ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଦିଲ୍ଲୀ ନିର୍ବାଚନ ଫଳାଫଳ ବିହାରରେ ପ୍ରଭାବ ପକାଇ ପାରିବନାହିଁ: ତେଜସ୍ୱୀ ଯାଦବ

Published By : Tapas Panda | February 9, 2025 10:36 PM

Image Courtesy: indiatv

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିକୁ ବଡ଼ ବିଜୟ ମିଳିଛି । ଏହାକୁ ନେଇ ବିରୋଧୀ ଦଳର ନେତାମାନେ ଭିନ୍ନ ଭିନ୍ନ ମନ୍ତବ୍ୟ ଦେଉଛନ୍ତି । ଏହାରି ମଧ୍ୟରେ ରାଷ୍ଟ୍ରୀୟ ଜନତା ଦଳ (RJD) ନେତା ଏବଂ ବିହାର ବିଧାନସଭାରେ ବିରୋଧୀ ଦଳ ନେତା ତେଜସ୍ୱୀ ଯାଦବ କହିଛନ୍ତି ଯେ, ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜେପିର ବିପୁଳ ବିଜୟ ବିହାର ବିଧାନସଭା ନିର୍ବାଚନରେ କୌଣସି ପ୍ରଭାବ ପକାଇବ ନାହିଁ । 

ଚଳିତ ବର୍ଷ ଶେଷରେ ବିହାର ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗଣତନ୍ତ୍ରରେ ଜନତା ହେଉଛନ୍ତି ମାଲିକ । ଦିଲ୍ଲୀରେ ବିଜେପିର ବିଜୟ ଉପରେ ତେଜସ୍ୱୀ ଯାଦବ କହିଛନ୍ତି, ‘ପ୍ରାୟ ୨୬ ବର୍ଷ ପରେ ବିଜେପି ଦିଲ୍ଲୀରେ କ୍ଷମତା ପାଇଛି। ଆଶା କରାଯାଉଛି ଯେ ଏବେ ବିଜେପି ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବ ଏବଂ ଜୁମଲାବାଜିର ଯୁଗ ଶେଷ ହେବ।’

ଦିଲ୍ଲୀରେ ବିଜୟ ବିହାର ବିଧାନସଭା ନିର୍ବାଚନରେ ଲାଭଦାୟକ ହେବ ବୋଲି ବିଜେପି ଏବଂ ଏହାର ସହଯୋଗୀଙ୍କ ଦାବି ସଂପର୍କରେ ପଚରାଯିବାରୁ ତେଜସ୍ୱୀ କହିଛନ୍ତି, ବିହାର ହେଉଛି ବିହାର। ଆମକୁ ଏହା ବୁଝିବାକୁ ପଡିବ। ବିହାରର ରାଜନୈତିକ ପରିସ୍ଥିତିକୁ ନେଇ ସେ କହିଛନ୍ତି ଯେ, ବିହାରରେ ଗତ ଦୁଇଟି ବିଧାନସଭା ନିର୍ବାଚନରେ ଆରଜେଡି ସବୁଠାରୁ ବଡ଼ ଦଳ ଭାବରେ ଉଭା ହୋଇଛି ଏବଂ ଏଥର ମଧ୍ୟ ଦଳ ତାର ସ୍ଥିତିକୁ ମଜଭୁତ କରିବାରେ ସଫଳ ହେବ ।

 ସୂଚନାଯୋଗ୍ୟ, ବିହାରରେ ଏନଡିଏର ନେତୃତ୍ୱ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନେଉଛନ୍ତି । ନୀତୀଶ କୁମାର ୨୦୦୫ ମସିହାରୁ ବିହାରର ମୁଖ୍ୟମନ୍ତ୍ରୀ ଅଛନ୍ତି । କିଛି ସମୟ ପାଇଁ ସେ ଜିତନ ରାମ ମାଞ୍ଝିଙ୍କୁ ମୁଖ୍ୟମନ୍ତ୍ରୀ ପଦ ହସ୍ତାନ୍ତର କରିଥିଲେ । ନୀତୀଶ କୁମାର ମଧ୍ୟ ଦୁଇଥର ଆରଜେଡି ସହିତ ଏକ କ୍ଷଣସ୍ଥାୟୀ ମେଣ୍ଟ ଗଠନ କରିଥିଲେ । ଏବେ ନୀତୀଶ କୁମାର ଏନଡିଏର ପ୍ରମୁଖ ସହଯୋଗୀ ହୋଇଥିବା ବେଳେ ଉଭୟ ରାଜ୍ୟ ଏବଂ କେନ୍ଦ୍ରରେ ନିଜର ଦବଦବା ଜାରି ରଖିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.