗେ ତାଙ୍କୁ ଉଦ୍ଧାର କରି ତେଲକୋଇ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ଶିକ୍ଷକଙ୍କ ମୃତ୍ୟୁ ଖବର ଜଣାପଡ଼ିବା ପରେ ତେଲକୋଇ ବ୍ଲକ୍ ଶିକ୍ଷା ବିଭାଗରେ ଶୋକର ଛାୟା ଖେଳିଯାଇଛି । ବିଭିନ୍ନ ବିଦ୍ୟାଳୟରୁ ଶିକ୍ଷକମାନେ ଆସି ସ୍ବାସ୍ଥ୍ୟକେନ୍ଦ୍ରରେ ଶେଷ ଦର୍ଶନ କରିଛନ୍ତି । ସେପଟେ ଖବରପାଇ ତେଲକୋଇ ଥାନା ପୁଲିସ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ମୃତଦେହକୁ ଜବତ କରିବା ସହିତ ପ୍ରାଥମିକ ତଦନ୍ତ ଆରମ୍ଭ କରିଛି । ତେବେ ହୃଦଘାତ୍ କିମ୍ବା ବ୍ରେନ୍ ଷ୍ଟ୍ରୋକ କାରଣରୁ ଶିକ୍ଷକଙ୍କ ମୃତ୍ୟୁ ହୋଇଥାଇ ପାରେ ବୋଲି ଅନୁମାନ କରାଯାଉଛି।  ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ପୁଲିସ ସୂଚନା ଦେଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.