PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାବୁଲ ସ୍ଥିତ ଏକ ମସଜିଦ୍‌ରେ ଭୟଙ୍କର ବିସ୍ଫୋରଣ , ବିସ୍ଫୋରଣରେ ୨୦ ମୃତ , ୪୦ ଆହତ , ଆହତଙ୍କୁ ନିଆଯାଉଛି ହସ୍ପିଟାଲ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୪ ଦିନ ଏଭଳି ବନ୍ୟା ସ୍ଥିତି ରହିବ, ଆଗାମୀ ୨୪ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଏସଆରସିଙ୍କ ସୂଚନା
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ଭେଜିଗୋରା ଗ୍ରାମରେ ପାଣି ଘେରରେ ଥିବା ଗର୍ଭବତୀ ମହିଳା ଓ ଅନ୍ୟ ଜଣେ ମହିଳାଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ
  • ||
  • ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ କାସିମପୁର ପଞ୍ଚାୟତ ହେମେନ୍ଦ୍ର ନାଥ ହାଇସ୍କୁଲରେ କ୍ଲାସ ରୁମ୍‌ରେ ପଶିଲା ବନ୍ୟା ପାଣି, ବାତିଲ ହେଲା ପରୀକ୍ଷା
  • ||
  • ସୋର : ବାଲେଶ୍ବର ଜିଲ୍ଲା ନୀଳଗିରି ଅଧିନ ଔପଦା ବ୍ଲକର ବିଡ଼ିଓ ଅଭିଷେକ ଦାସଙ୍କର ବଦଳିକୁ ନେଇ ବୁଧବାର ଔପଦା ବ୍ଲକ୍ ସମ୍ମୁଖରେ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ବୁଦ୍ଧିଜୀବୀ, ଔପଦାର ଜନସାଧାରଣଙ୍କ ଧାରଣା
  • ||
  • ଜଗତସିଂହପୁର : ତିର୍ତ୍ତୋଲ ବ୍ଲକର ଗୋତିଆକୁଦ ଗାଁରେ ହଠାତ ପାଣି ବଢିଯିବାରୁ ଗୋଟିଏ ପରିବାରର ୩ ଜଣ ଫଶି ରହିଥିଲେ, ବୁଧବାର ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଛି
  • ||
  • କଟକ : ମୁଣ୍ଡଳୀରେ କମୁଛି ଜଳସ୍ତର, ତଥାପି ଵିପଦ ସଙ୍କେତ ଉପରେ ମହାନଦୀ
  • ||
  • ବାଲିପାଟଣା : ଧନୁଆ ନଦୀରେ ବନ୍ୟା, ବାଲିପାଟଣା ବ୍ଲକ୍‌ର ୫ଟି ପଞ୍ଚାୟତର ବିଭିନ୍ନ ଗାଁ ଜଳମଗ୍ନ
  • ||
  • ବାରିପଦା : ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • କଣାସ : ମକରା ନଦୀରେ ୫୦ ଫୁଟର ଘାଇ, ୨୦ ରୁ ଅଧିକ ଗାଁରେ ପଶିଲା ବନ୍ୟାଜଳ
  • ||
  • ଜଳେଶ୍ବର : ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||

ବିଧାନସଭାରେ ତେଜିଲା ଏମଏସପି ତାତି : ବିଷ୍ଣୁ-ରଣେନ୍ଦ୍ର-ତାରା ମୁହାଁମୁହିଁ

ଭୁବନେଶ୍ବର, ୬/୭: ବିଧାନସଭାରେ ଏମଏସପି ତାତି । ଏମଏସପିକୁ ନେଇ ବିଷ୍ଣୁ-ରଣେନ୍ଦ୍ର-ତାରା ମୁହାଁମୁହିଁ ହୋଇଛନ୍ତି । ସବୁ କଥାରେ କେନ୍ଦ୍ର ସରକାରଙ୍କ ଉପରକୁ ବଲ୍ ଗଡାଇବା ଠିକ୍ ନୁହେଁ ବୋଲି ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ କହିଛନ୍ତି। ସେ କହିଛନ୍ତି ଯେ, ରାଜ୍ୟ ସବୁ କଥାରେ ମୋ ସରକାର, ମୋ ବସ୍, ମୋ ସାଇକେଲ୍ କରୁଛନ୍ତି । ଚାଷ କ୍ଷେତ୍ରରେ ମୋ ଶୀତଳ ଭଣ୍ଡାର, ମୋ ଚାଷୀର ଉତ୍ପାଦନ କରୁନାହାନ୍ତି କାହିଁକି । ସବସିଡି ଦେଉଛନ୍ତି, ସବୁ ସହାୟତା କରୁଛନ୍ତି ବୋଲି କହୁଛନ୍ତି ମାତ୍ର ଜଣେ ଯୁବ ଇଞ୍ଜିନିୟର ଆସିଲେ ଏ ବାବୁରୁ ସେ ବାବୁ ପାଖକୁ ଦଉଡ଼ି ଦଉଡି ଆତ୍ମହତ୍ୟା କରୁଛନ୍ତି ।

ସରୁ ଚାଉଳର କେତୋଟି ପ୍ଲାଣ୍ଟ ଓଡ଼ିଶାରେ ଅଛି ବୋଲି ପ୍ରଶ୍ନ କରିଛନ୍ତି ବିଷ୍ଣୁ । ବରଗଡ଼ରେ ଯେଉଁ ଶହେ ଟଙ୍କା ବୋନସ୍ ଘୋଷଣା କରିଥିଲ ତାହା କୁଆଡେ ଗଲା । ଆନ୍ଧ୍ରପ୍ରଦେଶରୁ ଫୁଲ, ଆଳୁ ଆସୁଛି । ଆନ୍ଧ୍ରରୁ ଫୁଲ ନ ଆସିଲେ ମନ୍ତ୍ରୀଙ୍କ ବେକରେ ମାଳ ପଡ଼ିବନି । ମେ’ଫେୟାର ଯେଉଁ ମକା ଖାଉଛୁ ତାହା ନବରଙ୍ଗପୁରର, ମାତ୍ର ପଲାସାରେ ପ୍ରୋସେସିଂ ହୋଇକି ଆସୁଛି ।

ସେପଟେ ବିଷ୍ଣୁଙ୍କୁ କାଉଣ୍ଟର କରିଛନ୍ତି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ । କହିଛନ୍ତି ୨୦୧୪ରେ ଆପଣ ନିର୍ବାଚନ ଇସ୍ତାହାରରେ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାହା କୁଆଡେ ଗଲା । ନିଜ ବାକ୍ୟ ନିଜେ ରକ୍ଷା କର । ୨୦୧୭ପରଠୁ ରାଜ୍ୟ ସରକାର ବାରମ୍ବାର କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରି ଆସୁଛନ୍ତି । ମାତ୍ର ତାହା କାର୍ଯ୍ୟରେ ପରିଣତ ହୋଇ ନାହିଁ । ଅନ୍ୟପଟେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହୀନିପତି ଦାବି କରିଛନ୍ତି, ମନ୍ତ୍ରୀ ସଂକଳ୍ପ ଆଣନ୍ତୁ, ସମସ୍ତ ବିଧାୟକ ଦିଲ୍ଲୀ ଯାଇ ପ୍ରଧାନମନ୍ତ୍ରୀ ଭେଟିବା ଆଉ ଯଦି ନ ଶୁଣିବେ ତାଙ୍କ ଅଫିସ୍ ଆଗରେ ଧାରଣା ଦେବା ।