ପ୍ରମୂଖ ଖବର
  • ହାଇପ୍ରୋଫାଇଲ ଠକ ଯୋଡି ହଂସିକା-ଅନିଲଙ୍କୁ ଆଶ୍ବସ୍ତି, ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ୍
  • ||
  • ଦେବଗଡ଼ : ଶଗଡ଼ ଗାଡ଼ିକୁ ଧକ୍କା ଦେଇ ଅଜଣା ଗାଡ଼ି ଫେରାର, ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର
  • ||
  • ବୈପାରୀଗୁଡ଼ା ଥାନା ପରିସରରେ ଅଗ୍ନିକାଣ୍ଡ, ଜଳିଗଲା ୨ ଜବତ ଗାଡି
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ, ଦିଲ୍ଲୀ ବାସଭବନ ୮୪ ବର୍ଷ ବୟସରେ ବିୟୋଗ
  • ||
  • ଜାମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାମୁହିଁ; ଜଣ ଆତଙ୍କୀ ସଫା
  • ||
  • ସୁନ୍ଦରଗଡ଼ : ଗୋମାଂସକୁ ନେଇ ମୁଣ୍ଡାଗାଁରେ ଉତ୍ତେଜନା, ଜଣେ ଗିରଫ
  • ||
  • ଶ୍ରୀମନ୍ଦିରର ନୀଳଚକ୍ରରେ ଉଡ଼ୁଥିବା ପତିତପାବନ ବାନାରେ ପଡ଼ିଲା ଶୂନ୍ୟ ଗଣ୍ଠି, ଦେଖିବାକୁ ମିଳିଲା ଦୁର୍ଲଭ ଦୃଶ୍ୟ
  • ||
  • ବିଧାନସଭା ବଜେଟ୍ ଅଧିବେଶନ, ଆରମ୍ଭରୁ ବିରୋଧିଙ୍କ ହଟ୍ଟଗୋଳ, ଧୋଇଗଲା ପ୍ରଶ୍ନକାଳ, ଦିନ ୧୨ଟା ୧୫ ମିନିଟ୍ ଯାଏ ଗୃହ ମୁଲବତୀ
  • ||
  • ନବ ଦାସ ହତ୍ୟା ମାମଲା: ସିବିଆଇ ତଦନ୍ତ ଦାବିରେ ଚିଠି ଲେଖିଲେ ପତ୍ନୀ
  • ||
  • ଚନ୍ଦ୍ରଭାଗାରେ ବୁଡ଼ି ମହିଳା ଗୁରୁତର, ଉଦ୍ଧାର କଲା କୋଣାର୍କ ଅଗ୍ନିଶମ ବାହିନୀ
  • ||
  • ଜଳେଶ୍ୱର : ବ୍ୟବସାୟୀଙ୍କ ଘରୁ ଲୁଟ୍‌, ୫୦ ଲକ୍ଷର ସୁନା ଗହଣା ସହ ୧୦ ଲକ୍ଷ ଟଙ୍କା ଚୋରି କଲେ ଦୁର୍ବୃତ୍ତ
  • ||
  • ଦୁଇ ଦିନ ପ୍ରଚଣ୍ଡ ତାତି ମିଳିବନି ନିସ୍ତାର: ୭ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା,୧୯ରୁ କମିବ
  • ||

ଭୁବନେଶ୍ୱରରେ ପହଞ୍ଚିଲେ ଟିମ୍ ଇଣ୍ଡିଆ ଓ ଇଂଲଣ୍ଡର ଖେଳାଳି, ଝଲକ ପାଇବାକୁ ଭିଡ ଜମାଇଲେ ପ୍ରଶଂସକ

Published By : Bijay Swain | February 7, 2025 8:44 PM

ଭୁବନେଶ୍ୱର, ୦୭/୦୨: ବାରବାଟୀରେ ରବିବାର ଖେଳାଯିବାକୁ ଥିବା ଦିନିକିଆ କ୍ରିକେଟ ମ୍ୟାଚ ପାଇଁ ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଇଣ୍ଡିଆ ଓ ଇଂଲଣ୍ଡ ଖେଳାଳି। ଏକ ସ୍ୱତନ୍ତ୍ର ବିମାନ ଯୋଗେ ଉଭୟ ଦେଶର ଖେଳାଳି ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ଆସି ପହଞ୍ଚିଛନ୍ତି। ସେଠାରୁ ସେମାନଙ୍କୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଭୁବନେଶ୍ୱରର ମେ’ ଫେୟାର ହୋଟେଲକୁ ନିଆଯାଇଛି। ତେବେ ଭାରତୀୟ ଖେଳାଳିଙ୍କ ଟିକିଏ ଝଲକ ପାଇବା ପାଇଁ ବିମାନବନ୍ଦରରେ ପ୍ରଶଂସକଙ୍କ ଖଚାଖଚ୍ ଭିଡ଼ ଜମିଥିଲା। 

କେବଳ ବିମାନବନ୍ଦର ନୁହେଁ ପଞ୍ଚତାରକା ହୋଟେଲ ବାହାରେ ମଧ୍ୟ ବହୁ କ୍ରିକେଟ୍‌ ଫ୍ୟାନ୍‌ ଖେଳାଳିଙ୍କୁ ଦେଖିବା ପାଇଁ ଅପେକ୍ଷା କରି ରହିଥିଲେ। ତେବେ ଏଥିପାଇଁ ପୂର୍ବରୁ ପ୍ରସ୍ତୁତ ରହିଥିବା କମିଶନରେଟ ପୋଲିସ ଭିଡକୁ ନିୟନ୍ତ୍ରଣରେ ରଖିଥିଲା। ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରଥମ ବସ୍ ରେ ଟିମ୍ ଇଣ୍ଡିଆ ଯାଉଥିବା ବେଳ ପଛ ବସ୍ ରେ ଇଂଲଣ୍ଡ ଖେଳାଳିମାନେ ଆସିଥିଲେ।

ଏହା ପୂର୍ବରୁ କମିଶନରେଟ୍ ପୋଲିସ୍ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାର କଡ଼ା ଯାଞ୍ଚ କରାଯାଇଥିଲା। ବିଶେଷକରି ଖେଳାଳିଙ୍କ ସୁରକ୍ଷାକୁ ବିଶେଷ ଗୁରୁତ୍ୱ ପ୍ରଦାନ କରାଯାଇଥିଲା। ଖେଳାଳିମାନେ ଭୁବନେଶ୍ୱରରୁ କଟକ ଯିବାବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏହିକାମରେ ମୋଟ ୫୦ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହୋଇଛନ୍ତି ବୋଲି ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ ସୂଚନା ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.