ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ରାଜ୍ୟରେ ବଢିବ ତାତି, ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ତାପମାତ୍ରା

Published By : Suraj Kumar | January 29, 2025 8:50 PM

ଭୁବନେଶ୍ବର,୨୯।୧ :  ରାଜ୍ୟରେ ବର୍ତ୍ତମାନ ଶୀତ ଗାୟବ, ଗୁରୁବାର ଠାରୁ ହେବ   ଟାଇଁଟାଇଁ ଖରା । ସପ୍ତାହେ ଯାଏ ଗରମର ଅନୁଭୂତି   ସହ  ଖରାରୁ ତ୍ରାହି ନାହିଁ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।  ତେବେ ରାଜ୍ୟରେ ଗୁରୁବାରଠାରୁ  ଟାଇଁ ଟାଇଁ ଖରା ହେବାକୁ ଥିବା ବେଳେ ସବୁଠି ବଢିବ ପାରଦ ଆଉ ସବୁଠି ଗରମର ହେବ ଅନୁଭୂତି। ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ   ତାପମାତ୍ରା ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର। ସେପଟେ ବିଶେଷଜ୍ଞ କହିଛନ୍ତି ୧ ରେ ଓଡ଼ିଶା ଆନ୍ଧ୍ର ପ୍ରଦେଶ ଉପରେ ସୃଷ୍ଟି ହେବ ଗୁରୁଚାପ । ଦକ୍ଷିଣ ପଶ୍ଚିମ   ଦିଗରୁ  ରାଜ୍ୟ ମଧ୍ୟକୁ ପବନର ପ୍ରବାହ ରହିବ । ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା   ।

ଆଗାମୀ ୪ ରୁ ୫ ଦିନ ଯାଏଁ ଦିନ ଏବଂ ରାତ୍ରି ତାପମାତ୍ରା ଅଧିକା ରହିବ । ଆଜି ରାଜ୍ୟର ଅଧିକାଂଶ ସହରରେ ତାପମାତ୍ରା ବଢିଛି । କିଛି ସ୍ଥାନରେ ଗରମ ଅନୁଭୁବ ହୋଇଛି । ସେପଟେ ତାପମାତ୍ରା ବୃଦ୍ଧି ସହ ଆସନ୍ତା ୪୮ ଘଣ୍ଟା ଯାଏ ଅସ୍ତବ୍ୟସ୍ତ କରିବ ଘନ କୁହୁଡି । ଆଗାମୀ ୫ ରୁ ୭ ଦିନ ଯାଏଁ ପାଗ ମୁଖ୍ୟତ ଶୁଖିଲା ରହିବା ସହ ରାତ୍ରି ତାପମାତ୍ରା ରେ କୌଣସି ପରିବର୍ତ୍ତନ ଦେଖିବାକୁ ମିଳିବନାହିଁ । 

ଆସନ୍ତା ୨୪ ଘଣ୍ଟା ପାଇଁ ୨୪ ଜିଲ୍ଲାରେ ଘନ କୁହୁଡ଼ିକୁ ନେଇ ୟେଲୋ ଓ୍ବାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଜିଲ୍ଲା ଗୁଡ଼ିକ ହେଲା  ମାଲକାନଗିରି ,କୋରାପୁଟ,ରାୟଗଡା,ଗଜପତି ଗଂଜାମ ,କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଢେଙ୍କାନାଳ, ଅନୁଗୁଳ, ଯାଜପୁର ଦେଓଗଡ ସମ୍ବଲପୁର ଓ କେନ୍ଦୁଝର ।ସେହିପରି ଗୁରୁବାର ଗଂଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡା, ଅନୁଗୁଳ, ଜଗତସିଂହପୁର,କେନ୍ଦୁଝର ଓ ମୟୁରଭଞ୍ଜ ଏହି ୧୧ ଜିଲ୍ଲାକୁ  ଘନ କୁହୁଡି  ପାଇଁ  ୟେଲୋ  ଓ୍ବାର୍ଣ୍ଣିଂ  ଜାରି କରିଛି ପାଣିପାଗ ବିଭାଗ। ୩୧ ତାରିଖ ରେ ହାଲୁକା ରୁ ମଧ୍ୟମ ଧରଣର କୁହୁଡି ଉପକୂଳ ଓଡିଶାରେ ଦେଖିବାକୁ ମିଳିବ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.