PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦୁଝର ସଦର : ମଦ୍ୟପଙ୍କ ଉନ୍ମୁକ୍ତ କାଣ୍ଡ, ବାପାକୁ ପିଟିପିଟି ହତ୍ୟା କଲା ପୁଅ
  • ||
  • ଭୁବନେଶ୍ଵର : ଅକ୍ଟୋବର ୨ରୁ ଏକ ମାସ ବ୍ୟାପି ପଦଯାତ୍ରା କରିବ ବିଜେଡି, ୨୯ ଏବଂ ୩୦ ତାରିଖରେ ବସିବ ପ୍ରସ୍ତୁତି ବୈଠକ
  • ||
  • ବାରିପଦା : ବ୍ୟାଙ୍କ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଏଟିଏମ୍
  • ||
  • ଭୁବନେଶ୍ଵର : ରାଜଧାନୀରେ ଚାଞ୍ଚଲ୍ୟ, ବାର୍‌ରେ ୩ଟି ବୋମାମାଡ଼ କଲେ ୨ ଦୁର୍ବୃତ୍ତ
  • ||

ପିପିଲି ଟୋଲ ପ୍ଲାଜା ନିକଟରେ ଓଲଟିଲା ବସ୍, ଜଣେ ମୃତ

ନିମାପଡ଼ା, ୧୨/୮ :  ପିପିଲି ଟୋଲ ପ୍ଲାଜା ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି । ଏକ ଯାତ୍ରିବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୦ଜଣ ଯାତ୍ରୀ ଆହତ ହୋଇଛନ୍ତି ।

ଘଟଣା ଅନୁଯାୟୀ, ଭୁବନେଶ୍ବରରୁ ପୁରୀ ଅଭିମୁଖେ ଯାଉଥିଲା ଯାତ୍ରିବାହୀ ବସ୍‌ଟି । ଏହି ସମୟରେ ରାସ୍ତାରେ ଥିବା ଡିଭାଇଡରରେ ଭାରସାମ୍ୟ ହରାଇ ବସଟି ପିଟିଥିଲା । ସ୍ଥାନୀୟ ଲୋକେ ଏହା ଦେଖି ସଙ୍ଗେ ସଙ୍ଗେ ବସ ନିକଟକୁ ଯାଇଥିଲେ । ପରେ ସେଠାରେ ବସ ଭିତରେ ଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରିବା ସହ ପୋଲିସକୁ ଖବର ଦେଇଥିଲେ । ଏହି ଦୁର୍ଘଟଣାରେ ବସ୍‌ ହେଲପରର ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।

ପ୍ରତ୍ୟେକ୍ଷ ଦର୍ଶୀଙ୍କ କହିବା ଅନୁଯାୟୀ ଗାଡ଼ିଟି ବହୁତ ଜୋରରେ ଯାଉଥିଲା । ହଠାତ୍ ଭାରସାମ୍ୟ ହରାଇ ବ୍ରେକ୍ ମାରିବାରୁ ଗାଡ଼ିଟି ଓଲଟି ପଡ଼ିଥିଲା । ବର୍ଷା ହେଉଥିବାରୁ ଏଭଳି ଘଟଣା ଘଟିଛି ବୋଲି କହିଛନ୍ତି ସ୍ଥାନୀୟ ବାସିନ୍ଦା ।  ଫଳରେ ଗାଡ଼ି ଭିତରେ ଥିବା ଯାତ୍ରୀମାନେ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ଭୁବନେଶ୍ବର-ପୁରୀ ରାସ୍ତା ଜାମ୍ ହୋଇଯାଇଛି । ପୋଲିସ ଖବରପାଇ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି । ଏହାସହ ଭିଡ଼କୁ ନିୟନ୍ତ୍ରିତ କରିବାକୁ ଚେଷ୍ଟା ଚଳାଇଛି ।