ପ୍ରମୂଖ ଖବର
  • ପଦରୁ ଇସ୍ତଫା ଦେଲେ ବିଷ୍ଣୁପଦ ସେଠୀ, ମୁଖ୍ୟ ଶାସନ ସଚିବଙ୍କୁ ଦେଲେ ପତ୍ର
  • ||
  • କଂଗ୍ରେସ ସଂକଳ୍ପ ସମାବେଶ ଯାତ୍ରା ବେଳେ ତଳେ ପଡିଗଲେ ପିସିସି ସଭାପତି ଭକ୍ତ ଦାସ
  • ||
  • ଖୁଡ଼ିର ପୁତୁରା ପାପ ସଂପର୍କ ବିରୋଧ କରିବା ପଡିଲା ମହଙ୍ଗା, ସ୍ବାମୀଙ୍କୁ ମାରିଦେଇଥିବା ଅଭିଯୋଗ
  • ||
  • IAS ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍, ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀ ଲିଙ୍କ୍‌କୁ ନେଇ ଖୋଳତାଡ଼
  • ||
  • ବାହାଘର ଭୋଜି ଖାଇବା ହେଲା କାଳ: ୩୦୦ ଅସୁସ୍ଥ, ୮୦ ଗୁରୁତର ବିଭିନ୍ନ ହସ୍‌ପିଟାଲରେ ଭର୍ତ୍ତି
  • ||
  • ଦେବଗଡ଼: ବିପଦରେ ଗଜରାଜ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦନ୍ତା ହାତୀ ମୃତ
  • ||
  • କୁଜଙ୍ଗ ବଜାର ନିକଟରେ ଓଲଟିଲା ମଦ ବୋଝେଇ ଟ୍ରକ୍ , ହେଲପର୍ ମୃତ, ଡ୍ରାଇଭର ଆହତ
  • ||
  • ପୁରୀ: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌: ଆଜି ଜର୍ମାନୀକୁ ଭେଟିବ ପୁରୁଷ ଭାରତୀୟ ଦଳ, ମହିଳା ଟିମ୍ ସ୍ପେନ୍‌କୁ ଦେବ ଟକ୍କର
  • ||
  • ଜ୍ଞାନେଶ କୁମାର ମୁଖ୍ୟ ନିର୍ବାଚନ କମିଶନର, ବୁଧବାର ସମ୍ଭାଳିବେ ଦାୟିତ୍ବ, ଆଜି ଅବସର ନେବେ ରାଜୀବ କୁମାର
  • ||
  • ଖରା ପାଇଁ ଉଚ୍ଚଶିକ୍ଷା ବିଭାଗର ମାର୍ଗଦର୍ଶିକା, କଲେଜ ଓ ବିଶ୍ୱବିଦ୍ୟାଳୟରେ ସକାଳୁଆ ପଢ଼ା, ନିଷ୍ପତ୍ତି ନେବେ
  • ||
  • ଆଜିଠୁ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା: ୧୨୭୬ କେନ୍ଦ୍ରରେ ୩ ଲକ୍ଷ ୯୩ ହଜାର ପରୀକ୍ଷାର୍ଥୀ,କପି ରୋକିବ ୩୫ ସ୍କ୍ୱାଡ ଡିପୋ
  • ||

୩୧ ଜାନୁଆରୀରୁ ଆରମ୍ଭ ହେବ ବଜେଟ ଅଧିବେଶନ, ଜାଣନ୍ତୁ କେଉଁ ଦିନ ଉଭୟ ସଂସଦରେ ହେବ ମିଳିତ ବୈଠକ...!

Published By : Bijay Swain | January 18, 2025 12:03 AM

ନୂଆଦିଲ୍ଲୀ: ସଂସଦର ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଆସନ୍ତା ଜାନୁଆରୀ ୩୧ ତାରିଖରୁ ଆରମ୍ଭ ହୋଇ ଫେବୃଆରୀ ୧୩ ପର୍ଯ୍ୟନ୍ତ ଚାଲିବ। ଏହାର ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ ତାରିଖରୁ ଆରମ୍ଭ ହୋଇ ଏପ୍ରିଲ ୪ ଯାଏ ଚାଲିବ ବୋଲି ସୂଚନା ମିଳିଛି। 

ଏଥରର ସମ୍ପୂର୍ଣ୍ଣ ବଜେଟ ଅଧିବେଶନରେ ମୋଟ ୨୭ଟି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ ତାରିଖରେ ଗୃହରେ ତାଙ୍କର ଅଷ୍ଟମ ବଜେଟ୍ ଉପସ୍ଥାପନ କରିବେ।

ପ୍ରଥମ ପର୍ଯ୍ୟାୟରେ ରହିଥିବା ପରମ୍ପରା ଅନୁଯାୟୀ  ଅଧିବେଶନ ଜାନୁଆରୀ ୩୧ ତାରିଖରେ ଲୋକସଭା ଏବଂ ରାଜ୍ୟସଭାର ମିଳିତ ଅଧିବେଶନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ସହିତ ଆରମ୍ଭ ହେବ। ଯାହା ପରେ ଉଭୟ ଗୃହରେ ଅର୍ଥନୈତିକ ସର୍ଭେ ଉପସ୍ଥାପନ କରାଯିବ। 

ରାଷ୍ଟ୍ରପତିଙ୍କ ଅଭିଭାଷଣ ସରିବା ପରେ ଧନ୍ୟବାଦ ପ୍ରସ୍ତାବ ଆରମ୍ଭ କରାଯିବ। ଏହାପରେ ଉଭୟ ଗୃହରେ ବଜେଟକୁ ନେଇ ଶାସକ ଓ ବିରୋଧି ଉଭୟଙ୍କ ମଧ୍ୟରେ ଆଲୋଚନା ହେବ। ତେବେ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଉଭୟ ଗୃହରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର ସହିତ ଶେଷ ହେବ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.