PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଇଡକୋ ସହକାରୀ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଟିଟିଲାଗଡ଼ : ସମ୍ଵଲପୁରୀ ଗୀତର ତାଳେତାଳେ ଝୁମିଲେ ଟିଟିଲାଗଡ଼ ଉପ-ଜିଲ୍ଲାପାଳ, ପାଦରେ ପାଦ ମିଶାଇ ନାଚିଲେ ରଙ୍ଗବତୀ
  • ||
  • କଣ୍ଟାବାଞ୍ଜି : ମୋଟର ସାଇକେଲ୍ ଓ ବଳଦ ମୁହାଁମୁହିଁ ଧକ୍କା, ଯୁବକ ମୃତ
  • ||
  • କଟକ : ଆଠଗଡ଼କୁ ସ୍ଥାନାନ୍ତର ହେଲା ଜଗତପୁରରେ ଟ୍ରାଙ୍କୁଲାଇଜ୍ କରାଯାଇଥିବା ହାତୀ
  • ||
  • ପୁରୀ : ହୋଟେଲରୁ ମହିଳାଙ୍କ ମୃତଦେହ ଉଦ୍ଧାର
  • ||

ହୀରାକୁଦର ତଳମୁଣ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ସମ୍ଭାବନା,  ସତର୍କ ସୂଚନା ଜାରି କଲା ପ୍ରଶାସନ

ସମ୍ବଲପୁର, ୧୨/୮ :  ହୀରାକୁଦ ତଳିଆ ଅଞ୍ଚଳ ପାଇଁ ସତର୍କ ସୂଚନା ଜାରି କଲା ସମ୍ବଲପୁର ଜିଲ୍ଲା ପ୍ରଶାସନ । ହୀରାକୁଦରୁ ବନ୍ୟାଜଳ ନିଷ୍କାସନ ହେଉଥିବାରୁ ବନ୍ୟା ଆଶଙ୍କା ରହିଛି  । ଏଣୁ ତଳିଆ ଅଞ୍ଚଳରେ ବସବାସ କରୁଥିବା ଗ୍ରାମବାସୀମାନଙ୍କୁ ଉପରସ୍ଥାନକୁ ଚାଲି ଯିବା ପାଇଁ ସତର୍କ ସୂଚନା କରାଯାଇଛି ।

ସେହିଭଳି ହୀରକୁଦର ତଳମୁଣ୍ଡରେ ବନ୍ୟା ଜଳ ନିଷ୍କାସନ ହେଉଥିବାରୁ ବନ୍ୟା ପରିସ୍ଥିତି ସୃଷ୍ଟି ସମ୍ଭାବନା ରହିଛି । ସେଥିଲାଗି ନଦୀ ତଳ ଅଞ୍ଚଳରେ ନଦୀକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।