ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରାସ୍ତାକଡ଼ରୁ ଅଜଣା ମହିଳାଙ୍କ ମୃତଦେହ ଠାବ, ପରିଚୟ ଅସ୍ପଷ୍ଟ

ଉମରକୋଟ୍, ୨୬।୩: ନବରଙ୍ଗପୁର ଜିଲ୍ଲା କୁନ୍ଦେଇ ଥାନା ଅନ୍ତର୍ଗତ କସକଙ୍ଗା ପଞ୍ଚାୟତର ସର୍ଗିପାରା ଏବଂ ବଦେଇଡିହିକୁ ଯିବା ରାସ୍ତା କଡ଼ରେ ଜଣେ ଅଜଣା ମହିଳାଙ୍କ ମୃତଦେହ ଠାବ ହୋଇଛି । ମୃତ ମହିଳାଙ୍କ ପରିଚୟ ମିଳିନଥିବା ବେଳେ ମହିଳାଙ୍କ ହାତରେ ସରଦିନି ଗଣ୍ଡ ଲେଖା ହୋଇଥିବା ଦେଖିବାକୁ ମିଳିଛି । ଏହି ଲେଖାରୁ ତାଙ୍କ ନାଁ ସରଦିନି ବୋଲି ଅନୁମାନ କରାଯାଉଛି । 

କିନ୍ତୁ, ମହିଳା ଜଣକ କିଏ ଘର କେଉଁଠି ଏବଂ ତାଙ୍କ ମୃତଦେହ କିପରି ରାସ୍ତାକଡ଼କୁ ଆସିଲା ତାହା ଜଣାପଡ଼ିନାହିଁ । ଏହା ହତ୍ୟାକାଣ୍ଡ ନା ଆଉ କିଛି ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ । ଘଟଣାସ୍ଥଳରେ କୁନ୍ଦେଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତଦନ୍ତ ପରେ ଘଟଣାର ସବୁ ତଥ୍ୟ ଜଣାପଡ଼ିବ ବୋଲି ପୋଲିସ ପ୍ରକାଶ କରିଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.