ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ଜମ୍ମୁ-କାଶ୍ମୀରରେ ପୁଣି ଟାର୍ଗେଟ୍ କିଲିଂ, ଜଣେ ପ୍ରବାସୀ ଶ୍ରମିକକୁ ଆତଙ୍କୀଙ୍କ ଗୁଳିମାଡ଼

Published By : Anindita Ratha | October 24, 2024 1:36 PM

ନୂଆଦିଲ୍ଲୀ,୨୪/୧୦:ଜମ୍ମୁ-କାଶ୍ମୀରରେ ପୁଣି ଟାର୍ଗେଟ୍ କିଲିଂ । ସାଧାରଣ ଲୋକଙ୍କୁ ଟାର୍ଗେଟ୍ କରି ହତ୍ୟା କରୁଛନ୍ତି ଆତଙ୍କବାଦୀ । ତେବେ ପୁଲଓ୍ବାମାରୁ ଏଭଳି ଘଟଣା ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶର ଜଣେ ପ୍ରବାସୀ ଶ୍ରମିକକୁ ଆତଙ୍କୀମାନେ ଗୁଳିମାଡ଼ କରିଥିୂବା ବେଳେ  ଶ୍ରମିକ ଜଣଙ୍କ ଗୁରୁତର ଭାବେ ଆହତ ହୋଇଛନ୍ତି । ଏନେଇ ଘଟଣାସ୍ଥଳରୁ ପୋଲିସ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛି।ତେବେ ଶ୍ରମିକ ଜଣଙ୍କ ଉତ୍ତର ପ୍ରଦେଶର  ବିଜନୌରର ବାସିନ୍ଦା ଶୁଭମ କୁମାର ବୋଲି ଜଣାପଡିଛି।

ସୂଚନା ଅନୁଯାୟୀ,ଆଜି ପୁଲଓ୍ବାମାର ତ୍ରାତ୍ କ୍ଷେତ୍ରରେ ଜଣେ ପ୍ରବାସୀ ଶ୍ରମିକଙ୍କୁ ଗୁଳି ମାରିଛନ୍ତି ଆତଙ୍କବାଦୀ । ଆତଙ୍କବାଦୀମାନେ ବଟାଗୁଣ୍ଡରେ ଶୁଭମ୍ ହାତରେ ଗୁଳିମାରିଥିଲେ । ପରେ ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଶୁଭମଭ୍ର ସ୍ବାସ୍ଥ୍ୟାବସ୍ତା ଏବେ ସ୍ଥିର ରହିଛି ବୋଲି ଡାକ୍ତର କହିଛନ୍ତି । ଗତ କିଛି ଦିନ ହେଲା କାଶ୍ମୀରରେ ପ୍ରବାସୀ ଶ୍ରମିକଙ୍କୁ ଟାର୍ଗେଟ୍ କରାଯାଉଛି । ସପ୍ତାହେ ଭିତରେ ଏହା ତୃତୀୟ ଘଟଣା । ଆତଙ୍କବାଦୀଙ୍କୁ ଆକ୍ରୋଶର ଶିକାର ହୋଇଛନ୍ତି ବାହାର ରାଜ୍ୟର ପ୍ରବାସୀ ଶ୍ରମିକ । ରବିବାର ଗାନ୍ଦରବାଲ ଜିଲ୍ଲାରେ ଏକ ନିର୍ମାଣସ୍ଥଳରେ ଆତଙ୍କବାଦୀମାନେ ୬ଜଣ ପ୍ରବାସୀ ଶ୍ରମିକ ଏବଂ ଜଣେ ସ୍ଥାନୀୟ ଡାକ୍ତରଙ୍କୁ ହତ୍ୟା କରିଥିଲେ । ଏହା ପୂର୍ବରୁ ୧୮ ଅକ୍ଟୋବରରେ ସୋଫିଆନ୍ ଜିଲ୍ଲାରେ ଆତଙ୍କବାଦୀମାନେ ବିହାର ଜଣେ ଶ୍ରମିକଙ୍କୁ ଗୁଳି କରି ହତ୍ୟା କରିଥିଲେ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.