ନମୌଜା,୨|୮(ଆପ୍ର): କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବ୍ଲକର ଓଡିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଆଳି ମଣ୍ଡଳ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଶନିବାର ଧାରଣା ଦିଆଯାଇଛି l ୫ ଦଫା ଦାବୀ କରି ଏହି ଧାରଣା ଦେଇଥିଲେ।
ସେମାନଙ୍କର ଦାବୀ ଅନୁଯାୟୀ ସମସ୍ତ ଯୋଗ୍ୟ ବିବେଚିତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକୁ ଅନୁଦାନ ପ୍ରଦାନ କରାଯାଉ l ସମସ୍ତ ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକରୁ ଅବସର ନେଇଥିବା ଓ ନେବାକୁ ଥିବା ଶିକ୍ଷକ ଓ ଶିକ୍ଷା କର୍ମଚାରୀମାନଙ୍କୁ ଚାକିରୀ ସର୍ତ୍ତାବଳି, ପେନସନ ଓ ଅବସରକାଳୀନ ସୁବିଧା ସୁଯୋଗ ପ୍ରଦାନ , ଅବସର ବୟସସୀମା ୬୦ ରୁ ୬୨ ବର୍ଷକୁ ବୃଦ୍ଧି, ଶିକ୍ଷକ ଓ ଶିକ୍ଷା କର୍ମଚାରୀଙ୍କ ଗ୍ରେଡପେରେ ଅସଙ୍ଗତି ଦୂରୀକରଣ , ସମସ୍ତ ନୂତନ ଓ ପୂର୍ବ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକୁ ସରକାରୀକରଣ ଏବଂ ଶିକ୍ଷକ ନିଯୁକ୍ତି ଦେବାକୁ ଦାବି କରିଛନ୍ତି। ସେହିପରି ୨୦୧୪ ରୁ ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ଚୁକ୍ତିଭିତ୍ତିକ ଶିକ୍ଷକ ମାନଙ୍କୁ ୬ଟି ନ୍ୟାସନାଲ ଇନ୍କ୍ରିମେଣ୍ଟ ସହିତ ବରିଷ୍ଠତା ପ୍ରଦାନ ଓ ନୂତନ ପେନସନ୍ ପରିବର୍ତ୍ତେ ପୁରାତନ ପେନସନ୍ ସ୍କ୍ରିମ୍ର ପୁନଃ ପ୍ରଚଳନ କରାଯାଉ । ଏହି ସମସ୍ତ ଦାବୀ ଗୁଡିକକୁ ନେଇ ମୁଖମନ୍ତ୍ରୀ ଉର୍ଦେଶ୍ୟରେ ଏକ ଦାବୀପତ୍ର ପ୍ରେରଣ କରିଥିଲେ l