ପ୍ରମୂଖ ଖବର
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ମର୍ଣ୍ଣିଂ ୱାକ୍ କରୁଥିବା ବେଳେ ଦୁର୍ଘଟଣା, ଅଜଣା ଗାଡ଼ି ଧକ୍କାରେ ଶିକ୍ଷୟିତ୍ରୀ ମୃତ

Published By : Rasmita Pradhan | December 10, 2024 8:43 AM

ବାଙ୍ଗିରିପୋଷି,୧୦/୧୨: ମର୍ଣ୍ଣିଂ ୱାକ୍ କରୁଥିବା ବେଳେ ଦୁର୍ଘଟଣା। ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ। ମଙ୍ଗଳବାର ସକାଳେ ୪୯ ନମ୍ୱର ଜାତୀୟ ରାଜପଥ ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୃତ ଶିକ୍ଷୟିତ୍ରୀ ଜଣକ ବାଲିଆପାଳ ନିକଟସ୍ଥ ଜାମସୁଳି ଅଞ୍ଚଳର ରଶ୍ମିତା ସାହୁ ବୋଲି ଜଣାପଡ଼ିଛି। 

ସୂଚନାନୁଯାୟୀ, ରଶ୍ମିତା ସାହୁ ମଙ୍ଗଳବାର ସକାଳେ ୪୯ ନମ୍ୱର ଜାତୀୟ ରାଜପଥରେ ମର୍ଣ୍ଣିଂ ୱାକ୍ କରୁଥିଲେ। ଏହି ସମୟରେ ତାଙ୍କୁ ଏକ ଅଜଣା ଗାଡି ଧକ୍କା ଦେଇ ପଳାଇଥିଲା। ସ୍ଥାନୀୟ ଲୋକେ ଶିକ୍ଷୟିତ୍ରୀଙ୍କୁ ମୁମୂର୍ଷ ଅବସ୍ଥାରେ ଉଦ୍ଧାର କରି ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ବାଙ୍ଗିରିପୋଷି ପୁଲିସ ଘଟଣାର ତଦନ୍ତ ଜାରି ରଖିଛି। ରଶ୍ମିତା ବାଙ୍ଗିରିପୋଷି ବଜାର ନିକଟରେ ଘର ଭଡ଼ା ନେଇ ରହୁଥିବା ବେଳେ ଚନ୍ଦନପୁର ଏମଇ ସ୍କୁଲରେ ଶିକ୍ଷୟିତ୍ରୀ ଭବେ କର୍ଯ୍ୟ କରୁଥିଲେ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.